୧ ପିତର 2:1 - ପବିତ୍ର ବାଇବଲ1 ଅନ୍ୟ ଲୋକମାନଙ୍କୁ ଆଘାତ କଲାଭଳି କୌଣସି କାମ କର ନାହିଁ। ମିଛ କୁହ ନାହିଁ, ଲୋକଙ୍କୁ ଠକ ନାହିଁ, ଈର୍ଷାନ୍ୱିତ ହୁଅ ନାହିଁ, ଲୋକମାନଙ୍କର ନିନ୍ଦା କର ନାହିଁ। ନିଜ ଜୀବନରୁ ଏଗୁଡ଼ିକୁ ଦୂର କର। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ଵାଦନ କରିଅଛ, Gade chapit laଓଡିଆ ବାଇବେଲ1 ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ୱାଦନ କରିଅଛ, Gade chapit laପବିତ୍ର ବାଇବଲ (CL) NT (BSI)1 ଅତଏବ, ସବୁ ପ୍ରକାର ଅସତ୍ ବିଷୟରୁ ନିବୃତ୍ତ ହୁଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ୱାଦନ କରିଅଛ, Gade chapit la |
ଭାଇ ଓ ଭଉଣୀମାନେ! ପରସ୍ପର ବିରୁଦ୍ଧରେ କିଛି କୁହ ନାହଁ। ତୁମ୍ଭେ ଯଦି ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭର କୌଣସି ଭାଇର ସମାଲୋଚନା କରୁଛ ବା ବିଗ୍ଭର କରୁଛ; ତା'ହେଲେ ସେ ଯେଉଁ ବ୍ୟବସ୍ଥା ପାଳନ କରୁଛି, ତୁମ୍ଭେ ତା'ର ସମାଲୋଚନା କରୁଛ। ଯଦି ତୁମ୍ଭେ ଖ୍ରୀଷ୍ଟରେ ଥିବା ଜଣେ ଭାଇର ବିଗ୍ଭର କର, ତେବେ ତୁମ୍ଭେ ପ୍ରକୃତରେ ସେ ପାଳନ କରୁଥିବା ବ୍ୟବସ୍ଥାର ବିଗ୍ଭର କରୁଛ। ଏବଂ ତୁମ୍ଭେ ଯଦି ବ୍ୟବସ୍ଥାର ବିଗ୍ଭର କରୁଛ, ତେବେ ତୁମ୍ଭେ ବ୍ୟବସ୍ଥାର ପାଳନ କରୁ ନାହଁ। ତୁମ୍ଭେ ନିଜେ ତାହାର ବିଗ୍ଭରପତି ହୋଇଗଲ।
ଆମ୍ଭର ଗ୍ଭରିପଟେ, ବିଶ୍ୱାସଧାରୀ ଆମ୍ଭର ବହୁ ସଂଖ୍ୟକ ଲୋକ ରହିଛନ୍ତି। ବିଶ୍ୱାସ ବିଷୟରେ ସେମାନଙ୍କ ଜୀବନ ଆମ୍ଭକୁ କହିଥାଏ। ତେଣୁ ଆମ୍ଭେ ସେମାନଙ୍କ ଭଳି ହେବା ଉଚିତ୍। ଆମ୍ଭେ ଜୀବନରେ ଆଗକୁ ଯିବା ପାଇଁ ଯାହାକିଛି ବାଧା ଅଛି, ସେଗୁଡ଼ିକୁ ଆମ୍ଭେ ଆଡ଼େଇ ଦେବା ଉଚିତ୍ ଓ ଆମ୍ଭ ସମ୍ମୁଖରେ ଥିବା ଦୌଡ଼ରେ ଦୌଡ଼ିବା ଉଚିତ୍। ପ୍ରଚେଷ୍ଟା ଥିବା ଦରକାର। ଆମ୍ଭକୁ ସହଜରେ ବାନ୍ଧି ରଖୁଥିବା ପାପକୁ ଆମ୍ଭେ ତ୍ୟାଗ କରିବା ଉଚିତ୍।
ତୁମ୍ଭେ ଯେତେବେଳେ ନିଜ ଆଖିରେ ପଡ଼ିଥିବା ବଡ଼ କାଠ ଖଣ୍ଡିକ ଦେଖି ପାରୁ ନାହିଁ, ସେତେବେଳେ ନିଜ ଭାଇକୁ କିପରି କହି ପାରିବ: ‘ଭାଇ, ଆସ ତୁମ୍ଭ ଆଖିରେ ପଡ଼ିଥିବା ଛୋଟ ଗୁଣ୍ଡଟି ବାହାର କରିଦେବି’। ଆରେ କପଟୀ! ଆଗ ନିଜ ଆଖିରେ ପଡ଼ିଥିବା କାଠ ଗୁଣ୍ଡଟି ବାହାର କରିଦିଅ, ତାହାହେଲେ ତୁମ୍ଭେ ସ୍ପଷ୍ଟ ଦେଖି ପାରିବ ଓ ଭାଇର ଆଖିରେ ପଡ଼ିଥିବା ଛୋଟ ଗୁଣ୍ଡଟି ବାହାର କରି ପାରିବ।
ଏଭଳି କହିବାର ଉଦ୍ଦେଶ୍ୟ ଯେ, ମୋର ଭୟ ହେଉଛି: ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଯିବି ସେତେବେଳେ ମୁଁ ତୁମ୍ଭମାନଙ୍କୁ ଯାହା ଭାବିଛି, ଠିକ୍ ସେହି ରୂପରେ ନ ପାଇ ପାରେ ଓ ତୁମ୍ଭେମାନେ ମଧ୍ୟ ମୋତେ ଯାହା ଭାବିଛ ଠିକ୍ ସେହି ରୂପରେ ପାଇ ନ ପାର। ମୋର ଭୟ ଯେ, କାଳେ ତୁମ୍ଭମାନଙ୍କ ମଧ୍ୟରେ କଳହ, ଈର୍ଷା, କ୍ରୋଧ, ସ୍ୱାର୍ଥପରତା, ପରଚର୍ଚ୍ଚା, କାନକୁହାକୋହି, ଗର୍ବ ଓ ଦ୍ୱନ୍ଦ ଦେଖିବାକୁ ମିଳିବ।