Biblia Todo Logo
Bib sou entènèt

- Piblisite -




୧ ପିତର 3:10 - ପବିତ୍ର ବାଇବଲ

10 ଶାସ୍ତ୍ର କୁହେ: “ଯେଉଁ ଲୋକ ଜୀବନକୁ ଭଲ ପାଇବାକୁ ଗ୍ଭହେଁ ଓ ଭଲ ଦିନଗୁଡ଼ିକୁ ଉପଭୋଗ କରିବାକୁ ଗ୍ଭହେଁ ସେ ମନ୍ଦକଥା କହିବା ଓ ମିଛ କଥା କହିବା ବନ୍ଦ କରିବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଯେଣୁ ଯେ ଜୀବନରେ ସୁଖଭୋଗ କରିବାକୁ ପୁଣି ମଙ୍ଗଳର ଦିନ ଦେଖିବାକୁ ଇଚ୍ଛା କରେ, ସେ ମନ୍ଦ ବାକ୍ୟରୁ ଆପଣା ଜିହ୍ଵାକୁ ଆଉ ପ୍ରବଞ୍ଚନା ବାକ୍ୟରୁ ଆପଣା ଓଷ୍ଠାଧରକୁ ନିବୃତ୍ତ କରୁନ୍ତ

Gade chapit la Kopi

ଓଡିଆ ବାଇବେଲ

10 ଯେଣୁ ଯେ ଜୀବନରେ ସୁଖଭୋଗ କରିବାକୁ ପୁଣି, ମଙ୍ଗଳର ଦିନ ଦେଖିବାକୁ ଇଚ୍ଛା କରେ, ସେ ମନ୍ଦ ବାକ୍ୟରୁ ଆପଣା ଜିହ୍ୱାକୁ ଆଉ ପ୍ରବଞ୍ଚନା ବାକ୍ୟରୁ ଆପଣା ଓଷ୍ଠାଧରକୁ ବନ୍ଦ କରୁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଶାସ୍ତ୍ରରେ ଲେଖାଅଛି, “ଯେ ଜୀବନରେ ଦୁଖଭୋଗ କରିବାକୁ ଓ ସୁଖର ଦିନ ଦେଖିବାକୁ ଇଚ୍ଛା କରେ, ସେ କୁକଥା ନ କହୁ ଓ ମିଥ୍ୟା କଥାରୁ ନିବୃତ୍ତ ହେଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯେଣୁ, “ଯେ ଜୀବନରେ ସୁଖଭୋଗ କରିବାକୁ ପୁଣି, ମଙ୍ଗଳର ଦିନ ଦେଖିବାକୁ ଇଚ୍ଛା କରେ, ସେ ମନ୍ଦ ବାକ୍ୟରୁ ଆପଣା ଜିହ୍ୱାକୁ, ଆଉ ପ୍ରବଞ୍ଚନା ବାକ୍ୟରୁ ଆପଣା ଓଷ୍ଠାଧରକୁ ବନ୍ଦ କରୁ;

Gade chapit la Kopi




୧ ପିତର 3:10
24 Referans Kwoze  

ଜଣେ ଲୋକ ଭାବିପାରେ ଯେ, ସେ ନିଜେ ଜଣେ ଧାର୍ମିକ ଲୋକ ଅଟେ। କିନ୍ତୁ ଯେଉଁସବୁ କଥା କହିବା ଉଚିତ୍ ନୁହେଁ, ତାହା କହିବା ଦ୍ୱାରା ସେ ନିଜକୁ ଠକେ। ତେଣୁ ତା'ର “ଧର୍ମ”ର କିଛି ମୂଲ୍ୟ ରହେ ନାହିଁ।


“ସେ କୌଣସି ପାପ କରି ନ ଥିଲେ ଓ କୌଣସି ମିଛ କଥା ମୁହଁରେ ଉଚ୍ଚାରଣ କରି ନ ଥିଲେ।”


ଅନ୍ୟ ଲୋକମାନଙ୍କୁ ଆଘାତ କଲାଭଳି କୌଣସି କାମ କର ନାହିଁ। ମିଛ କୁହ ନାହିଁ, ଲୋକଙ୍କୁ ଠକ ନାହିଁ, ଈର୍ଷାନ୍ୱିତ ହୁଅ ନାହିଁ, ଲୋକମାନଙ୍କର ନିନ୍ଦା କର ନାହିଁ। ନିଜ ଜୀବନରୁ ଏଗୁଡ଼ିକୁ ଦୂର କର।


ସେମାନେ କେବେ ମିଥ୍ୟା କହନ୍ତି ନାହିଁ। ସେମାନେ ସର୍ବଦା ନିର୍ଦ୍ଦୋଷ।


ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାଙ୍କ ବିଷୟରେ କହିଲେ, ଏହି ଦେଖ, ଏ ଜଣେ ପ୍ରକୃତ ଇସ୍ରାଏଲୀୟ ଲୋକ, ତାହାଙ୍କଠାରେ କୌଣସି ଅସାଧୁତା ନାହିଁ।”


ନିଜ ଜୀବନକୁ ଭଲ ପାଉଥିବା ବ୍ୟକ୍ତି ଏହା ହରାଇବ। ନିଜ ଜାଗତିକ ଜୀବନକୁ ଘୃଣା କରୁଥିବା ଲୋକ ଏହାକୁ ସୁରକ୍ଷିତ ରଖିବ। ସେ ଅନନ୍ତ ଜୀବନ ପାଇଁ ତାହା ପାଇ ପାରିବ।


ଯେଉଁ ଲୋକ ମୋତେ ପାଏ, ସେ ଜୀବନ ପାଏ। ସେ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାପ୍ତ ହେବ।


ମୋର ଶିକ୍ଷା ତୁମ୍ଭ ଜୀବନକୁ ଦୀର୍ଘମୟ ଓ ଶାନ୍ତି ପ୍ରଦାୟକ ହେବ।


ଯୀଶୁ ସେ ଲୋକକୁ ପଗ୍ଭରିଲେ, “ଭଲ କାମ ବିଷୟରେ ମୋତେ କାହିଁକି ପଗ୍ଭରୁଛ? ଭଲ ତ କେବଳ ମାତ୍ର ଜଣେ। ସେ ହେଉଛନ୍ତି ପରମେଶ୍ୱର। ତଥାପି ଯଦି ତୁମ୍ଭେ ଅନନ୍ତ-ଜୀବନ ପାଇବା ପାଇଁ ଗ୍ଭହୁଁଛ, ତେବେ ଆଦେଶଗୁଡ଼ିକ ପାଳନ କର।”


ମୋର ବାକ୍ୟ ଯେଉଁମାନେ ଗ୍ରହଣ କରନ୍ତି, ସେମାନେ ଧନ୍ୟ। ସେମାନେ ସ୍ୱଚ୍ଛତା ଦ୍ୱାରା ଅଙ୍ଗକୁ ସ୍ୱାସ୍ଥ୍ୟ ପ୍ରଦାନ କରନ୍ତି।


ଜ୍ଞାନ ହେଉଛି ଜୀବନଦାୟକ ବୃକ୍ଷ ସ୍ୱରୂପ। ଯେଉଁମାନେ ତା'ର ଆଶ୍ରୟ ନିଅନ୍ତି ସେମାନେ ଜୀବନ ପାଆନ୍ତି। ସେହିମାନେ ବାସ୍ତବରେ ଧନ୍ୟ।


କାରଣ ଯେଉଁ ଲୋକ ନିଜ ଜୀବନକୁ ବଞ୍ଚାଇବାକୁ ଗ୍ଭହିଁବ, ସେ ତାହା ହରାଇବ। ଯେଉଁ ଲୋକ ମୋ’ ପାଇଁ ଓ ସୁସମାଗ୍ଭର ପାଇଁ ନିଜ ଜୀବନ ତ୍ୟାଗ କରିବ, ସେ ତା’ ଜୀବନକୁ ଚିର ଦିନ ଲାଗି ରକ୍ଷା କରିବ।


ଶେଷରେ କିନ୍ତୁ ସମୟ ଆସିବ ତାକୁ ମରିବାକୁ ପଡ଼ିବ ଓ ତାକୁ ତା'ର ପୂର୍ବପୁରୁଷଙ୍କ ନିକଟକୁ ଯିବାକୁ ପଡ଼ିବ ଓ ସେ କେବେ ଆଉ ଦିନର ଆଲୋକ ଦେଖି ପାରିବ ନାହିଁ।


ମୁଁ ପ୍ରକୃତରେ ବିଶ୍ୱାସ କରେ ଯେ, ମୃତ୍ୟୁ ପୂର୍ବରୁ ମୁଁ ନିଶ୍ଚୟ ସଦାପ୍ରଭୁଙ୍କର ମହିମା ଦର୍ଶନ କରିବି।


ପରମେଶ୍ୱର ମୋର ଆତ୍ମାକୁ ରକ୍ଷା କରିଛନ୍ତି। ମୃତ୍ୟୁ ଗମନରୁ ମୁଁ ପୁଣି ଜୀବନକୁ ଭୋଗ କରି ପାରିବି।’


“ମୋର ଦିନ ସବୁ ଶୀଘ୍ର ଗଡ଼ି ଗ୍ଭଲିଛି ଜଣେ ଦୌଡ଼ାଳି ଭଳି। ମୋର ଦିନ ସବୁ ଗଡ଼ି ଗ୍ଭଲିଛି। ମୋ’ ଜୀବନରେ କୌଣସି ସୁଖ ନାହିଁ।


କେବେବି ଏପରି ଭାବ ନାହିଁ ଯେ, ଏହିସବୁ କଥା ମୂଲ୍ୟହୀନ ବୋଲି। ସେଥିରେ ତୁମ୍ଭର ଜୀବନ ନିହିତ ଅଛି। ଏହି ଶିକ୍ଷା ଅନୁସରଣ କରି ତୁମ୍ଭେମାନେ ଯର୍ଦ୍ଦନ ସେପାରିସ୍ଥ ଯେଉଁ ଦେଶକୁ ଅଧିକାର କରିବାକୁ ଯାଉଅଛ, ସେଠାରେ ଦୀର୍ଘ ଜୀବନ ଲାଭ କରିବ।”


ଜଣେ ମୂର୍ଖ ପରି ମାତାଲ୍ ହେବା ପର୍ଯ୍ୟନ୍ତ ମୁଁ ସ୍ଥିର କଲି ଦ୍ରାକ୍ଷାରସ ପିଇବା ପାଇଁ ଚେଷ୍ଟା କରିବି। ଯଦିଓ ସବୁବେଳେ ମୋର ମନ ବୁଦ୍ଧିର ସହିତ ମୋତେ ପରିଗ୍ଭଳନା କରୁଛି। ମୁଁ ଦେଖିବା ପାଇଁ ଗ୍ଭହିଁଲି। ଏହା କରିବା କ’ଣ ପୃଥିବୀର ଲୋକମାନଙ୍କ ପାଇଁ ମୂଲ୍ୟହୀନ।


ହେ ସଦାପ୍ରଭୁ, ତୁମ୍ଭେ ମୋତେ ତୁମ୍ଭର ମନୋନୀତ ଲୋକମାନଙ୍କର ଭଲ କାର୍ଯ୍ୟରେ ନିୟୋଜିତ ହେବାକୁ ଦିଅ। ତୁମ୍ଭ ନିର୍ଣ୍ଣିତ ଲୋକମାନଙ୍କ ସହିତ ଆନନ୍ଦ କରିବାକୁ ଦିଅ, ଯେଉଁମାନେ କି ତୁମ୍ଭ ସହିତ ଆସନ୍ତି।


ଶୟତାନ ଉତ୍ତର ଦେଲା, “ଚର୍ମ ଚର୍ମ ପାଇଁ! ଜଣେ ମନୁଷ୍ୟ ନିଜ ଜୀବନ ରକ୍ଷା କରିବା ପାଇଁ ସବୁକିଛି ଦେଇ ଦେବ।


Swiv nou:

Piblisite


Piblisite