୧ ପିତର 3:21 - ପବିତ୍ର ବାଇବଲ21 ସେହି ଜଳ ବାପ୍ତିସ୍ମ ସଦୃଶ ତୁମ୍ଭକୁ ଏବେ ରକ୍ଷା କରୁଛି। ଶରୀରର ମଇଳା ସଫା କରିବା ବାପ୍ତିସ୍ମ ନୁହେଁ। ମାତ୍ର ବାପ୍ତିସ୍ମ ହେଉଛି, ପରମେଶ୍ୱରଙ୍କୁ ଏକ ହୃଦୟ ମାଗିବା। ଯୀଶୁ ମୃତ୍ୟୁରୁ ଜୀବିତ ହୋଇଥିବାରୁ ଏହା ତୁମ୍ଭକୁ ରକ୍ଷା କରୁଛି। Gade chapit laପବିତ୍ର ବାଇବଲ (Re-edited) - (BSI)21 ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ଵରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ଵାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି; Gade chapit laଓଡିଆ ବାଇବେଲ21 ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ୱରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି; Gade chapit laପବିତ୍ର ବାଇବଲ (CL) NT (BSI)21 ସେମାନେ ତୁମ୍ଭମାନଙ୍କ ପରିତ୍ରାଣ ସାଧନ କରୁଥିବା ଜଳଦୀକ୍ଷାର ପ୍ରତୀକ। ଏହି ଜଳଦୀକ୍ଷା ତୁମ ଦେହର ମଳିନତା ଦୂର କରେ ନାହିଁ- ତାହା ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ତୁମ ବିବେକକୁ ଶୁଚି କରିବା ପାଇଁ ଈଶ୍ୱରଙ୍କ ନିକଟେରେ ଆବେଦନ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ବରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି; Gade chapit la |
ତୁମ୍ଭେ ଯେତେବେଳେ ବାପ୍ତିଜିତ ହୋଇଥିଲ, ତୁମ୍ଭର ପୁରୁଣା ସ୍ୱଭାବର ମୃତ୍ୟୁ ହେଲା ଓ ତୁମ୍ଭେ ଖ୍ରୀଷ୍ଟଙ୍କଠାରେ କବର ପ୍ରାପ୍ତ ହେଲ। ସେହି ବାପ୍ତିସ୍ମରେ ପରମେଶ୍ୱରଙ୍କ ଶକ୍ତିରେ ତୁମ୍ଭେ ବିଶ୍ୱାସ କରିଥିବା ହେତୁ ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ପୁଣି ପୁନରୁତ୍ଥିତ ହେଲ। ଯେତେବେଳେ ଖ୍ରୀଷ୍ଟ ମୃତ୍ୟୁରୁ ପୁନର୍ଜୀବିତ ହେଲେ, ସେତେବେଳେ ପରମେଶ୍ୱରଙ୍କ ଶକ୍ତି ଦେଖା ଯାଇଥିଲା।
ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପାରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁଣ ବଳିସ୍ୱରୂପେ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ଯ୍ୟରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦେବ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ୟ ପବିତ୍ର କରିବ। ଆମ୍ଭେ ପବିତ୍ର ହୋଇ ଜୀବନ୍ତ ପରମେଶ୍ୱରଙ୍କର ସେବା କରି ପାରିବା।
କିନ୍ତୁ ତୁମ୍ଭେ ସେମାନଙ୍କୁ ଭଦ୍ର ଭାବରେ ଓ ନମ୍ର ଭାବରେ ବୁଝାଅ। ତୁମ୍ଭେ ସବୁବେଳେ ଅନୁଭବ କରିବା ଉଚିତ୍ ଯେ, ତୁମ୍ଭେ ଠିକ୍ କାମ କରୁଛ। ଏପରି କଲେ, ଯେଉଁମାନେ ତୁମ୍ଭ ବିରୁଦ୍ଧରେ ମନ୍ଦ କଥା କହୁଛନ୍ତି, ସେମାନେ ଲଜ୍ଜିତ ହେବେ। ତୁମ୍ଭେ ଖ୍ରୀଷ୍ଟଙ୍କଠାରେ ଥାଇ ଉତ୍ତମ ଜୀବନ କାଟୁଥିବାରୁ ସେମାନେ ମନ୍ଦ କଥାଗୁଡ଼ିକ କୁହନ୍ତି। ସେମାନେ ତୁମ୍ଭ ବିଷୟରେ ମନ୍ଦ କଥା କହିଥିବା ହେତୁ ଲଜ୍ଜିତ ହେବେ।