Biblia Todo Logo
Bib sou entènèt

- Piblisite -




୧ ପିତର 3:4 - ପବିତ୍ର ବାଇବଲ

4 ତୁମ୍ଭର ସୌନ୍ଦର୍ଯ୍ୟ ଅନ୍ତରରୁ ବାହାରି ନମ୍ର ଓ ଶାନ୍ତ ଗୁଣର ପରିଚୟ ଦେବା ଉଚିତ୍। ଏହି ସୌନ୍ଦର୍ଯ୍ୟ କେବେ ହେଲେ ସମାପ୍ତ ହେବ ନାହିଁ। ପରମେଶ୍ୱର ଏହାକୁ ସବୁଠାରୁ ମୂଲ୍ୟବାନ୍ ମନେ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ଵଭାବ ଈଶ୍ଵରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ।

Gade chapit la Kopi

ଓଡିଆ ବାଇବେଲ

4 ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଈଶ୍ୱରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ପ୍ରକୃତ ସୌଦର୍ଯ୍ୟ ହେଉଛି, ତୁମ ଅନ୍ତରର ମୃଦୁ ନମ୍ରଭାବ। ତୁମ୍ଭମାନଙ୍କର ସେହି ଅକ୍ଷୟ ଭୂଷଣ ଈଶ୍ୱରଙ୍କ ଦୃଷ୍ଟିରେ ସବୁଠାରୁ ମୂଲ୍ୟବାନ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଈଶ୍ବରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ।

Gade chapit la Kopi




୧ ପିତର 3:4
40 Referans Kwoze  

ପରମେଶ୍ୱର ତୁମ୍ଭମାନଙ୍କୁ ବାଛିଛନ୍ତି ଓ ନିଜର ପବିତ୍ର ଲୋକ ବୋଲି ଗ୍ରହଣ କରିଛନ୍ତି। ସେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି। ଅତଏବ ତୁମ୍ଭେମାନେ ସର୍ବଦା ନିମ୍ନୋକ୍ତ କାର୍ଯ୍ୟମାନ କର: ଲୋକଙ୍କୁ ଦୟା କର, କରୁଣାମୟ ହୁଅ, ନମ୍ର ହୁଅ, ଭଦ୍ର ହୁଅ, ଧୈର୍ଯ୍ୟବାନ ହୁଅ।


କିନ୍ତୁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଇଲୀୟାବ ଡେଙ୍ଗା ଓ ସୁନ୍ଦର ଅଟନ୍ତି। କିନ୍ତୁ ତୁମ୍ଭେ ଏପରି ଭାବନାହିଁ ମନୁଷ୍ୟ ଯେପରି ଦେଖେ ସଦାପ୍ରଭୁ ସେପରି ଦେଖନ୍ତି ନାହିଁ। ଲୋକମାନେ ସର୍ବଦା ଉପର ଦେଖନ୍ତି। କିନ୍ତୁ ସଦାପ୍ରଭୁ ତାହାର ଅନ୍ତର ଦେଖନ୍ତି। ଇଲୀୟାବ ଉପଯୁକ୍ତ ଲୋକ ନୁହଁ।”


ଜଣେ ଲୋକ ଯଦି ପ୍ରକୃତରେ ଯିହୂଦୀ ସେ ଅନ୍ତରରୁ ଯିହୂଦୀ ଅଟେ। ପ୍ରକୃତ ସୁନ୍ନତ ହୃଦୟରେ ହିଁ କରା ଯାଇଥାଏ। ଏହା ଆତ୍ମା ଦ୍ୱାରା କରାଯାଇ ଥାଏ। ଆକ୍ଷରିକ ଭାବରେ ନୁହେଁ। ଯେଉଁ ଲୋକ ହୃଦୟରେ ଆତ୍ମା ଦ୍ୱାରା ସୁନ୍ନତ ହୋଇଥାଏ ସେ ପରମେଶ୍ୱରଙ୍କଠାରୁ ପ୍ରଶଂସା ପାଏ, ମଣିଷମାନଙ୍କଠାରୁ ନୁହେଁ।


ମୋର କାର୍ଯ୍ୟଭାର ତୁମ୍ଭେ ଗ୍ରହଣ କର। ମୋ'ଠାରୁ ଶିଖ। କାରଣ ମୁଁ ଆତ୍ମାରେ ସରଳ ଓ ନମ୍ର ତେଣୁ ତୁମ୍ଭେ ନିଜ ଆତ୍ମାରେ ବିଶ୍ରାମ ପାଇବ।


ଅନ୍ୟମାନଙ୍କ ବିଷୟରେ ଖରାପ କଥା କହନ୍ତୁ ନାହିଁ, ଅନ୍ୟ ଲୋକମାନଙ୍କ ସହତ ଶାନ୍ତିରେ ରୁହନ୍ତୁ; ଧୈର୍ଯ୍ୟବାନ ଓ ସବୁ ଲୋକଙ୍କ ପ୍ରତି ଭଦ୍ରତା ପ୍ରଦର୍ଶନ କରନ୍ତୁ। ସମସ୍ତ ଲୋକଙ୍କ ପ୍ରତି ଏସବୁ କରିବା ପାଇଁ ବିଶ୍ୱାସୀମାନଙ୍କୁ କୁହ।


ରେ ଅନ୍ଧ ଫାରୂଶୀମାନେ! ପ୍ରଥମେ ଗିନାର ଭିତର ପଟ ମାଜି ସଫା କର। କିନ୍ତୁ ବାସ୍ତବରେ ଗିନାର ଭିତର ପଟ ସଫା ରହିଲେ ବାହାର ପଟ ମଧ୍ୟ ସଫା ହୋଇ ପାରିବ।


ମୋ’ ମନରେ, ମୁଁ ପରମେଶ୍ୱରଙ୍କର ବ୍ୟବସ୍ଥାରେ ସୁଖୀ।


ସେଥିପାଇଁ ଆମ୍ଭେ କେବେ ହେଲେ ନିରାଶ ନ ହେଉ, ଯଦିଓ ଆମ୍ଭର ବାହ୍ୟିକ ଶରୀର କ୍ଷୀଣ ହୋଇ ଯାଉଛି, କିନ୍ତୁ ଆମ୍ଭର ଅନ୍ତରସ୍ଥ ଆତ୍ମା ଦିନକୁ ଦିନ ନୂତନରୁ ଅତି ନୂତନ ହୋଇ ଯାଉଅଛି।


ଶାନ୍ତିପୂର୍ଣ୍ଣ ଜୀବନଯାପନ ପାଇଁ ଯାହା ସମ୍ଭବ, ତାହା କର। ନିଜ କାର୍ଯ୍ୟର ଯତ୍ନ ନିଅ। ନିଜ ହାତରେ କାମ କର। ଆମ୍ଭେ ଏହି କଥାଗୁଡ଼ିକ କରିବା ପାଇଁ ତୁମ୍ଭମାନଙ୍କୁ ଆଗରୁ କହିଛୁ।


ସବୁବେଳେ ନମ୍ର, ଭଦ୍ର, ଧୈର୍ଯ୍ୟବାନ ହୁଅ। ପରସ୍ପରକୁ ପ୍ରେମରେ ଗ୍ରହଣ କର।


କିନ୍ତୁ ତୁମ୍ଭେ ପବିତ୍ର ଭାବରେ ପ୍ରଭୁ ଖ୍ରୀଷ୍ଟଙ୍କୁ ନିଜ ହୃଦୟରେ ଧରି ରଖ। ତୁମ୍ଭର ଭରସାର କାରଣ ବିଷୟରେ କେହି ତୁମ୍ଭକୁ ପ୍ରଶ୍ନ କଲେ ତାହାକୁ ବୁଝାଇବା ପାଇଁ ସର୍ବଦା ପ୍ରସ୍ତୁତ ରହିଥାଅ।


ତୁମ୍ଭେ ରାଜା ଓ ଅଧିକାରୀମାନଙ୍କ ଲାଗି ପ୍ରାର୍ଥନା କରିବା ଉଚିତ୍। ତେବେ ଆମ୍ଭେ ଏକ ଶାନ୍ତିପୂର୍ଣ୍ଣ, ସ୍ଥିର ଜୀବନ ପରମେଶ୍ୱରଙ୍କ ପାଇଁ ସମ୍ମାନ ଓ ଭକ୍ତି ଭରା ଜୀବନ ବିତେଇ ପାରିବା।


ହେ ନିର୍ବୋଧଗଣ! ବାହାରେ ଯାହା ଅଛି, ତାହା ଯିଏ ତିଆରି କରିଛନ୍ତି ସେ ମଧ୍ୟ ଭିତରେ ଥିବା ବିଷୟ ସବୁ ତିଆରି କରିଛନ୍ତିା


ସଦାପ୍ରଭୁଙ୍କର ସେବକ କୁହନ୍ତି, “ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦେବାକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଗ୍ଭର କରିବା ନିମନ୍ତେ ମୋତେ ପ୍ରେରଣ କରିଛନ୍ତି।


କାରଣ ଯେ ଅନନ୍ତକାଳ ନିବାସୀ, ଯାହାଙ୍କର ନାମ ପରମେଶ୍ୱର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କୁହନ୍ତି; “ଆମ୍ଭେ ଊର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ। ଆଉ ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକଙ୍କ ସହିତ ହିଁ ବାସ କରୁ।


ସେ ଶୋଚନୀୟ ଲୋକକୁ ବିଗ୍ଭର ମାର୍ଗ ଦେଖାନ୍ତି ଓ ନମ୍ର ଲୋକମାନଙ୍କୁ ତାଙ୍କ ପଥରେ ଗ୍ଭଲିବାକୁ ପ୍ରେରିତ କରନ୍ତି।


ତେଣୁ ତୁମ୍ଭମାନଙ୍କ ଜୀବନରୁ ପ୍ରତ୍ୟେକ ମନ୍ଦ ବିଷୟ ଓ ମନ୍ଦ କର୍ମକୁ କାଢ଼ି ପକାଅ। ତୁମ୍ଭର ହୃଦୟରେ ବୁଣା ଯାଇଥିବା ପରମେଶ୍ୱରଙ୍କ ଶିକ୍ଷାଗୁଡ଼ିକୁ ନମ୍ରତାର ସହିତ ଗ୍ରହଣ କର। ଏହି ଶିକ୍ଷା ତୁମ୍ଭର ଆତ୍ମାକୁ ରକ୍ଷା କରି ପାରିବ।


ଯେଉଁମାନେ ତାଙ୍କୁ ବିରୋଧ କରନ୍ତି, ସେମାନଙ୍କୁ ଭଦ୍ର ଭାବରେ ଶିଖାଇବା ଉଚିତ୍। ହୁଏତ ପରମେଶ୍ୱର ସେମାନଙ୍କ ହୃଦୟରେ ଗୋଟିଏ ପରିବର୍ତ୍ତନ ପ୍ରଦାନ କରିବେ, ଯାହାଦ୍ୱାରା ସେମାନେ ସତ୍ୟକୁ ଗ୍ରହଣ କରିବେ।


ଆମ୍ଭେ ସେମାନଙ୍କୁ ଆଦେଶ ଦେଉଛୁ ଯେ, ସେମାନେ ଅନ୍ୟମାନଙ୍କ ବିଷୟରେ ଚିନ୍ତା କରିବା ଛାଡ଼ିଦିଅନ୍ତୁ। ସେମାନେ କର୍ମ କରି ନିଜର ଖାଦ୍ୟ ପାଇଁ ଉପାର୍ଜନ କରନ୍ତୁ। ଏଭଳି ଲୋକମାନଙ୍କୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆମ୍ଭେ ଅନୁରୋଧ କରୁଛୁ ଯେ, ସେମାନେ ଏପରି କରନ୍ତୁ।


ନମ୍ର ଓ ସୁଶୀଳ ଲୋକମାନେ ଧନ୍ୟ; କାରଣ ଏ ପୃଥିବୀ ସେହିମାନଙ୍କର ହେବ।


ସଦାପ୍ରଭୁଙ୍କଠାରେ ଦରିଦ୍ର, ନମ୍ର ଲୋକମାନେ ଆନନ୍ଦ ବଢ଼ାଇବେ। ଲୋକମାନଙ୍କ ମଧ୍ୟରେ ଦରିଦ୍ରମାନେ ଇସ୍ରାଏଲର ଧର୍ମ ସ୍ୱରୂପଙ୍କଠାରେ ଉଲ୍ଲାସ କରିବେ।


ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ଆନନ୍ଦିତ ହୁଅନ୍ତି। ସେ ନମ୍ର ଲୋକମାନଙ୍କ ପାଇଁ ଆଶ୍ଚର୍ଯ୍ୟ କ୍ରିୟାମାନ କରିଛନ୍ତି। ସେ ସେମାନଙ୍କୁ ରକ୍ଷା କଲେ।


ସଦାପ୍ରଭୁ ନମ୍ର ଲୋକମାନଙ୍କ ସପକ୍ଷରେ ଥା’ନ୍ତି। ଏବଂ ସେ ଦୁଷ୍ଟମାନଙ୍କୁ ବିଚଳିତ କରନ୍ତି।


ଆମ୍ଭେ ଜାଣୁ ଯେ, ଆମ୍ଭର ପୂର୍ବ ଜୀବନ ଖ୍ରୀଷ୍ଟଙ୍କ ସହିତ କ୍ରୁଶ ଉପରେ ତାହାଙ୍କ ସହିତ ମୃତ ହୋଇ ଯାଇଛି। ଆମ୍ଭର ପାପପୂର୍ଣ୍ଣ ଶରୀର ଆମ୍ଭ ଉପରେ ରାଜତ୍ୱ ନ କରିବା ପାଇଁ ଏପରି ଘଟିଲା। ତା'ପରେ ଆମ୍ଭେ ପାପର ଦାସ ହେବୁ ନାହିଁ।


ଯୀଶୁ ଫାରୂଶୀମାନଙ୍କୁ କହିଲେ, “ଲୋକଙ୍କ ଆଗରେ ତୁମ୍ଭେମାନେ ନିଜକୁ ଭଲ ବୋଲି ଦେଖେଇ ହେଉଛ। କିନ୍ତୁ ତୁମ୍ଭମାନଙ୍କ ହୃଦୟରେ ପ୍ରକୃତରେ କ’ଣ ଅଛି, ତାହା ପରମେଶ୍ୱର ଜାଣନ୍ତି। ଯେଉଁସବୁ ବିଷୟକୁ ଲୋକମାନେ ବହୁତ ମୂଲ୍ୟବାନ୍ ବୋଲି ମନେ କରିଥା’ନ୍ତି, ତାହା ପରମେଶ୍ୱରଙ୍କ ଦୃଷ୍ଟିରେ ମୂଲ୍ୟ ହୀନ।


ହେ ପରମେଶ୍ୱର, ମୁଁ ବିଶ୍ୱସ୍ତ ହୁଏ ବୋଲି ତୁମ୍ଭେ ଗ୍ଭହଁ, ତେଣୁ ମୋ’ ଅନ୍ତରରେ ପ୍ରକୃତ ଜ୍ଞାନ ପ୍ରଦାନ କର।


ତା'ର ସମସ୍ତ ମହିମାରେ, ମୁକ୍ତା ସୁବର୍ଣ୍ଣରେ ଖଚିତ ହେବାପରି ରାଜକୁମାରୀ ତାଙ୍କର ବସ୍ତ୍ରରେ ଦେଖାଯା’ନ୍ତି।


ତୁମ୍ଭେ ପୁନର୍ଜନ୍ମ ଗ୍ରହଣ କରିଛ। ଏହି ନୂତନ ଜୀବନ ମରଣଶୀଳ ବିଷୟରୁ ଆସି ନାହିଁ କିନ୍ତୁ ଯାହାକିଛି କେବେ ମରେ ନାହିଁ, ସେଠାରୁ ଆସିଛି। ଯାହା ସବୁଦିନ ପାଇଁ ରୁହେ, ପରମେଶ୍ୱରଙ୍କ ସେହି ଜୀବନ୍ତ ସୁସମାଗ୍ଭର ଯୋଗୁଁ ତୁମ୍ଭେ ଆଉ ଥରେ ଜନ୍ମ ଗ୍ରହଣ କରିଛ।


ତୁମ୍ଭମାନଙ୍କର ପୁରାତନ ପାପପୂର୍ଣ୍ଣ ସ୍ୱଭାବର ମୃତ୍ୟୁ ହୋଇଯାଇଛି ଓ ପରମେଶ୍ୱରଙ୍କଠାରେ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କର ନୂତନ ଜୀବନ ସୁରକ୍ଷିତ ଅଛି।


ଭଦ୍ରତା ଓ ଆତ୍ମ-ସଂଯମ। ଏହି ବିଷୟ ଗୁଡ଼ିକ ଠିକ୍ ନୁହେଁ ବୋଲି କୌଣସି ନିୟମ କହିପାରିବ ନାହିଁ।


ମୁଁ ଶାନ୍ତ ଅଟେ, ମୋର ପ୍ରାଣ ଧୀର ଅଟେ। ଏକ ଶିଶୁ ତା'ର ମା କୋଳରେ ଥିବାପରି ମୋ’ ପ୍ରାଣ ଶାନ୍ତ ଓ ସୁସ୍ଥିର ଅଟେ।


ମୁଁ ପାଉଲ, ଖ୍ରୀଷ୍ଟଙ୍କ ପରି ମୁଁ ମୃଦୁଭାବରେ ତୁମ୍ଭମାନଙ୍କୁ ନିବେଦନ କରେ। କେତେକ ଲୋକ କୁହନ୍ତି, ମୁଁ ତୁମ୍ଭ ମଧ୍ୟରେ ଥିଲାବେଳେ ନମ୍ର ଥାଏ କିନ୍ତୁ ଦୂରରେ ଥିଲାବେଳେ ସାହସୀ ବା ନିର୍ଭୟ ଅଟେ।


“ସିୟୋନ ନଗରୀକୁ କୁହ: ‘ଦେଖ, ତୁମ୍ଭର ରାଜା ତୁମ୍ଭ ପାଖକୁ ଆସୁଛନ୍ତି। ସେ ନମ୍ର ଓ ସେ ଗୋଟିଏ ଗଧ ଉପରେ ଚଢ଼ି ଆସୁଛନ୍ତି। ହଁ, ଗୋଟିଏ ଗଧଛୁଆ ଉପରେ ଚଢ଼ିଛନ୍ତି, ସେହି ଛୁଆଟି ଏକ ସ୍ତନ୍ୟପାୟୀ ଗଧରୁ ଜନ୍ମ ହୋଇଛି।’”


ସେ ସାଧୁ ଓ ନିରପେକ୍ଷ ରହିବେ, ଯେତେବେଳେ ଗରିବ ଏବଂ ଅସହାୟ ଲୋକଙ୍କର ବିଗ୍ଭର କରୁଥିବେ। ସେ ଯେତେବେଳେ ଲୋକଙ୍କୁ ଦଣ୍ଡ ଦେବାକୁ ସ୍ଥିର କରିବ, ସେତେବେଳେ ସେମାନେ ଦଣ୍ଡିତ ହେବେ। ପୁଣି ଯେତେବେଳେ ଦୁଷ୍ଟାଗ୍ଭରୀମାନଙ୍କୁ ସଂହାର କରିବାକୁ ଆଦେଶ ଦେବେ, ସେତେବେଳେ ସେମାନେ ନିହତ ହେବେ। ଧର୍ମ ଓ ନ୍ୟାୟ ସେ ପିଲାକୁ ଶକ୍ତି ଦେବ। ସେଗୁଡ଼ିକ ତା'ର ଅଣ୍ଟାର ବଳୟ ସଦୃଶ ହେବ।


ଯିହୁଦାର ଶାସକ ସିଦିକିୟଙ୍କ ରାଜତ୍ୱର ଚତୁର୍ଥ ବର୍ଷରେ ମହସେୟର ପୌତ୍ର, ନେରିୟର ପୁତ୍ର ସରାୟ ଯେଉଁ ସମୟରେ ରାଜା ସଙ୍ଗେ ବାବିଲକୁ ଗଲା, ସେ ସମୟରେ ଯିରିମିୟ ସରାୟକୁ ଏହି ବାର୍ତ୍ତା ଦେଇଥିଲା। ସରାୟ ଜଣେ ପଦାଧିକାରୀ ଥିଲେ।


ସେମାନେ ପରମେଶ୍ୱରଙ୍କ ଚିରସ୍ଥାୟୀ ମହିମାକୁ ଛାଡ଼ି ଦେଲେ। ଲୋକେ ସେହି ମହିମାକୁ ମୂର୍ତ୍ତିପୂଜା ଦ୍ୱାରା ବେପାର କଲେ। ଲୋକେ ଏହି ମୂର୍ତ୍ତିଗୁଡ଼ିକୁ ପକ୍ଷୀ, ପଶୁ ଓ ପରୀସୃପ ରୂପ ପ୍ରଦାନ କଲେ।


Swiv nou:

Piblisite


Piblisite