Biblia Todo Logo
Bib sou entènèt

- Piblisite -




୧ ପିତର 5:13 - ପବିତ୍ର ବାଇବଲ

13 ବାବିଲୋନ ମଣ୍ଡଳୀ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି। ତୁମ୍ଭ ଭଳି ସେମାନେ ମଧ୍ୟ ମନୋନୀତ। ଯୀଶୁ ଖ୍ରୀଷ୍ଟଙ୍କ ବିଶ୍ୱାସୀ ମୋ’ ପୁତ୍ର ମାର୍କ ନମସ୍କାର ଜଣାଉଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତୁମ୍ଭମାନଙ୍କ ସହିତ ମନୋନୀତ ବାବିଲୋନସ୍ଥ ମଣ୍ତଳୀ ଓ ମୋହର ପୁତ୍ର ମାର୍କ ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

13 ତୁମ୍ଭମାନଙ୍କ ସହିତ ମନୋନୀତ ବାବିଲୋନସ୍ଥ ମଣ୍ଡଳୀ ଓ ମୋହର ପୁତ୍ର ମାର୍କ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଈଶ୍ୱରଙ୍କ ଦ୍ୱାରା ମନୋନୀତ ବାବିଲୋନସ୍ଥିତ ମଣ୍ଡଳୀ ମୋର ଧର୍ମପୁତ୍ର ମାର୍କ ମଧ୍ୟ ତୁମ୍ଭମାନଙ୍କୁ ଅଭିବାଦନ ଜଣାଉଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତୁମ୍ଭମାନଙ୍କ ସହିତ ମନୋନୀତ ବାବିଲସ୍ଥ ମଣ୍ଡଳୀ ଓ ମୋହର ପୁତ୍ର ମାର୍କ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।

Gade chapit la Kopi




୧ ପିତର 5:13
11 Referans Kwoze  

ଏହା ଅନୁଭବ କଲାପରେ, ସେ ଯୋହନଙ୍କ ମାତା ମରିୟମଙ୍କ ଘରକୁ ଗଲେ। ଯୋହନଙ୍କୁ ମାର୍କ ମଧ୍ୟ କୁହା ଯାଉଥିଲା। ସେଠାରେ ଅନେକ ଲୋକ ଏକାଠି ହୋଇ ପ୍ରାର୍ଥନା କରୁଥିଲେ।


ବର୍ଣ୍ଣ‌ବ୍‌‌ବା ଓ ଶାଉଲ ଯିରୁଶାଲମରେ କାମ ସାରି ଆନ୍ତିୟଖିଆକୁ ଫେରିଗଲେ। ସେମାନଙ୍କ ସହିତ ମାର୍କ ନାମରେ ପରିଚିତ ଯୋହନ ଥିଲେ।


ସେ ଦୂତ ବହୁତ ଉଚ୍ଚ ସ୍ୱରରେ ପାଟିକରି କହିଲେ: “ତା'ର ପତନ ହେଲା। ମହାନଗରୀ ବାବିଲର ପତନ ହୋଇଗଲା। ତାହା ଭୂତମାନଙ୍କର ବାସସ୍ଥଳୀ ହେଲା। ତାହା ପ୍ରତ୍ୟେକ ଭୂତାତ୍ମା, ପ୍ରତ୍ୟେକ ପ୍ରକାରର ଶୁଚି ପକ୍ଷୀ ଏବଂ ପ୍ରତ୍ୟେକ ଅଶୁଚି ତଥା ଘୃଣ୍ୟ ପଶୁଙ୍କ ଆଶ୍ରୟସ୍ଥଳ ହେଲା।


ତା'ର କପାଳରେ ଏକ ଗୁପ୍ତ ଅର୍ଥ ଥିବା ଉପାଧି ଲେଖା ହେଲା: ମହାନ୍ ବାବିଲ, ବେଶ୍ୟାମାନଙ୍କର ଓ ପୃଥିବୀର ସବୁ ଘୃଣ୍ୟ ବିଷୟସକଳର ମାତା।


ପରମେଶ୍ୱରଙ୍କ ଦ୍ୱାରା ମନୋନୀତା ତୁମ୍ଭମାନଙ୍କର ଭଉଣୀଙ୍କ ସନ୍ତାନମାନେ ତୁମ୍ଭମାନଙ୍କୁ ସେମାନଙ୍କର ନମସ୍କାର ଜଣାଇଛନ୍ତି।


ପରମେଶ୍ୱର ତାଙ୍କର ଲୋକମାନଙ୍କର ଏକ ତାଲିକା ରଖିଛନ୍ତି। “ସେ ଜାଣନ୍ତି ତାଙ୍କର ପ୍ରତ୍ୟେକ ଲୋକ କେଉଁଠାରେ ଜନ୍ମ ହୋଇଥିଲେ।” ସେହିମାନଙ୍କ ମଧ୍ୟରୁ ଯେଉଁମାନେ ତାଙ୍କର ସେବା କରନ୍ତି, ସେମାନେ ମିଶର ଓ ବାବିଲରେ ବାସ କରନ୍ତି। “ସେମାନଙ୍କ ମଧ୍ୟରୁ କେତେକ ପଲେଷ୍ଟୀୟରେ, ସୋରରେ ଓ ଇଥିଓପିଆରେ ବାସ କରନ୍ତି।” ଆଉ ସିୟୋନ ସେମାନଙ୍କର ସମସ୍ତ ନାମକୁ ଜାଣନ୍ତି ପ୍ରତ୍ୟେକ ସେଠାରେ ଜନ୍ମ ହୋଇଥିଲେ। ସେଲା


ବର୍ଣ୍ଣ‌ବ୍‌‌ବା ସେମାନଙ୍କ ସହିତ ମାର୍କ ନାମରେ ପରିଚିତ ଯୋହନଙ୍କୁ ନେବା ପାଇଁ ଗ୍ଭହିଁଲେ।


ଏଥିପାଇଁ ସେମାନଙ୍କ ମଧ୍ୟରେ ଘୋର ମତଭେଦ ହେଲା। ଏହା ଫଳରେ, ପାଉଲ ଓ ବର୍ଣ୍ଣ‌ବ୍‌‌ବା ପରସ୍ପରଠାରୁ ଅଲଗା ହୋଇଗଲେ। ବର୍ଣ୍ଣ‌ବ୍‌‌ବା ମାର୍କଙ୍କୁ ନେଇ ଜଳ ପଥରେ କୂପ୍ର ଉପଦ୍ୱୀପକୁ ଗ୍ଭଲିଗଲେ।


ଅରିସ୍ତାର୍ଖଙ୍କ ନମସ୍କାର ଜଣାଉଛି। ସେ ମୋ’ ସହିତ ଜଣେ ସହବନ୍ଦୀ। ବର୍ଣ୍ଣବାଙ୍କ କୁଟୁମ୍ବୀୟ ଭାଇ ମାର୍କ ନମସ୍କାର କରୁଛନ୍ତି। (ମୁଁ ଆଗରୁ ତାହାଙ୍କ ବିଷୟରେ କହି ସାରିଛି। ସେ ଯଦି ଆସନ୍ତି, ତାହାଙ୍କୁ ସ୍ୱାଗତ କରିବ।)


ମାର୍କ, ଆରିସ୍ତାର୍ଖ, ଦୀମା ଓ ଲୂକ ଏମାନେ ମଧ୍ୟ ତୁମ୍ଭକୁ ନମସ୍କାର ଜଣାଉଛନ୍ତି।


ପ୍ରାଚୀନ ଯେ ମୁଁ, ପରମେଶ୍ୱରଙ୍କ ଦ୍ୱାରା ମନୋନୀତା ମହିଳା ଓ ତାହାଙ୍କର ସନ୍ତାନମାନଙ୍କ ନିକଟକୁ ଏହି ପତ୍ର ଲେଖୁଛି: ମୁଁ ତୁମ୍ଭ ସମସ୍ତଙ୍କୁ ସତ୍ୟରେ ରହି ପ୍ରେମ କରେ। ସତ୍ୟକୁ ଜାଣିଥିବା ସମସ୍ତ ଲୋକମାନେ ମଧ୍ୟ ତୁମ୍ଭକୁ ପ୍ରେମ କରନ୍ତି।


Swiv nou:

Piblisite


Piblisite