Biblia Todo Logo
Bib sou entènèt

- Piblisite -




୧ ପିତର 5:14 - ପବିତ୍ର ବାଇବଲ

14 ଯେତେବେଳେ ଦେଖା ସାକ୍ଷାତ ହେଉଛି, ପରସ୍ପରକୁ ପ୍ରେମ ଚୁମ୍ବନ ଦ୍ୱାରା ନମସ୍କାର କର। ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭ ସମସ୍ତଙ୍କୁ ଶାନ୍ତି ମିଳୁ। ଆମେନ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପ୍ରେମ ଚୁମ୍ଵନ ଦେଇ ପରସ୍ପରକୁ ନମସ୍କାର କର। ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭମାନଙ୍କ ପ୍ରତି ଶାନ୍ତି ହେଉ।

Gade chapit la Kopi

ଓଡିଆ ବାଇବେଲ

14 ପ୍ରେମ ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର। ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭମାନଙ୍କ ପ୍ରତି ଶାନ୍ତି ହେଉ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଖ୍ରୀଷ୍ଟୀୟ ପ୍ରେମ ଚୁମ୍ବନରେ ପରସ୍ପରକୁ ଅଭିବାଦନ ଜଣାଅ। ଖ୍ରୀଷ୍ଟାଶ୍ରିତ ତୁମ ସମସ୍ତଙ୍କର ଶାନ୍ତି ହେଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପ୍ରେମ ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର। ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭମାନଙ୍କ ପ୍ରତି ଶାନ୍ତି ହେଉ।

Gade chapit la Kopi




୧ ପିତର 5:14
16 Referans Kwoze  

ତୁମ୍ଭେମାନେ ସମସ୍ତେ ପବିତ୍ର ଚୁମ୍ବନ ଦେଇ ଏକଆରେକକୁ ଅଭିବାଦନ ଜଣାଅ। ଖ୍ରୀଷ୍ଟଙ୍କର ସମସ୍ତ ମଣ୍ତଳୀ ବା ବିଶ୍ୱାସୀ ସମୂହ ତୁମ୍ଭମାନଙ୍କୁ ଅଭିବାଦନ ଜଣାଉଛନ୍ତି।


ପ୍ରଭୁ ଯୀଶୁ ଖ୍ରୀଷ୍ଟ ଓ ପିତା ପରମେଶ୍ୱରଙ୍କ ଦ୍ୱାରା ଭାଇ ଓ ଭଉଣୀମାନଙ୍କୁ ଶାନ୍ତି, ପ୍ରେମ ଓ ବିଶ୍ୱାସ ପ୍ରାପ୍ତ ହେଉ।


ଅତଏବ ଏବେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନେ ଦେଷୀ ବୋଲି ବିଗ୍ଭରିତ ହୁଅନ୍ତି ନାହିଁ।


ସମସ୍ତ ଭାଇ ଓ ଭଉଣୀଙ୍କର ତୁମ୍ଭମାନଙ୍କୁ ନମସ୍କାର। ଯେତେବେଳେ ତୁମ୍ଭେମାନେ ଏକତ୍ର ହେଉଛ, ପରସ୍ପରକୁ ପବିତ୍ର ଚୁମ୍ବନ ଦେଇ ଅଭିବାଦନ ଜଣାଅ।


ତୁମ୍ଭେମାନେ ପରମେଶ୍ୱରଙ୍କ ପବିତ୍ର ଲୋକ ବୋଲି ବଛା ଯାଇ ଥିବାରୁ, ମୁଁ ତୁମ୍ଭମାନଙ୍କୁ ଏହି ପତ୍ର ଲେଖୁଛି। ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତିପ୍ରାପ୍ତ ହେଉ। ଆମ୍ଭ ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ମିଳୁ।


ଯଦି କୌଣସି ଲୋକ ଖ୍ରୀଷ୍ଟଙ୍କଠାରେ ଅଛି, ସେ ନୂତନ ଭାବରେ ସୃଷ୍ଟି ହୋଇ ଅଛି। ପୁରୁଣା ବିଷୟ ସମସ୍ତ ଗ୍ଭଲି ଯାଇଅଛି, ଓ ପ୍ରତ୍ୟେକ ବିଷୟ ନୂଆ ହୋଇ ଯାଇଛି।


କେବଳ ପରମେଶ୍ୱର ହିଁ ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅଂଶୀ କରାଇଛନ୍ତି। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ୱରଙ୍କ ଆଗତ ଜ୍ଞାନ। ଖ୍ରୀଷ୍ଟଙ୍କ ହେତୁ ଆମ୍ଭେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଏବଂ ଆମ୍ଭମାନଙ୍କର ପାପରୁ ମୁକ୍ତି ପାଇ ପବିତ୍ର ହୋଇଛୁ।


ଗୋଟିଏ ସପ୍ତାହ ପରେ ଶିଷ୍ୟମାନେ ପୁଣି ଘର ଭିତରେ ଥିଲେ। ଥୋମା ସେମାନଙ୍କ ସହିତ ଥିଲେ। କବାଟରେ ତାଲା ପଡ଼ିଥିଲା। କିନ୍ତୁ ଯୀଶୁ ଆସି ସେମାନଙ୍କ ମଧ୍ୟରେ ଠିଆ ହେଲେ। ସେ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।”


ସେଦିନ ରବିବାର ଥିଲା। ସନ୍ଧ୍ୟାରେ ସବୁ ଶିଷ୍ୟମାନେ ଏକାଠି ହେଲେ। ଯିହୂଦୀ ନେତାମାନଙ୍କ ଭୟରେ ଶିଷ୍ୟମାନେ ଘରର ସବୁ କବାଟ ବନ୍ଦ କରିଦେଇଥିଲେ। ତା'ପରେ ଯୀଶୁ ଆସି ସେମାନଙ୍କ ମଧ୍ୟରେ ଠିଆ ହୋଇ ସେ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।”


“ମୋ'ଠାରେ ତୁମ୍ଭେମାନେ ଯେପରି ଶାନ୍ତି ପାଇବ, ଏଥିପାଇଁ ମୁଁ ତୁମ୍ଭମାନଙ୍କୁ ଏସମସ୍ତ କଥା କହିଲି। ଏହି ଜଗତରେ ତୁମ୍ଭେ କଷ୍ଟ ପାଇବ। କିନ୍ତୁ ସାହସୀ ହୁଅ ମୁଁ ଜଗତକୁ ଜୟ କରିଛି।”


“ମୁଁ ତୁମ୍ଭକୁ ଶାନ୍ତି ଦେଇ ଯାଉଛି। ଏହି ଶାନ୍ତି ମୋ’ ନିଜର, ଯାହା ମୁଁ ତୁମ୍ଭକୁ ଦେଉଛି। ଜଗତ ଯେପରି ଶାନ୍ତି ଦିଏ, ତା'ଠାରୁ ଭିନ୍ନ ଶାନ୍ତି ମୁଁ ତୁମ୍ଭକୁ ଦେଉଛି। ତେଣୁ ମନରେ ଦୁଃଖ କର ନାହିଁ। ଭୟ ମଧ୍ୟ କର ନାହିଁ।


ଏକତ୍ରିତ ହେଲାବେଳେ, ସମସ୍ତ ଭାଇ ଓ ଭଉଣୀମାନଙ୍କୁ ପବିତ୍ର ଚୁମ୍ବନ ଦେଇ ନମସ୍କାର କର।


ପବିତ୍ର ଚୁମ୍ବନ ଦ୍ୱାରା ପରସ୍ପରକୁ ସ୍ୱାଗତ ଜଣାଅ। ପରମେଶ୍ୱରଙ୍କ ସମସ୍ତ ଲୋକ ତୁମ୍ଭମାନଙ୍କୁ ଅଭିବାଦନ ଜଣାଉଛନ୍ତି।


ପରମେଶ୍ୱର ଖୁବ୍ ଆଗରୁ ତାଙ୍କର ପବିତ୍ର ଲୋକ ହେବା ପାଇଁ ତୁମ୍ଭମାନଙ୍କୁ ମନୋନୀତ କରିବାକୁ ଯୋଜନା କରିଥିଲେ। ତୁମ୍ଭକୁ ପବିତ୍ର କରିବା ଆତ୍ମାଙ୍କର କାମ ଅଟେ। ଯୀଶୁ ଖ୍ରୀଷ୍ଟଙ୍କ ରକ୍ତ ଦ୍ୱାରା ପବିତ୍ର ହୋଇ ତୁମ୍ଭେ ଯେପରି ପରମେଶ୍ୱରଙ୍କ ଆଜ୍ଞା ପାଳନ କରିବ, ଏହା ସେ ଗ୍ଭହିଁଥିଲେ। ଈଶ୍ୱରଙ୍କ ଅନୁଗ୍ରହ ଓ ଶାନ୍ତି ଅଧିକରୁ ଅଧିକ ତୁମ୍ଭ ଉପରେ ବର୍ତ୍ତୁ।


ଯଦି ତୁମ୍ଭେ କେବଳ ନିଜ ଭାଇ ବନ୍ଧୁମାନଙ୍କୁ ନମସ୍କାର କର, ତେବେ ତୁମ୍ଭେ ଅନ୍ୟମାନଙ୍କଠାରୁ କ’ଣ ଅଧିକ କଲ? ବିଧର୍ମୀମାନେ କ’ଣ ଏଭଳି କରନ୍ତି ନାହିଁ କି?


ମୋର ତୁମ୍ଭ ସହିତ ଶୀଘ୍ର ଦେଖା ହେବ ବୋଲି ଆଶା କରୁଛି। ସେତେବେଳେ ଆମ୍ଭେ ଏକାଠି ହୋଇ କଥା ହେବା।


Swiv nou:

Piblisite


Piblisite