Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 1:17 - ପବିତ୍ର ବାଇବଲ

17 ତହିଁରେ ଏଲି ଉତ୍ତର ଦେଲେ, “ଶାନ୍ତିରେ ଯାଅ, ଯାହା ତୁମ୍ଭେ ପରମେଶ୍ୱରଙ୍କଠାରେ ମାଗିଲ, ଇସ୍ରାଏଲର ପରମେଶ୍ୱର ତୁମ୍ଭର ମନସ୍କାମନା ପୁରଣ କରନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତହିଁରେ ଏଲି ଉତ୍ତର ଦେଇ କହିଲେ, କୁଶଳରେ ଯାଅ; ଯାହା ତୁମ୍ଭେ ମାଗିଲ, ଇସ୍ରାଏଲର ପରମେଶ୍ଵର ତୁମ୍ଭର ସେହି ନିବେଦନ ଅନୁସାରେ ତୁମ୍ଭକୁ ଦେଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

17 ତହିଁରେ ଏଲି ଉତ୍ତର ଦେଇ କହିଲେ, କୁଶଳରେ ଯାଅ; ଯାହା ତୁମ୍ଭେ ମାଗିଲ, ଇସ୍ରାଏଲର ପରମେଶ୍ୱର ତୁମ୍ଭର ସେହି ନିବେଦନ ଅନୁସାରେ ତୁମ୍ଭକୁ ଦେଉନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତହିଁରେ ଏଲି ଉତ୍ତର ଦେଇ କହିଲେ, “କୁଶଳରେ ଯାଅ; ଯାହା ତୁମ୍ଭେ ମାଗିଲ, ଇସ୍ରାଏଲର ପରମେଶ୍ୱର ତୁମ୍ଭର ସେହି ନିବେଦନ ଅନୁସାରେ ତୁମ୍ଭକୁ ଦେଉନ୍ତୁ।”

Gade chapit la Kopi




1 ଶାମୁୟେଲ 1:17
14 Referans Kwoze  

ଯୀଶୁ ତାକୁ କହିଲେ, “ଆଗୋ ନାରୀ; ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରି ଦେଇଛି। ଶାନ୍ତିରେ ଯାଅ ଏବଂ ତୁମ୍ଭ ରୋଗରୁ ମୁକ୍ତ ହୁଅ।”


ତହୁଁ ଯାଜକ ତାଙ୍କୁ କହିଲା, “କୁଶଳରେ ଯାଅ। ତୁମ୍ଭମାନଙ୍କର ଗନ୍ତବ୍ୟ ପଥ ସଦାପ୍ରଭୁଙ୍କ ସମ୍ମୁଖରେ ଅଛି।”


ତା'ପରେ ଇଲୀଶାୟ ନାମା‌ନଙ୍କୁ କହିଲେ, “ଶାନ୍ତିରେ ଯାଅ।” ତେଣୁ ନାମାନ୍ ଇଲୀଶାୟଙ୍କୁ ଛାଡ଼ି ଅଳ୍ପଦୂର ଗଲେ।


ତହୁଁ ସେ ତାଙ୍କ ପାଇଁ ଯାହା ଆଣିଥିଲା, ଦାଉଦ ତାହା ହସ୍ତରୁ ତାହା ଗ୍ରହଣ କଲେ ଓ ତାକୁ କହିଲେ, “ଭଲରେ ତୁମ୍ଭେ ଘରକୁ ଯାଅ, ଦେଖ, ମୁଁ ତୁମ୍ଭ କଥା ଶୁଣିଲି ଓ ତୁମ୍ଭକୁ ଗ୍ରହଣ କଲି।”


ଯୀଶୁ ସ୍ତ୍ରୀ ଲୋକଟିକୁ କହିଲେ, “ତୁମ୍ଭେ ବିଶ୍ୱାସ କରିଥିବାରୁ ତୁମ୍ଭେ ପାପରୁ ରକ୍ଷା ପାଇଅଛ। “ଶାନ୍ତିରେ ଯାଅ।”


ଯୀଶୁ ସ୍ତ୍ରୀ ଲୋକଟିକୁ କହିଲେ, “ହେ ଝିଅ, ତୁମ୍ଭେ ବିଶ୍ୱାସ କଲ ସେଥିପାଇଁ ସୁସ୍ଥ ହୋଇଗଲ। ଏଥର ଶାନ୍ତିରେ ଯାଅ।”


ଯାବେଷ୍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ପ୍ରାର୍ଥନା କରୁଅଛି ତୁମ୍ଭେ ମୋତେ ଆଶୀର୍ବାଦ କର। ମୁଁ ଇଚ୍ଛା କରେ ଯେ, ତୁମ୍ଭେ ମୋତେ ଅଧିକ ଦେଶ ରାଜତ୍ୱ କରିବାକୁ ଦିଅ। ତୁମ୍ଭେ ମୋର ପାଶେ ପାଶେ ରୁହ ଓ ମୋତେ ଆଘାତ କରିବାକୁ କାହାକୁ ଦିଅ ନାହିଁ। ତେବେ ମୋହର କୌଣସି କଷ୍ଟ ହେବ ନାହିଁ।” ଯାବେଷ୍ ଯାହାକିଛି ମାଗିଲେ, ପରମେଶ୍ୱର ତାକୁ ସେହିସବୁ ପ୍ରଦାନ କଲେ।


ଶାନ୍ତିରେ ଫେରିଯାଅ। ପଲେଷ୍ଟୀୟ ଶାସକମାନଙ୍କ ବିରୁଦ୍ଧରେ କିଛି କର ନାହିଁ।”


ଇ‌ସ୍‌ହାକଙ୍କର ସେହି ସ୍ତ୍ରୀ ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। ତହିଁରେ ସଦାପ୍ରଭୁ ପ୍ରାର୍ଥନା ଶୁଣନ୍ତେ ତାଙ୍କର ସ୍ତ୍ରୀ ରିବିକା ଗର୍ଭବତୀ ହେଲେ।


ଆପଣା ଦାସୀକୁ କୁଚରିତ୍ରା ଭାବ ନାହିଁ। ମୁଁ ଆପଣା ଚିନ୍ତା ଓ ସମସ୍ୟାକୁ ସଦାପ୍ରଭୁଙ୍କ ନିକଟରେ ଜଣାଉଥିଲି। କାରଣ ମୋର ଅନେକ ସମସ୍ୟା ଅଛି ଏବଂ ମୁଁ ଅତ୍ୟନ୍ତ ଦୁଃଖିତ।”


ତା'ପରେ ତା'ର ସ୍ୱାମୀ ଇ‌ଲ୍‌କାନା ତାକୁ କହିଲା, “ଯାହା ତୁମ୍ଭେ ଉତ୍ତମ ଭାବ ତାହା କର। ପିଲାଟି ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ ଏଠାରେ ରୁହ। ସଦାପ୍ରଭୁ ତାଙ୍କର ବାକ୍ୟ ପୂର୍ଣ୍ଣ କରନ୍ତୁ।” ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ ଗୃହରେ ରହିଲା ଓ ପିଲାର ଦେଖାଗ୍ଭହାଁ କଲା।


ଯୋନାଥନ ଦାଉଦଙ୍କୁ କହିଲେ, “ତୁମ୍ଭେ ଶାନ୍ତିରେ ଯାଅ। ଆମ୍ଭେ ସଦାପ୍ରଭୁଙ୍କ ନିକଟରେ ଶପଥ କରିଅଛୁ, ଆମ୍ଭେ ସର୍ବଦା ବନ୍ଧୁ ହୋଇ ରହିବା। ଆମ୍ଭେ କହିଲୁ ଯେ, ଆମ୍ଭେ ଓ ଆମ୍ଭ ସଦାପ୍ରଭୁ ଚିରଦିନ ପାଇଁ ଆମ୍ଭ ଓ ଆମ୍ଭର ବଂଶଧରମାନଙ୍କର ସାକ୍ଷୀ।”


ରାଜା ତାଙ୍କୁ କହିଲେ, “ତୁମ୍ଭେ ଶାନ୍ତିରେ ଯାଅ।” ତା'ପରେ ସେ ହିବ୍ରୋଣକୁ ଗଲେ।


Swiv nou:

Piblisite


Piblisite