Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 1:26 - ପବିତ୍ର ବାଇବଲ

26 ତା'ପରେ ହାନ୍ନା ଏଲିୟକୁ କହିଲା, “ମହାଶୟ ମୁଁ ବାସ୍ତବରେ ସେହି ସ୍ତ୍ରୀଲୋକ ଯିଏ କି ତୁମ୍ଭ ଆଗରେ ଛିଡ଼ା ହେଉଥିଲା ଓ ସଦାପ୍ରଭୁଙ୍କୁ ପ୍ରାର୍ଥନା କରୁଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ତହିଁରେ ସେ ସ୍ତ୍ରୀ କହିଲା, ହେ ମୋହର ପ୍ରଭୋ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୋ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି।

Gade chapit la Kopi

ଓଡିଆ ବାଇବେଲ

26 ତହିଁରେ ସେ ସ୍ତ୍ରୀ କହିଲା, ହେ ମୋହର ପ୍ରଭୁ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୁ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତହିଁରେ ସେ ସ୍ତ୍ରୀ କହିଲା, “ହେ ମୋହର ପ୍ରଭୋ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୋ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି।

Gade chapit la Kopi




1 ଶାମୁୟେଲ 1:26
11 Referans Kwoze  

ଏଥିରେ ବାଳକର ମା କହିଲା, “ମୁଁ ଶପଥ କରୁଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣ ଜୀବିତ ଥିବା ପର୍ଯ୍ୟନ୍ତ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ଇଲୀଶାୟ ଉଠି ତାଙ୍କ ପଛେ ପଛେ ଗ୍ଭଲିଲେ।


ଏଲିୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଛି, ତୁମ୍ଭେ ଏହିଠାରେ ଥାଅ, କାରଣ ସଦାପ୍ରଭୁ ମୋତେ ଯର୍ଦ୍ଦନ ନଦୀକୁ ପଠାଇଛନ୍ତି।” ଇଲୀଶାୟ ଉତ୍ତର କଲେ, “ମୁଁ ପ୍ରତିଜ୍ଞା କରୁଛି, ସଦାପ୍ରଭୁ ଓ ତୁମ୍ଭେ ଜୀବିତ ଥିବା ପ୍ରମାଣେ ମୁଁ ତୁମ୍ଭକୁ ଛାଡ଼ିବି ନାହିଁ।” ତେଣୁ ଉଭୟେ ଆଗକୁ ଅଗ୍ରସର ହେଲେ।


ଏଲିୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଛି ତୁମ୍ଭେ ଏଠାରେ ଥାଅ, କାରଣ ସଦାପ୍ରଭୁ ମୋତେ ଯିରୀହୋକୁ ପଠାଇଛନ୍ତି।” ମାତ୍ର ଇଲୀଶାୟ କହିଲେ, “ମୁଁ ଶପଥ କରୁଛି ସଦାପ୍ରଭୁ ଓ ତୁମ୍ଭେ ଜୀବିତ ଥିବା ପର୍ଯ୍ୟନ୍ତ ମୁଁ ତୁମ୍ଭକୁ ଛାଡ଼ିବି ନାହିଁ।” ତେଣୁ ଉଭୟେ ଯିରୀହୋକୁ ଗଲେ।


ଏଲିୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଛି ଏଠାରେ ରୁହନ୍ତୁ, କାରଣ ସଦାପ୍ରଭୁ ମୋତେ ବୈଥେ‌ଲ୍‌କୁ ଯିବାକୁ କହିଛନ୍ତି।” ମାତ୍ର ଇଲୀଶାୟ କହିଲେ, “ମୁଁ ଶପଥ କରୁଛି ସଦାପ୍ରଭୁ ଜୀବିତ ଥିବା ପର୍ଯ୍ୟନ୍ତ ଓ ତୁମ୍ଭେ ଜୀବତ ଥିବା ପର୍ଯ୍ୟନ୍ତ ମୁଁ ତୁମ୍ଭକୁ ଛାଡ଼ିବି ନାହିଁ।” ତେଣୁ ଉଭୟେ ବୈଥେ‌ଲ୍‌କୁ ଗଲେ।


ଊରିୟ ଦାଉଦଙ୍କୁ କହିଲା, “ପବିତ୍ର ସିନ୍ଦୁକ, ଇସ୍ରାଏଲ ଓ ଯିହୁଦାର ସୈନ୍ୟବାହିନୀ ଏବଂ ମୋର ରାଜାଙ୍କର ଅଧିକାରୀଗଣ ଖୋଲା ପଦାରେ ତମ୍ବୁ କରିଛନ୍ତି। ତେଣୁ ମୁଁ କିପରି ଭୋଜନ କରିବାକୁ ଘରକୁ ଯିବି ଏବଂ ତା'ପରେ ମୋର ସ୍ତ୍ରୀଙ୍କ ସହିତ ଶୟନ କରିବି? ତୁମ୍ଭେ ଓ ମୁଁ ବଞ୍ଚିଥିବା ଯାଏ ସେପରି କରିବି ନାହିଁ।”


କିନ୍ତୁ ଦାଉଦ ଉତ୍ତର ଦେଲେ, “ତୁମ୍ଭ ବାପା ଭଲଭାବରେ ଜାଣନ୍ତି ଯେ ମୁଁ ତୁମ୍ଭର ସାଙ୍ଗ।” ତୁମ୍ଭ ବାପା ନିଜକୁ କହିଲେ, ‘ଯୋନାଥନ ନିଶ୍ଚୟ ଏହା ଜାଣି ନ ଥିବ। ଯଦି ସେ ଜାଣେ ତା'ର ହୃଦୟ ଦୁଃଖରେ ପୂର୍ଣ୍ଣ ହୋଇଯିବ, ସେ ମଧ୍ୟ ଦାଉଦଙ୍କୁ କହି ପାରି ଥା’ନ୍ତେ।’ କିନ୍ତୁ ତୁମ୍ଭେ ଏବଂ ପ୍ରଭୁ ଜୀବିତ ଥିବା ବେଳେ ମୁଁ ମୃତ୍ୟୁର ନିକଟତର ହେଉଅଛି।”


ସେହି ପଲେଷ୍ଟୀୟ ବିରୁଦ୍ଧରେ ଦାଉଦଙ୍କୁ ବାହାରିବାର ଦେଖି ଶାଉଲ ସୈନ୍ୟର ସେନାପତି ଅ‌‌ବ୍‌‌ନରକୁ କହିଲେ, “ଅ‌‌ବ୍‌‌ନର ଏ ଯୁବକ କାହାର ପୁତ୍ର?” ଅ‌‌ବ୍‌‌ନର କହିଲା, “ହେ ମହାରାଜ ଆପଣଙ୍କ ଜୀବନ ପ୍ରମାଣେ ମୁଁ କହି ପାରିବି ନାହିଁ।”


ରାଜା କହିଲେ, “ଯୋୟାବ କ’ଣ ତୁମ୍ଭକୁ ଏପରି କହିବାକୁ କହିଥିଲେ?” ସେହି ସ୍ତ୍ରୀଲୋକଟି ଉତ୍ତର ଦେଲା, “ହେ ମୋର ପ୍ରଭୁ ରାଜା, ଆପଣଙ୍କ ଜୀବିତ ଥିବା ଯାଏ, ଆପଣ ଯାହା କହନ୍ତି ସବୁ ଠିକ୍। ଆପଣଙ୍କର ଅଧିକାରୀ ଯୋୟାବ ମୋତେ ଏପରି କହିବାକୁ କହିଥିଲେ।


କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ ତୁମ୍ଭର ସତ୍ୟତାର ପ୍ରମାଣ ଦେଖାଅ। ଫାରୋଙ୍କ ନାମରେ ମୁଁ ଶପଥ କରୁଛି ଯେ, ତୁମ୍ଭର ସାନଭାଇ ଏଠାକୁ ନ ଆସିବା ପର୍ଯ୍ୟନ୍ତ ମୁଁ ତୁମ୍ଭମାନଙ୍କୁ ଯିବାକୁ ଦେବି ନାହିଁ।


ହେ ମୋର ପ୍ରଭୁ, ସଦାପ୍ରଭୁ ତ ଆପଣଙ୍କୁ ନିରୀହ ଲୋକମାନଙ୍କର ରକ୍ତପାତ ବାରଣ କଲେ। ତେଣୁ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭେ ଜୀବିତ ଥିବା ଯାଏ ତୁମ୍ଭର ଶତ୍ରୁମାନେ ଯେଉଁମାନେ ତୁମ୍ଭର କ୍ଷତି କରିବା ପାଇଁ ଗ୍ଭହାନ୍ତି, ସେମାନେ ନାବଲ ପରି ହୁଅନ୍ତୁ।


ଯାବେଷ୍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ପ୍ରାର୍ଥନା କରୁଅଛି ତୁମ୍ଭେ ମୋତେ ଆଶୀର୍ବାଦ କର। ମୁଁ ଇଚ୍ଛା କରେ ଯେ, ତୁମ୍ଭେ ମୋତେ ଅଧିକ ଦେଶ ରାଜତ୍ୱ କରିବାକୁ ଦିଅ। ତୁମ୍ଭେ ମୋର ପାଶେ ପାଶେ ରୁହ ଓ ମୋତେ ଆଘାତ କରିବାକୁ କାହାକୁ ଦିଅ ନାହିଁ। ତେବେ ମୋହର କୌଣସି କଷ୍ଟ ହେବ ନାହିଁ।” ଯାବେଷ୍ ଯାହାକିଛି ମାଗିଲେ, ପରମେଶ୍ୱର ତାକୁ ସେହିସବୁ ପ୍ରଦାନ କଲେ।


Swiv nou:

Piblisite


Piblisite