Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 12:11 - ପବିତ୍ର ବାଇବଲ

11 “ସଦାପ୍ରଭୁ ତୁମ୍ଭମାନଙ୍କୁ ଯିରୁବ୍ବା‌‌‌ଲ୍‌‌‌କୁ, ବଦା‌‌ନ୍‌‌‌‌‌କୁ, ଯିପ୍ତହକୁ ଓ ଶାମୁୟେଲଙ୍କୁ ପଠାଇ ଚତୁର୍ଦ୍ଦିଗରେ ଥିବା ତୁମ୍ଭ ଶତ୍ରୁମାନଙ୍କ କବଳରୁ ତୁମ୍ଭମାନଙ୍କୁ ରକ୍ଷା କଲେ। ତହିଁରେ ତୁମ୍ଭେମାନେ ନିର୍ଭୟରେ ବାସ କଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଅନନ୍ତର ସଦାପ୍ରଭୁ ଯିରୁବ୍ବାଲକୁ ଓ ବଦାନକୁ ଓ ଯିପ୍ତହକୁ ଓ ଶାମୁୟେଲଙ୍କୁ ପଠାଇ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କଲେ, ତହିଁରେ ତୁମ୍ଭେମାନେ ନିର୍ଭୟରେ ବାସ କଲ।

Gade chapit la Kopi

ଓଡିଆ ବାଇବେଲ

11 ଏଥିଉତ୍ତାରେ ସଦାପ୍ରଭୁ ଯିରୁବ୍ବାଲକୁ ଓ ବଦାନକୁ ଓ ଯିପ୍ତହକୁ ଓ ଶାମୁୟେଲଙ୍କୁ ପଠାଇ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କଲେ, ତହିଁରେ ତୁମ୍ଭେମାନେ ନିର୍ଭୟରେ ବାସ କଲ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଥିଉତ୍ତାରେ ସଦାପ୍ରଭୁ ଯିରୁବ୍ବାଲ୍‍‍କୁ ଓ ବଦାନକୁ ଓ ଯିପ୍ତହକୁ ଓ ଶାମୁୟେଲଙ୍କୁ ପଠାଇ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କଲେ, ତହିଁରେ ତୁମ୍ଭେମାନେ ନିର୍ଭୟରେ ବାସ କଲ।

Gade chapit la Kopi




1 ଶାମୁୟେଲ 12:11
13 Referans Kwoze  

ଯୋୟାଶ କହିଲେ, “ଯଦି ଗିଦିୟୋନ ତା'ର ଯଜ୍ଞବେଦି ଭାଙ୍ଗିଛି ତେବେ, ବାଲ୍ ତାକୁ ନ୍ୟାୟାଳୟକୁ ନେଇଯାଉ।” ତେଣୁ ସେହି ଦିନ ଯୋୟାଶ ଗିଦିୟୋନର ଏକ ନୂତନ ନାମ, ଯିରୁବ୍ବାଲ୍ ରଖିଲେ।


ଦବୋରା ଏକ ଦୂତ ବାରକ ପାଖକୁ ପଠାଇଲେ। ସେ ତାଙ୍କୁ ଭେଟିବା ପାଇଁ ଉପଦେଶ ଦେଲେ। ବାରକ ଅବୀନୋୟମର ପୁତ୍ର ଥିଲେ। ବାରକ ନପ୍ତାଲି ସହରରେ କେଦଶରେ ବାସ କରୁଥିଲେ। ଦବୋରା ବାରକକୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ନିର୍ଦ୍ଦେଶ ଦିଅନ୍ତି, ‘ନପ୍ତାଲି ପରିବାରବର୍ଗ ଏବଂ ସବୂଲୂନର 10,000 ଲୋକଙ୍କୁ ଏକତ୍ରିତ କର ଓ ସେମାନଙ୍କୁ ତାବୋର ପର୍ବତକୁ ଆଗେଇ ନିଅ।


ତା'ପରେ ସଦାପ୍ରଭୁ ଗିଦିୟୋନକୁ ଅନାଇଲେ ଏବଂ କହିଲେ, “ତୁମ୍ଭର ନିଜର ଶକ୍ତିକୁ ବ୍ୟବହାର କର। ଯାଅ ଏବଂ ମିଦିୟନ ହସ୍ତରୁ ଇସ୍ରାଏଲର ଲୋକମାନଙ୍କୁ ରକ୍ଷା କର। ମୁଁ ତୁମ୍ଭମାନଙ୍କୁ ଏହି ଅଭିଯାନରେ ପଠାଉଛି।”


ପଲେଷ୍ଟୀୟମାନେ ପରାସ୍ତ ହେଲେ। ସେମାନେ ପୁଣି ଇସ୍ରାଏଲରେ ପ୍ରବେଶ କଲେ ନାହିଁ। ସଦାପ୍ରଭୁ ଶାମୁୟେଲଙ୍କ ଅବଶିଷ୍ଟ ଜୀବନ କାଳରେ ପଲେଷ୍ଟୀୟଙ୍କ ବିରୁଦ୍ଧରେ ଗଲେ।


ଇସ୍ରାଏଲର ଲୋକମାନେ ଯିରୁବ୍ବା‌ଲ୍‌ର ପରିବାର ପ୍ରତି ଆନୁଗତ୍ୟ ରହିଲେ ନାହିଁ। ଯଦିଓ ସେମାନଙ୍କ ପାଇଁ ସେ ବହୁତ କାର୍ଯ୍ୟ କରିଥିଲେ।


ଏହା ପରେ ଯୋୟାଶର ପୁତ୍ର ଯିରୁବ୍ବାଲ୍ ଯାଇ ନିଜ ଗୃହରେ ବାସ କଲେ।


ଏହା ପରେ ଯୋୟାଶ ତାଙ୍କ ଚତୁର୍ପାର୍ଶ୍ୱରେ ଘେରି ରହିଥିବା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ କ’ଣ ବା‌‌ଲ୍‌‌କୁ ପ୍ରତିରକ୍ଷା କରିବ? ତୁମ୍ଭେ ତାଙ୍କୁ ରକ୍ଷା କରିବ କି? ଯିଏ ବାଲ୍ ସକାଶେ ଯୁକ୍ତି କରେ, ସକାଳେ ତାକୁ ମୃତ୍ୟୁ ଦଣ୍ତ ଦିଆଯିବ। ଯଦି ‌ବା‌ଲ୍‌ଦେବତା ଅଟେ, ସେ ନିଜେ ତାଙ୍କର ପ୍ରତିରକ୍ଷା କରୁ, ଯିଏ ତା'ର ଯଜ୍ଞବେଦି ଭାଙ୍ଗି ଅଛି।”


ତା’ ପରଦିନ ପ୍ରତ୍ୟୁଷ୍ୟରେ ଯିରୁବ୍ବାଲ୍ ଏବଂ ତାଙ୍କର ସମସ୍ତ ଲୋକମାନେ ଉଠି ହାରୋଦ ଝରଣା ନିକଟରେ ଛାଉଣି ସ୍ଥାପନ କଲେ। ମିଦିୟନ ଲୋକମାନଙ୍କର ଛାଉଣି ସେମାନଙ୍କର ଉତ୍ତରରେ ମୋରି ପର୍ବତ ନିକଟ ତଳଭୂମିରେ ଥିଲା।


ତା'ପରେ ଶାମୁୟେଲ ସଦାପ୍ରଭୁଙ୍କ ପ୍ରକୃତ ଭବିଷ୍ୟ‌ଦ୍‌ବକ୍ତା ବୋଲି ଦା‌ନ୍‌ଠାରୁ ବେ‌ର୍‌ଶେବା ପର୍ଯ୍ୟନ୍ତ ସମସ୍ତ ଇସ୍ରାଏଲୀୟ ଜ୍ଞାତ ହେଲେ।


ତେଣୁ ସଦାପ୍ରଭୁ ଇସ୍ରାଏଲର ଉଦ୍ଧାର ପାଇଁ ଏକ ଲୋକ ପଠାଇଲେ। ଫଳରେ ଇସ୍ରାଏଲୀୟମାନେ ଅରାମୀୟମାନଙ୍କଠାରୁ ମୁକ୍ତ ହେଲେ ଓ ପୂର୍ବପରି ନିଜ ନିଜ ଗୃହକୁ ଗଲେ।


ଉଲ‌ମ୍‌ଙ୍କ ପୁତ୍ର ଥିଲେ, ବଦାନ। ଏହିମାନେ ଗିଲିୟଦର ବଂଶଧର ଥିଲେ। ଗିଲିୟଦ ମାଖୀରଙ୍କ ପୁତ୍ର, ମାଖୀର ମନଃଶିଙ୍କ ପୁତ୍ର ଥିଲେ।


Swiv nou:

Piblisite


Piblisite