Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 12:12 - ପବିତ୍ର ବାଇବଲ

12 ତା'ପରେ ତୁମ୍ଭେ ଦେଖିଲ ଅମ୍ମୋନର ରାଜା ନାହଶ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ତୁମ୍ଭେ କହିଲ, ‘ନା! ଆମ୍ଭେ ଜଣେ ରାଜା ଗ୍ଭହୁଁ’ ଯଦିଓ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭମାନଙ୍କର ରାଜା ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏଥିଉତ୍ତାରେ ଯେତେବେଳେ ତୁମ୍ଭେମାନେ ଦେଖିଲ ଯେ, ଅମ୍ମୋନ-ସନ୍ତାନଗଣର ରାଜା ନାହଶ୍ ତୁମ୍ଭମାନଙ୍କ ପ୍ରତିକୂଳରେ ବାହାର ହୋଇ ଆସୁଅଛି, ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କର ରାଜା ଥିଲେ ହେଁ ତୁମ୍ଭେମାନେ ମୋତେ କହିଲ; ନାହିଁ, ମାତ୍ର ଜଣେ ରାଜା ଆମ୍ଭମାନଙ୍କ ଉପରେ ରାଜତ୍ଵ କରିବ।

Gade chapit la Kopi

ଓଡିଆ ବାଇବେଲ

12 ଏଥିଉତ୍ତାରେ ଯେତେବେଳେ ତୁମ୍ଭେମାନେ ଦେଖିଲ ଯେ, ଅମ୍ମୋନ-ସନ୍ତାନଗଣର ରାଜା ନାହଶ୍‍ ତୁମ୍ଭମାନଙ୍କ ପ୍ରତିକୂଳରେ ବାହାର ହୋଇ ଆସୁଅଛି, ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କର ରାଜା ଥିଲେ ହେଁ ତୁମ୍ଭେମାନେ ମୋତେ କହିଲ; ନାହିଁ, ମାତ୍ର ଜଣେ ରାଜା ଆମ୍ଭମାନଙ୍କ ଉପରେ ରାଜତ୍ୱ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିଉତ୍ତାରେ ଯେତେବେଳେ ତୁମ୍ଭେମାନେ ଦେଖିଲ ଯେ, ଅମ୍ମୋନ-ସନ୍ତାନଗଣର ରାଜା ନାହଶ୍‍ ତୁମ୍ଭମାନଙ୍କ ପ୍ରତିକୂଳରେ ବାହାର ହୋଇ ଆସୁଅଛି, ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କର ରାଜା ଥିଲେ ହେଁ ତୁମ୍ଭେମାନେ ମୋତେ କହିଲ; ‘ନାହିଁ, ମାତ୍ର ଜଣେ ରାଜା ଆମ୍ଭମାନଙ୍କ ଉପରେ ରାଜତ୍ୱ କରିବ।’

Gade chapit la Kopi




1 ଶାମୁୟେଲ 12:12
15 Referans Kwoze  

କିନ୍ତୁ ଗିଦିୟୋନ ଇସ୍ରାଏଲର ଲୋକମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ଶାସକ ହେବେ। ମୁଁ ତୁମ୍ଭକୁ ଶାସନ କରିବି ନାହିଁ। ଏବଂ ମୋର ପୁତ୍ରମାନେ ମଧ୍ୟ ତୁମ୍ଭକୁ ଶାସନ କରିବେ ନାହିଁ।”


କିନ୍ତୁ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ଆଜି ପରିତ୍ୟାଗ କଲ। ପରମେଶ୍ୱର ତୁମ୍ଭମାନଙ୍କୁ ସବୁ ଅସୁବିଧାରୁ ଓ ସମସ୍ୟାରୁ ରକ୍ଷା କରନ୍ତି। କିନ୍ତୁ ତୁମ୍ଭେମାନେ କହିଲ, ‘ଆମ୍ଭମାନଙ୍କୁ ଶାସନ କରିବାକୁ ଆମ୍ଭେ ଜଣେ ରାଜା ଗ୍ଭହୁଁ।’ ସେଥିପାଇଁ ତୁମ୍ଭମାନଙ୍କର ଜାତି ଓ ପରିବାରବର୍ଗ ଅନୁସାରେ ସଦାପ୍ରଭୁଙ୍କ ନିକଟରେ ଉପସ୍ଥିତ ହୁଅ।”


ତୁମ୍ଭର ରାଜା କେଉଁଠି? ତୁମ୍ଭର ସମସ୍ତ ନଗରରେ ସେ ତୁମ୍ଭମାନଙ୍କୁ ରକ୍ଷା କରି ପାରିବେ ନାହିଁ। ତୁମ୍ଭର ବିଗ୍ଭରକମାନେ କାହାନ୍ତି? ତୁମ୍ଭେମାନେ ସେମାନଙ୍କୁ ଏହା କହି ମାଗିଥିଲ, ‘ଆମ୍ଭକୁ ଜଣେ ରାଜା ଓ ନେତୃମଣ୍ତଳୀ ଦିଅ।’


ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କର ପୂର୍ବାବଧି ରାଜା ହୋଇଅଛ। ଏହି ଦେଶରେ ବହୁତ ଯୁଦ୍ଧରେ ଜିତିବାରେ ଆମ୍ଭକୁ ସାହାଯ୍ୟ କରିଛ।


ଶାମୁୟେଲଙ୍କ ପୁଅମାନେ ତାଙ୍କପରି ଜୀବନଯାପନ କଲେ ନାହିଁ। ସେମାନେ ଉତ୍କୋଚ ନେଉଥିଲେ। ସେମାନେ ଉତ୍କୋଚ ନେଇ ଦରବାରରେ ସେମାନଙ୍କ ନିଷ୍ପତ୍ତି ପରିବର୍ତ୍ତନ କରୁଥିଲେ।


କିନ୍ତୁ ବର୍ତ୍ତମାନ ତୁମ୍ଭେମାନେ ମୋର ପିତାଙ୍କର ପରିବାର ବିରୁଦ୍ଧରେ ବିଦ୍ରୋହ କଲ। ତୁମ୍ଭେ ତାଙ୍କର ସତୁରି ପୁତ୍ରଙ୍କୁ ଗୋଟିଏ ପଥରରେ ହତ୍ୟା କଲ। ତୁମ୍ଭେମାନେ ଅବୀମେଲକକୁ ଶିଖିମ ଉପରେ ତୁମ୍ଭମାନଙ୍କର ରାଜା କରିଅଛ, ସେ ତୁମ୍ଭମାନଙ୍କର ସମ୍ପର୍କୀୟ। ସେ ହେଉଛି ମୋର ପିତାଙ୍କର ଦାସୀ ପୁତ୍ର।


ସେ ଯାକୁବ ପରିବାରର ପାପ ଦେଖନ୍ତି ନାହିଁ। ଏବଂ ଇସ୍ରାଏଲ ମଧ୍ୟରେ ପାପ ଦେଖି ନାହାନ୍ତି। ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ସେମାନଙ୍କ ସହିତ ଅଛନ୍ତି। ସେମାନଙ୍କ ରାଜାଙ୍କର ଜୟଧ୍ୱନୀ ସେମାନଙ୍କ ମଧ୍ୟରେ ଥିଲା।


ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବି। ସେହି ଚୁକ୍ତି ମଧ୍ୟ ତୁମ୍ଭର ବଂଶଧରମାନଙ୍କ ପାଇଁ ହେବ। ଏହି ଚୁକ୍ତି ଅନନ୍ତକାଳସ୍ଥାୟୀ ହେବ। ତହିଁରେ ମୁଁ ତୁମ୍ଭର ଓ ତୁମ୍ଭ ଭବିଷ୍ୟ‌ଦ୍‌ ବଂଶଧରମାନଙ୍କର ପରମେଶ୍ୱର ହେବି।


ଯିହୁଦାର ଯେଉଁସବୁ ଲୋକ ମୋୟାବ, ଅମ୍ମୋନ, ଇଦୋମ ଓ ଅନ୍ୟାନ୍ୟ ସବୁ ଦେଶରେ ଥିଲେ, ସେମାନେ ଶୁଣିଲେ ଯେ ବାବିଲର ରାଜା ଯିହୁଦା ଏକ ଅବଶିଷ୍ଟ ଅଂଶ ଲୋକ ରଖିଅଛି ଓ ଶାଫନର ପୌତ୍ର, ଅହୀକାମର ପୁତ୍ର ଗଦଲିୟକୁ ସେମାନଙ୍କୁ ଶାସନ କରିବାକୁ ନିଯୁକ୍ତ କରିଅଛି।


Swiv nou:

Piblisite


Piblisite