Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 12:14 - ପବିତ୍ର ବାଇବଲ

14 ବର୍ତ୍ତମାନ ଯଦି ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କର ଓ ତାଙ୍କୁ ସେବା କର, ଯେବେ ତୁମ୍ଭେମାନେ ତାଙ୍କର ବାକ୍ୟ ଶୁଣ, ତାଙ୍କର ଆଜ୍ଞା ପାଳନ କର ଏବଂ ତାଙ୍କ ବିରୁଦ୍ଧରେ ନ ଯାଅ, ପୁଣି ତୁମ୍ଭେମାନେ ଓ ତୁମ୍ଭମାନଙ୍କର ଶାସକ ରାଜା, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଦ୍ୱାରା ରକ୍ଷା ପାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କରିବ ଓ ତାହାଙ୍କର ସେବା କରିବ ଓ ତାହାଙ୍କ ରବ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ ନ କରିବ, ପୁଣି ତୁମ୍ଭେମାନେ ଓ ମଧ୍ୟ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵକାରୀ ରାଜା, ଉଭୟ ଯେବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ଅନୁବର୍ତ୍ତୀ ହେବ, ତେବେ ଭଲ;

Gade chapit la Kopi

ଓଡିଆ ବାଇବେଲ

14 ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କରିବ ଓ ତାହାଙ୍କର ସେବା କରିବ ଓ ତାହାଙ୍କ ରବ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ ନ କରିବ, ପୁଣି, ତୁମ୍ଭେମାନେ ଓ ମଧ୍ୟ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱକାରୀ ରାଜା, ଉଭୟ ଯେବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନୁବର୍ତ୍ତୀ ହେବ, ତେବେ ଭଲ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କରିବ ଓ ତାହାଙ୍କର ସେବା କରିବ ଓ ତାହାଙ୍କ ରବ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ ନ କରିବ, ପୁଣି, ତୁମ୍ଭେମାନେ ଓ ମଧ୍ୟ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱକାରୀ ରାଜା, ଉଭୟ ଯେବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନୁବର୍ତ୍ତୀ ହେବ, ତେବେ ଭଲ;

Gade chapit la Kopi




1 ଶାମୁୟେଲ 12:14
11 Referans Kwoze  

ଏହା ପରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ବର୍ତ୍ତମାନ ତୁମ୍ଭେ ସଦାପ୍ରଭୁଙ୍କର ବାକ୍ୟ ଶୁଣିଲ। ତେଣୁ ତୁମ୍ଭେ ସଦାପ୍ରଭୁଙ୍କୁ ଅନ୍ତରର ସହକାରେ ସେବା କର ଓ ସମ୍ମାନ ଦିଅ। ତୁମ୍ଭମାନଙ୍କର ପୂର୍ବପୁରୁଷ ମିଶରରେ ଥିବା ବେଳେ ସେବା କରୁଥିବା ଦେବତାଗଣଙ୍କୁ ଫରାତ୍ ନଦୀର ଅପର ପାର୍ଶ୍ୱକୁ ଫିଙ୍ଗିଦିଅ। ଏବଂ ବିନା ଦ୍ୱିଧାରେ ଏହି ସଦାପ୍ରଭୁଙ୍କୁ ସେବା କର।


ଉତ୍ତମ ଲୋକମାନଙ୍କୁ କୁହ, ସେମାନେ ଉତ୍ତମଫଳ ଭୋଗ କରିବେ। ସେମାନେ ସେମାନଙ୍କର ସୁକର୍ମ ଯୋଗୁଁ ପୁରସ୍କୃତ ହେବେ।


ତୁମ୍ଭେମାନେ ଯଦି ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବିଦେଶୀୟ ଦେବତାମାନଙ୍କୁ ସେବା କର, ତେବେ ସଦାପ୍ରଭୁ ତୁମ୍ଭର ଅମଙ୍ଗଳ କରିବେ। ସେ ତୁମ୍ଭର ମଙ୍ଗଳ କରିଥିଲେ ହେଁ ସେ ତୁମ୍ଭକୁ ସଂହାର କରିବେ।”


କେତେକ ଲୋକ ପରମେଶ୍ୱରଙ୍କର ମହିମା, ସମ୍ମାନ ଓ ପରମେଶ୍ୱର ଦେବାକୁ ଥିବା ଅନନ୍ତ ଜୀବନ ପାଇଁ ବଞ୍ଚନ୍ତି। ଯେଉଁମାନେ ସର୍ବଦା ଭଲ କାମ କରି ଧୈର୍ଯ୍ୟପୂର୍ବକ ଏହି ଗୁଡ଼ିକ ପାଇଁ ଜୀବନ ଧାରଣ କରନ୍ତି, ସେହି ଲୋକମାନଙ୍କୁ ପରମେଶ୍ୱର ଅନନ୍ତ ଜୀବନ ପ୍ରଦାନ କରିବେ।


ବର୍ତ୍ତମାନ ଯିରୁଶାଲମ କହେ, “ସଦାପ୍ରଭୁ ଧାର୍ମିକ ଅଟନ୍ତି ଓ ମୁଁ ତାଙ୍କ ଆଜ୍ଞାକୁ ଅବଜ୍ଞା କରିଅଛି। ହେ ଗୋଷ୍ଠୀସକଳ, ମୁଁ ବିନୟ କରୁଛି, ତୁମ୍ଭେମାନେ ଶୁଣ ଓ ମୋର ଦୁଃଖ ଦେଖ। ମୋର ଯୁବକ, ଯୁବତୀମାନେ ନିର୍ବାସିତ ଅବସ୍ଥା ପାଇଛନ୍ତି।


ତୁମ୍ଭେମାନେ ସେହି ଭବିଷ୍ୟ‌ଦ୍‌ବକ୍ତା ବା ସ୍ୱପ୍ନ ଦର୍ଶକକୁ ପ୍ରାଣ ଦଣ୍ତ ଦେବା ଉଚିତ୍। କାରଣ ସେହି ବ୍ୟକ୍ତିଟି ମୋର ଲୋକମାନଙ୍କୁ ପରମେଶ୍ୱରଙ୍କ ବିରୁଦ୍ଧରେ ବିଦ୍ରୋହ କରିବା ପାଇଁ ପ୍ରତାରିତ କଲା, ଯିଏକି ତୁମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲେ ଓ ଦାସତ୍ୱରୁ ତୁମ୍ଭମାନଙ୍କୁ ମୁକ୍ତ କଲେ। ସେହି ବ୍ୟକ୍ତିଟି ତୁମ୍ଭକୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କଠାରୁ ଦୂରକୁ ନେବାକୁ ଚେଷ୍ଟା କରୁଛି। ଯାହା ସେ ତୁମ୍ଭମାନଙ୍କୁ ଅନୁସରଣ କରିବା ପାଇଁ ନିର୍ଦ୍ଦେଶ ଦେଲେ। ଏହି ଉପାୟରେ ତୁମ୍ଭ ମଧ୍ୟରେ ଥିବା କୁକର୍ମ ଦୂର କରି ପାରିବ।


ଅସରିୟ ଆସାଙ୍କୁ ସାକ୍ଷାତ କରିବାକୁ ଗଲେ। ଅସରିୟ କହିଲେ, “ଆସା ଓ ଯିହୁଦା ଏବଂ ବିନ୍ୟାମୀନର ଲୋକ ସମସ୍ତେ, ତୁମ୍ଭେମାନେ ମୋ’ କଥା ଶୁଣ। ତୁମ୍ଭେମାନେ ଯେତେବେଳେ ପରମେଶ୍ୱରଙ୍କ ସହିତ ଥିଲ, ସେ ତୁମ୍ଭମାନଙ୍କ ସହିତରେ ଥିଲେ। ତୁମ୍ଭେମାନେ ଯଦି ସଦାପ୍ରଭୁଙ୍କୁ ଖୋଜିବ, ତେବେ ତୁମ୍ଭେମାନେ ତାହାଙ୍କୁ ପାଇବ। କିନ୍ତୁ ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।


ପରମେଶ୍ୱର ଅନ୍ଧକାର ପଠାଇ ଦେଶକୁ ଅନ୍ଧକାର କଲେ, କିନ୍ତୁ ମିଶରବାସୀମାନେ ତା’ କଥା ଶୁଣିଲେ ନାହିଁ।


Swiv nou:

Piblisite


Piblisite