1 ଶାମୁୟେଲ 12:21 - ପବିତ୍ର ବାଇବଲ21 ମୂର୍ତ୍ତିଗୁଡ଼ିକୁ ଅନୁସରଣ କରିବା ପାଇଁ ପରମେଶ୍ୱରଙ୍କଠାରୁ ଦୌଡ଼ି ପଳାଅ ନାହିଁ! ସେମାନେ ଅସାର, ସେମାନେ ମଙ୍ଗଳ କରିବା ପାଇଁ କିମ୍ବା ତୁମ୍ଭମାନଙ୍କୁ ରକ୍ଷା କରିବା ପାଇଁ ଅକ୍ଷମ ଅଟନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)21 ପୁଣି ତୁମ୍ଭେମାନେ ବିପଥଗାମୀ ନ ହୁଅ; ଯଦି ହୁଅ, ତେବେ ତୁମ୍ଭେମାନେ ଅବସ୍ତୁସକଳର ଅନୁଗାମୀ ହେବ; ସେମାନେ ଉପକାର କି ରକ୍ଷା କରିବାକୁ ଅସମର୍ଥ, ଯେହେତୁ ସେମାନେ ଅବସ୍ତୁ। Gade chapit laଓଡିଆ ବାଇବେଲ21 ପୁଣି, ତୁମ୍ଭେମାନେ ବିପଥଗାମୀ ନ ହୁଅ; ଯଦି ହୁଅ, ତେବେ ତୁମ୍ଭେମାନେ ଅବସ୍ତୁସକଳର ଅନୁଗାମୀ ହେବ; ସେମାନେ ଉପକାର କି ରକ୍ଷା କରିବାକୁ ଅସମର୍ଥ, ଯେହେତୁ ସେମାନେ ଅବସ୍ତୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି, ତୁମ୍ଭେମାନେ ବିପଥଗାମୀ ନ ହୁଅ; ଯଦି ହୁଅ, ତେବେ ତୁମ୍ଭେମାନେ ଅବସ୍ତୁସକଳର ଅନୁଗାମୀ ହେବ; ସେମାନେ ଉପକାର କି ରକ୍ଷା କରିବାକୁ ଅସମର୍ଥ, ଯେହେତୁ ସେମାନେ ଅବସ୍ତୁ। Gade chapit la |
“ହେ ଲୋକମାନେ ତୁମ୍ଭେମାନେ ଏପରି କାହିଁକି କରୁଛ? ଆମ୍ଭେ ତୁମ୍ଭମାନଙ୍କ ପରି କେବଳ ମଣିଷ। ଆମ୍ଭେ ତୁମ୍ଭମାନଙ୍କୁ ସୁସମାଗ୍ଭର କହିବା ପାଇଁ ଆସିଛୁ। ତୁମ୍ଭମାନଙ୍କୁ ଏହି ମୂଲ୍ୟହୀନ ବିଷୟ ଗୁଡ଼ିକଠାରୁ ଦୂରେଇ ରହି ଜୀବନ୍ତ ପରମେଶ୍ୱରଙ୍କ ଆଡ଼କୁ ଫେରାଇବା ପାଇଁ ଆମ୍ଭେ ଆସିଛୁ। ସେହି ପରମେଶ୍ୱର ଆକାଶ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଛନ୍ତି।
ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଓ ସେମାନଙ୍କ ପିତୃଗଣଙ୍କ ସହିତ କୃତ ତାଙ୍କର ନିୟମ ଓ ସେମାନଙ୍କର ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ। ସେମାନେ ସଦାପ୍ରଭୁଙ୍କ ଚେତାବନୀ ଶୁଣିବାକୁ ଅମାନ୍ୟ କଲେ। ସେମାନେ ମୂଲ୍ୟହୀନ ମୂର୍ତ୍ତିଗୁଡ଼ିକୁ ଅନୁସରଣ କଲେ, ପୂଜା କଲେ ଏବଂ ସେମାନେ ନିଜେ ମୂଲ୍ୟହୀନ ହୋଇଗଲେ। ସେମାନେ ତାଙ୍କ ଚତୁର୍ପାର୍ଶ୍ୱରେ ଜାତି ପରି ବାସ କଲେ, ଯଦିଓ ସଦାପ୍ରଭୁ ସେମାନଙ୍କୁ ଆଦେଶ ଦେଇଥିଲେ, “ସେମାନେ ଯାହା କରନ୍ତି ତୁମ୍ଭେମାନେ ତାହା କର ନାହିଁ।” ଯାହା ସଦାପ୍ରଭୁ ସେମାନଙ୍କୁ କରିବାକୁ ମନା କରିଥିଲେ, ସେମାନେ ତାହା କଲେ।