Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:44 - ପବିତ୍ର ବାଇବଲ

44 ଶାଉଲ କହିଲେ, “ମୁଁ ପରମେଶ୍ୱରଙ୍କ ପାଖରେ ପ୍ରତିଜ୍ଞା କରିଛି ଏବଂ ମୁଁ ମୋ’ ପ୍ରତିଜ୍ଞା ନ ରଖେ, ତେବେ ମୋତେ ଦଣ୍ତିତ କରିବା ପାଇଁ ପରମେଶ୍ୱରଙ୍କୁ କହିଛି। ଯୋନାଥନ ନିଶ୍ଚୟ ମରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ତେବେ ଶାଉଲ କହିଲେ, ପରମେଶ୍ଵର ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ; ଯୋନାଥନ, ତୁମ୍ଭେ ନିତା; ମରିବ।

Gade chapit la Kopi

ଓଡିଆ ବାଇବେଲ

44 ତେବେ ଶାଉଲ କହିଲେ, ପରମେଶ୍ୱର ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ; ଯୋନାଥନ, ତୁମ୍ଭେ ନିତାନ୍ତ ମରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ତେବେ ଶାଉଲ କହିଲେ, “ପରମେଶ୍ୱର ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ; ଯୋନାଥନ, ତୁମ୍ଭେ ନିତାନ୍ତ ମରିବ।”

Gade chapit la Kopi




1 ଶାମୁୟେଲ 14:44
11 Referans Kwoze  

ମୁଁ ସଦାପ୍ରଭୁଙ୍କ ପାଖରେ ପ୍ରତିଜ୍ଞା କରୁଛି ଯିଏ ପାପ କରିଛି, ଏପରିକି ମୋ’ ପୁଅ ହୋଇଥିଲେ ବି ମୃତ୍ୟୁଦଣ୍ଡରେ ଦଣ୍ତିତ ହେବ।” ସମସ୍ତେ ନୀରବଦ୍ରଷ୍ଟା ରହିଲେ।


ତୁମ୍ଭେ ଯେଉଁଠାରେ ମରିବ ଓ କବର ନେବ ମୁଁ ସେହିଠାରେ ମରିବି ଓ କବର ନେବି। କେବଳ ମୃତ୍ୟୁଛଡ଼ା ଆଉ କିଛି ହିଁ ଯେବେ ତୁମ୍ଭକୁ ଓ ମୋତେ ବିଚ୍ଛେଦ କରଇ, ତେବେ ସଦାପ୍ରଭୁ ସେହି ଦଣ୍ଡରୁ ମଧ୍ୟ ତହିଁରୁ ଅଧିକ ମୋତେ ଦିଅନ୍ତୁ।”


ଯଦି ତା’ ପରଦିନ ସକାଳ ପର୍ଯ୍ୟନ୍ତ ନାବଲ ପରିବାରର ଗୋଟିଏ ବି ଲୋକକୁ ମୁଁ ବଞ୍ଚିବାକୁ ଦିଏ, ତାହାହେଲେ ପରମେଶ୍ୱର ମୋତେ ଦଣ୍ତ ଦିଅନ୍ତୁ।”


ମଧୁ ନିଶ୍ଚିତ ଉତ୍ତମ। ମାତ୍ର ତୁମ୍ଭର ଆବଶ୍ୟକତାଠାରୁ ଅଧିକ ନିଅ ନାହିଁ। ଯଦି ତୁମ୍ଭେ ଅଧିକ ଖାଇବ, ତେବେ ତୁମ୍ଭେ ଅସୁସ୍ଥ ହେବ।


ପୁଣି ତୁମ୍ଭେ ଯାଅ ଅମାସାକୁ କୁହ, ‘ତୁମ୍ଭେ ହେଉଛ ମୋର ପରିବାର ଅଂଶ ସଦସ୍ୟ, ଯଦି ମୁଁ ଯୋୟାବଙ୍କ ସ୍ଥାନରେ ତୁମ୍ଭକୁ ସେନାପତି ନ କରେ ପରମେଶ୍ୱର ମୋତେ ଦଣ୍ତ ଦେବେ।’”


ସେ ସହରର ଲୋକମାନଙ୍କୁ ବାହାର କରି ଆଣି ସେମାନଙ୍କୁ କରତ ଓ ଲୁହାମଇ ଓ ଲୁହା କୁହ୍ରାଡ଼ି ଦ୍ୱାରା କଠିନ କାର୍ଯ୍ୟ କରାଇ ଦଣ୍ତ ଦେଲେ ଓ ସେମାନଙ୍କୁ ଇଟା ତିଆରି କରାଇଲେ। ସେ ଅମ୍ମୋନୀୟମାନଙ୍କ ସମୁଦାୟ ନଗର ପ୍ରତି ଏପରି କଲେ। ଏହା ପରେ ଦାଉଦ ଓ ସମସ୍ତ ଲୋକ ଯିରୁଶାଲମକୁ ଫେରି ଆସିଲେ।


ଏ କଥା ଶୁଣି, ଧନୀ ଲୋକଟି ଉପରେ ଦାଉଦ ରାଗିଗଲେ, ପୁଣି ଦାଉଦ ନାଥନଙ୍କୁ କହିଲେ, “ଯେଉଁ ବ୍ୟକ୍ତିଟି ଏପରି କରିଅଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ନିଶ୍ଚିତ ମରିବ।


ମୁଁ ବର୍ତ୍ତମାନ ଏହି ପ୍ରତିଜ୍ଞା କରୁଅଛି। ମୁଁ ବର୍ତ୍ତମାନ ନିଶ୍ଚିତ ହେଉଅଛି ଯେ, ପରମେଶ୍ୱର ଯାହା କହିଥିଲେ, ତାହା ଘଟିବାକୁ ଯାଉଛି। ସଦାପ୍ରଭୁ କହିଥିଲେ, ଯେ ସେ ଶାଉଲ ବଂଶଠାରୁ ରାଜ ସିଂହାସନ ନେଇ ଦାଉଦଙ୍କୁ ଦେବେ। ସଦାପ୍ରଭୁ ଦାଉଦଙ୍କୁ ଯିହୁଦା ଏବଂ ଇସ୍ରାଏଲର ରାଜା କରିବେ। ସେ ଦା‌ନ୍‌ଠାରୁ ବେ‌ର୍‌ଶେବା ପର୍ଯ୍ୟନ୍ତ ଶାସନ କରିବେ। ଏବଂ ମୁଁ ଭାବୁଛି, ସଦାପ୍ରଭୁ ମୋ’ ଉପରେ ଅନ୍ୟାୟ କରିବେ ଯଦି ମୁଁ ତାହା ନ କରେ।”


ପ୍ରାୟ ତିନି ମାସ ଯିବା ପରେ, କେହି ଜଣେ ଯିହୁଦାକୁ କହିଲା, “ତୁମ୍ଭର ପୁତ୍ରବଧୁ ତାମର ବେଶ୍ୟା ପରି ଗର୍ଭଧାରଣ କରିଛି।” ଏହା ପରେ ଯିହୁଦା କହିଲା, “ତାକୁ ବାହାରକୁ ଆଣି ଅଗ୍ନିରେ ଦ‌ଗ୍‌ଧ କର।”


ଯେତେବେଳେ ଯିପ୍ତହ ଦେଖିଲେ ତାଙ୍କର କନ୍ୟା ଯେ କି ପ୍ରଥମେ ଗୃହରୁ ବାହାର ହୋଇ ତାଙ୍କୁ ଦେଖା ଦେଲେ। ସେ ତାଙ୍କ ନିଜର ପିନ୍ଧାବସ୍ତ୍ର ଚିରି ଦେଲେ ଓ କହିଲେ, “ହେ ମୋର କନ୍ୟା! ତୁମ୍ଭେ ମୋତେ ଧ୍ୱଂସ କରିଦେଲ। ତୁମ୍ଭେ ମୋର ଦୁଃଖର କାରଣ ହେଲ, କାରଣ ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖରେ ପ୍ରତିଜ୍ଞା କରିଛି ଏବଂ ମୁଁ ପ୍ରତିଜ୍ଞା ଫେରାଇ ନେଇପାରିବି ନାହିଁ।”


ତା'ପରେ ସେ ପଗ୍ଭରିଲେ, “ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ? ମୁଁ ତୁମ୍ଭକୁ ବିନୟ କରୁଅଛି, କିଛି ନ ଲୁଗ୍ଭଇ ମୋତେ କୁହ, “ପରମେଶ୍ୱରଙ୍କ ବାର୍ତ୍ତା ଯଦି କିଛି ମୋ'ଠାରେ ଲୁଗ୍ଭଅ ପରମେଶ୍ୱର ତୁମ୍ଭଙ୍କୁ ଦଣ୍ତ ଦେବେ।”


Swiv nou:

Piblisite


Piblisite