Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 16:11 - ପବିତ୍ର ବାଇବଲ

11 ଶାମୁୟେଲ ଯିଶୀଙ୍କୁ କହିଲେ, “ତୁମ୍ଭର ସବୁ ସନ୍ତାନ କ’ଣ ଏଠାରେ ଅଛନ୍ତି?” ସେ କହିଲେ, “କେବଳ କନିଷ୍ଠଟି ଏଠାରେ ନାହିଁ। ସେ ମେଷପଲ ଚରାଉ ଅଛି।” ଶାମୁୟେଲ କହିଲେ, “ଲୋକ ପଠାଇ ତାଙ୍କୁ ଡକାଅ। ସେ ଏଠାକୁ ନ ଆସିବା ପର୍ଯ୍ୟନ୍ତ ଆମ୍ଭେ ଭୋଜନରେ ବସିବୁ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏଉତ୍ତାରେ ଶାମୁୟେଲ ଯିଶୀକି କହିଲେ, ତୁମ୍ଭର ସବୁ ସନ୍ତାନ କି ଏଠାରେ ଅଛନ୍ତି? ସେ କହିଲା, କେବଳ କନିଷ୍ଠଟି ବାକୀ ଅଛି, ଆଉ ଦେଖ, ସେ ମେଷପଲ ଚରାଉଛି। ତହିଁରେ ଶାମୁୟେଲ ଯିଶୀକି କହିଲେ, ଲୋକ ପଠାଇ ତାକୁ ଅଣାଅ; ସେ ଏଠାକୁ ନ ଆସିବା ପର୍ଯ୍ୟନ୍ତ ଆମ୍ଭେମାନେ (ଭୋଜନରେ) ବସିବୁ ନାହିଁ।

Gade chapit la Kopi

ଓଡିଆ ବାଇବେଲ

11 ଏଉତ୍ତାରେ ଶାମୁୟେଲ ଯିଶୀକି କହିଲେ, ତୁମ୍ଭର ସବୁ ସନ୍ତାନ କି ଏଠାରେ ଅଛନ୍ତି ? ସେ କହିଲା, କେବଳ କନିଷ୍ଠଟି ବାକି ଅଛି, ଆଉ ଦେଖ, ସେ ମେଷପଲ ଚରାଉଛି। ତହିଁରେ ଶାମୁୟେଲ ଯିଶୀକୁ କହିଲେ, ଲୋକ ପଠାଇ ତାକୁ ଅଣାଅ; ସେ ଏଠାକୁ ନ ଆସିବା ପର୍ଯ୍ୟନ୍ତ ଆମ୍ଭେମାନେ (ଭୋଜନରେ) ବସିବୁ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଉତ୍ତାରେ ଶାମୁୟେଲ ଯିଶୀକୁ କହିଲେ, “ତୁମ୍ଭର ସବୁ ସନ୍ତାନ କି ଏଠାରେ ଅଛନ୍ତି?” ସେ କହିଲା, “କେବଳ କନିଷ୍ଠଟି ବାକି ଅଛି, ଆଉ ଦେଖ, ସେ ମେଷପଲ ଚରାଉଛି।” ତହିଁରେ ଶାମୁୟେଲ ଯିଶୀକୁ କହିଲେ, “ଲୋକ ପଠାଇ ତାକୁ ଅଣାଅ; ସେ ଏଠାକୁ ନ ଆସିବା ପର୍ଯ୍ୟନ୍ତ ଆମ୍ଭେମାନେ (ଭୋଜନରେ) ବସିବୁ ନାହିଁ।”

Gade chapit la Kopi




1 ଶାମୁୟେଲ 16:11
8 Referans Kwoze  

“ତେଣୁ ଏବେ ତୁମ୍ଭେ ମୋ’ ଦାସ ଦାଉଦକୁ ଏପରି କୁହ, ‘ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହନ୍ତି, ମୁଁ ତୁମ୍ଭକୁ ଆଣିଲି। ଯେତେବେଳେ ତୁମ୍ଭେ ଗ୍ଭରଣଭୂମିରେ ମେଷପଲଗୁଡ଼ିକ ପଛରେ ଅନୁସରଣ କରୁଥିଲ। ମୁଁ ତୁମ୍ଭକୁ ମୋର ଇସ୍ରାଏଲୀୟ ଲୋକମାନଙ୍କ ଉପରେ ନେତା କରିବା ପାଇଁ ନେଇ ଆସିଲି।


“ବର୍ତ୍ତମାନ, ଏହିସବୁ ବିଷୟ ମୋର ଦାସ ଦାଉଦକୁ କୁହ: ସର୍ବଶକ୍ତିମାନ ସଦାପ୍ରଭୁ କହନ୍ତି, ‘ଆମ୍ଭେ ତୁମ୍ଭକୁ କ୍ଷେତ୍ର ମଧ୍ୟରୁ ଓ ମେଷ ଚରାଇବା ସ୍ଥାନରୁ ଆଣିଲୁ। ଆମ୍ଭେ ତୁମ୍ଭକୁ ଆପଣା ଲୋକ ଇସ୍ରାଏଲ ଉପରେ ରାଜା କଲୁ।


ଅମ୍ନୋନର ଯୋନାଦବ୍ ନାମକ ଜଣେ ଚତୁର ବନ୍ଧୁ ଥିଲା, ଯିଏ କି ଶିମିୟର ପୁତ୍ର। ଶିମିୟ ଦାଉଦଙ୍କର ଭାଇ ଥିଲା।


ଦାଉଦ ସେହି ଲୋକମାନଙ୍କ ସହିତ କଥାବାର୍ତ୍ତା କରୁଥିବା ସମୟରେ ତା'ର ଜ୍ୟେଷ୍ଠଭ୍ରାତା ଇଲୀୟାବ ଶୁଣିଲା। ଇଲୀୟାବର କ୍ରୋଧ ଦାଉଦ ଉପରେ ପ୍ରଜ୍ୱଳିତ ହେଲା, ଆଉ ସେ କହିଲା, “ତୁ ଏଠାକୁ କାହିଁକି ଆସିଲୁ? ପ୍ରାନ୍ତରରେ ମେଣ୍ଢାମାନଙ୍କୁ କାହା ପାଖରେ ଛାଡ଼ିଲୁ? ମୁଁ ତୋ’ ଗର୍ବ ଓ ମନର ଦୁଷ୍ଟତା ଜାଣେ। କାରଣ ତୁ କେବଳ ଯୁଦ୍ଧ ଦେଖିବା ପାଇଁ ଆସିଛୁ।”


ଏହିରୂପେ ଯିଶୀ ନିଜର ସାତ ପୁତ୍ରଙ୍କୁ ଶାମୁୟେଲଙ୍କର ସମ୍ମୁଖରେ ଚଲାଇଲେ। ମାତ୍ର ଶାମୁୟେଲ ଯିଶୀଙ୍କୁ କହିଲେ, “ସଦାପ୍ରଭୁ ଏମାନଙ୍କୁ ମନୋନୀତ କରି ନାହାନ୍ତି।”


ଯିଥ୍ରୋ ମୋଶାଙ୍କର ଶ୍ୱଶୁର ଥିଲେ। ଯିଥ୍ରୋ ମିଦିୟନୀୟମାନଙ୍କ ଯାଜକ ଥିଲେ। ମୋଶା ତାଙ୍କ ଶ୍ୱଶୁରଙ୍କର ମେଷପଲମାନଙ୍କର ଯତ୍ନ ନେଉଥିଲେ। ଦିନେ ମୋଶା ତାଙ୍କ ମେଷପଲକୁ ମରୁଭୂମିର ପଶ୍ଚିମପଟକୁ ଆଗେଇ ନେଲେ। ମୋଶା ହୋରେବ ନାମକ ଏକ ପର୍ବତକୁ ଗଲେ, ଯାହାକି ପରମେଶ୍ୱରଙ୍କର ପର୍ବତ ଥିଲା।


Swiv nou:

Piblisite


Piblisite