Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:24 - ପବିତ୍ର ବାଇବଲ

24 ଇସ୍ରାଏଲର ସମସ୍ତ ସୈନ୍ୟଗଣ ସେହି ପୁରୁଷକୁ ଦେଖି ତାହା ସମ୍ମୁଖରୁ ପଳାଇଲେ ଓ ଅତି ଭୟଭୀତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ମାତ୍ର ଇସ୍ରାଏଲ ଲୋକ ସମସ୍ତେ ସେହି ପୁରୁଷକୁ ଦେଖି ତାହା ସମ୍ମୁଖରୁ ପଳାଇଲେ ଓ ଅତିଶୟ ଭୀତ ହେଲେ।

Gade chapit la Kopi

ଓଡିଆ ବାଇବେଲ

24 ମାତ୍ର ଇସ୍ରାଏଲ ଲୋକ ସମସ୍ତେ ସେହି ପୁରୁଷକୁ ଦେଖି ତାହା ସମ୍ମୁଖରୁ ପଳାଇଲେ ଓ ଅତିଶୟ ଭୀତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ମାତ୍ର ଇସ୍ରାଏଲ ଲୋକ ସମସ୍ତେ ସେହି ପୁରୁଷକୁ ଦେଖି ତାହା ସମ୍ମୁଖରୁ ପଳାଇଲେ ଓ ଅତିଶୟ ଭୀତ ହେଲେ।

Gade chapit la Kopi




1 ଶାମୁୟେଲ 17:24
9 Referans Kwoze  

ଜଣେ ବ୍ୟକ୍ତିର ଧମକରେ ତୁମ୍ଭର ସହସ୍ର ଲୋକ ପଳାୟନ କରିବେ। ପାଞ୍ଚ ଜଣଙ୍କ ଧମକରେ ତୁମ୍ଭେମାନେ ସମସ୍ତେ ପଳାୟନ କରିବ। କେବଳ ତୁମ୍ଭେମାନେ ପର୍ବତର ଶୃଙ୍ଗରେ ଏକ ଚିହ୍ନ ସ୍ୱରୂପ ଓ ଉପପର୍ବତରେ ପତାକାର ଦଣ୍ଡସ୍ୱରୂପ ହୋଇ ଅବଶିଷ୍ଟ ରହିବ।


ଅନନ୍ତର ଦାଉଦ ବଂଶକୁ ଏକ ବାର୍ତ୍ତା ପଠାଗଲା। ସେହି ବାର୍ତ୍ତାଟି ହେଲା, “ଅରାମ ଓ ଇସ୍ରାଏଲ ସୈନ୍ୟମାନେ ଏକତ୍ରିତ ହୋଇଛନ୍ତି ଏବଂ ସେମାନେ ଏକତ୍ର ଶିବିର ସ୍ଥାପନ କରିଛନ୍ତି।” ଯେତେବେଳେ ରାଜା ଆହସ ଏହି କଥା ଶୁଣିଲେ ସେ ଏବଂ ତାଙ୍କର ଲୋକମାନେ ଭୟଭୀତ ହୋଇପଡ଼ିଲେ। ପବନରେ ବୃକ୍ଷଗୁଡ଼ିକ ଦୋହଲିଲା ପରି ସେମାନେ ଭୟରେ କମ୍ପିତ ହେଲେ।


ଯେତେବେଳେ ଶାଉଲ ଓ ଇସ୍ରାଏଲୀୟମାନେ ପଲେଷ୍ଟୀୟର ଏହି ସକଳ କଥା ଶୁଣନ୍ତେ। ସେମାନେ ହତାଶ ହେଲେ ଓ ଅତିଶୟ ଭୟ କଲେ।


ଜଣେ ଲୋକ କ’ଣ ହଜାରେ ଲୋକଙ୍କୁ ଗୋଡ଼ାଇ ପାରିବ? ଦୁଇଜଣ ଲୋକ କ’ଣ ଦଶହଜାର ଲୋକଙ୍କୁ ଘଉଡ଼ାଇ ଦେଇ ପାରିବେ? ତାହା ଘଟିବ କେବଳ ଯଦି ସଦାପ୍ରଭୁ ସେମାନଙ୍କୁ ତାଙ୍କର ଶତ୍ରୁମାନଙ୍କ ହସ୍ତରେ ସମର୍ପଣ କରନ୍ତି।


ସେଠାରେ ଆମ୍ଭେମାନେ ଅନାକର ନେଫଲିମ୍ ସନ୍ତାନ ମହାବୀରଗଣଙ୍କୁ ଦେଖିଲୁ, ଆଉ ସେମାନଙ୍କ ଦୃଷ୍ଟିରେ ଆମ୍ଭେମାନେ ଝିଣ୍ଟିକା ପରି ହେଲୁ।”


ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ ସେମାନେ ଶତ୍ରୁମାନଙ୍କ ଦେଶରେ ସାହସିକତା ହରାଇବେ। ସେମାନେ ପତ୍ରଝଡ଼ାର ଶବ୍ଦ ଶୁଣିଲେ ମଧ୍ୟ ଦୌଡ଼ି ପଳାଇବେ। ପୁଣି ‌‌ଖ‌ଡ଼୍‌ଗଧାରରୁ ପଲାଇଲା ଲୋକପରି ସେମାନେ ଦୌଡ଼ିବେ ଓ କେହି ସେମାନଙ୍କୁ ନ ଗୋଡ଼ାଇଲେ ହେଁ ସେମାନେ ପତିତ ହେବେ।


ସେ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ସମୟରେ ଗାଥନିବାସୀ ପଲେଷ୍ଟୀୟ ଗଲିୟାତ ନାମକ ମଲ୍ଲ ଯୋଦ୍ଧା ପଲେଷ୍ଟୀୟ ସୈନ୍ୟବାହିନୀ ମଧ୍ୟରୁ ଉଠି ଆସି ପୂର୍ବ ପରି ପାଟିକଲା। ଦାଉଦ ତାହା ଶୁଣିଲେ।


ଜଣେ ଇସ୍ରାଏଲର ଲୋକ କହିଲା, “ତୁମ୍ଭେମାନେ ସେହି ବ୍ୟକ୍ତିକୁ ଦେଖିଲକି ଯିଏ ଇସ୍ରାଏଲକୁ ଅବମାନନା କରିବାକୁ ଆସିଥିଲା? ଏହାକୁ ଯେଉଁ ଲୋକ ହତ୍ୟା କରିବ, ରାଜା ତାହାଙ୍କୁ ବହୁତ ଧନରେ ଧନବାନ କରିବେ ଓ ତାହାକୁ ଆପଣା କନ୍ୟା ଦେବେ। ଆଉ ଇସ୍ରାଏଲ ମଧ୍ୟରେ ତା'ର ପିତୃ ଗୃହକୁ ନିଷ୍କର କରିବେ।”


Swiv nou:

Piblisite


Piblisite