1 ଶାମୁୟେଲ 17:36 - ପବିତ୍ର ବାଇବଲ36 ମୁଁ ସିଂହ ଓ ଭାଲୁ ଉଭୟଙ୍କୁ ବଧ କରିଛି ଏବଂ ମୁଁ ମଧ୍ୟ ଗଲିୟାତକୁ ସେହିପରି ବଧ କରିବି। ଗଲିୟାତ ମରିବ କାରଣ ସେ ଜୀବିତ ପରମେଶ୍ୱରଙ୍କର ସୈନ୍ୟକୁ ତୁଚ୍ଛ କରିଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)36 ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ଵରଙ୍କ ସୈନ୍ୟଶ୍ରେଣୀକି ତୁଚ୍ଛ କରିଅଛି। Gade chapit laଓଡିଆ ବାଇବେଲ36 ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।” Gade chapit la |
କିନ୍ତୁ ଶାଉଲ ଦାଉଦଙ୍କୁ ମାରିଦେବା ପାଇଁ ଗ୍ଭହିଁଲେ ଏବଂ ଶାଉଲ ଏକ ଉପାୟ ଚିନ୍ତା କଲେ। ଶାଉଲ କହିଲେ, “ଦାଉଦ ମେରବ୍ ନାମକ ମୋର ଜ୍ୟେଷ୍ଠ କନ୍ୟାକୁ ଦେଖ। ମୁଁ ତାକୁ ତୁମ୍ଭକୁ ବିବାହ ଦେବି। ତା'ପରେ ତୁମ୍ଭେ ଜଣେ ବୀର ଯୋଦ୍ଧା ସୈନିକ ହେବ। ତୁମ୍ଭେ ମୋର ସନ୍ତାନ ପରି, ତା'ପରେ ତୁମ୍ଭେ ସଦାପ୍ରଭୁଙ୍କ ପାଇଁ ଯୁଦ୍ଧ କର।” ଶାଉଲ ଚିନ୍ତାକଲେ, “ମୁଁ ତାକୁ ହତ୍ୟା କରିବା ପାଇଁ ହାତ ଉଠାଇବି ନାହିଁ, କିନ୍ତୁ ପଲେଷ୍ଟୀୟମାନେ ହୁଏତ ତାକୁ ହତ୍ୟା କରି ପାରନ୍ତି।”
ଶାଉଲ ତାଙ୍କର ଅସ୍ତ୍ରବାହକକୁ କହିଲେ, “ତୁମ୍ଭର ଖଣ୍ତା ବାହାର କରି ତୁମ୍ଭର ଖଣ୍ଡାରେ ମୋତେ ହତ୍ୟା କର। ତାହାହେଲେ ଅସୁନ୍ନତ ଲୋକମାନେ ଆସି ମୋତେ ଗାଳି ଦେବେ ନାହିଁ କିମ୍ବା ହତ୍ୟା କରି ପାରିବେ ନାହିଁ।” କିନ୍ତୁ ଶାଉଲଙ୍କର ଅସ୍ତ୍ରବାହକ ଦାସ ବହୁତ ଭୟଭୀତ ହୋଇଗଲା ଏବଂ ଶାଉଲଙ୍କୁ ହତ୍ୟା କରିବାକୁ ମନା କଲା। ତେଣୁ ଶାଉଲ ତାଙ୍କର ନିଜର ଖଣ୍ତା ବାହାର କଲେ ଓ ନିଜେ ନିଜକୁ ହତ୍ୟା କଲେ।
ଅଶୂରର ରାଜା ଆହୁରି ମଧ୍ୟ ଏପରି ପତ୍ରମାନ ଲେଖିଲା, ଯାହା ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କୁ ଅପମାନିତ କରୁଥିଲା। ଅଶୂରର ରାଜା ସେହି ପତ୍ରଗୁଡ଼ିକରେ ଏହିପରି ଲେଖିଲା: “ଅନ୍ୟ ଦେଶର ଦେବତାମାନେ ମୋତେ ସେମାନଙ୍କର ଲୋକମାନଙ୍କୁ ବିନଷ୍ଟ କରିବାରୁ ରୋକି ପାରିଲେ ନାହିଁ। ସେହିପ୍ରକାରେ ମଧ୍ୟ ହିଜକିୟର ପରମେଶ୍ୱର ମୋତେ ତାହାର ଲୋକମାନଙ୍କୁ ବିନଷ୍ଟ କରିବାରୁ ରୋକିପାରିବ ନାହିଁ।”
ଆପଣ ନମ୍ର ହେବା ପରିବର୍ତ୍ତେ ସ୍ୱର୍ଗସ୍ଥ ସଦାପ୍ରଭୁଙ୍କ ବିରୁଦ୍ଧରେ ନିଜକୁ ଉନ୍ନତ କରିଅଛନ୍ତି। ସଦାପ୍ରଭୁଙ୍କ ମନ୍ଦିରର ସୁବର୍ଣ୍ଣ ଓ ରୌପ୍ୟ ପାତ୍ରରେ ଆପଣ, ଆପଣଙ୍କ ଅମାତ୍ୟଗଣ ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ଦ୍ରାକ୍ଷାରସ ପାନ କରିଅଛନ୍ତି। ପୁଣି ସୁନା, ରୂପା, ପିତ୍ତଳ, ଲୌହ, କାଠ ଓ ପଥର ନିର୍ମିତ ପ୍ରତିମାରେ ଦେବଗଣ, ଯେଉଁମାନେ କି ଦେଖନ୍ତି ନାହିଁ, ଜାଣନ୍ତି ନାହିଁ କି ଶୁଣନ୍ତି ନାହିଁ! ସେମାନଙ୍କର ପ୍ରଶଂସା ଆପଣ କରିଅଛନ୍ତି। ଆଉ ଆପଣଙ୍କର ଜୀବନ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।