Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:44 - ପବିତ୍ର ବାଇବଲ

44 ଗଲିୟାତ ଦାଉଦଙ୍କୁ କହିଲା, “ଏହିଠାକୁ ଆସ ମୁଁ ତୁମ୍ଭର ମାଂସକୁ ହିଂସ୍ର ପଶୁ-ପକ୍ଷୀମାନଙ୍କୁ ଖୁଆଇବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ଆଉ ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, ମୋʼ କତିକି ଆ, ମୁଁ ତୋର ମାଂସ ଆକାଶ-ପକ୍ଷୀ ଓ ବିଲ-ପଶୁମାନଙ୍କୁ ଦେବି।

Gade chapit la Kopi

ଓଡିଆ ବାଇବେଲ

44 ଆଉ ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, ମୋ’ କତିକି ଆ, ମୁଁ ତୋର ମାଂସ ଆକାଶ-ପକ୍ଷୀ ଓ ବିଲ-ପଶୁମାନଙ୍କୁ ଦେବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ଆଉ ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, “ମୋʼ କତିକି ଆ, ମୁଁ ତୋର ମାଂସ ଆକାଶ-ପକ୍ଷୀ ଓ ବିଲ-ପଶୁମାନଙ୍କୁ ଦେବି।”

Gade chapit la Kopi




1 ଶାମୁୟେଲ 17:44
12 Referans Kwoze  

ଗର୍ବିତ ମନୁଷ୍ୟର ମନ ବିନାଶ ସମ୍ମୁଖରେ ଥାଏ। ପୁଣି ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।


“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ସୋରର ଅଧିପତିକୁ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “‘ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି, ତୁମ୍ଭେ କହିଅଛ, “ମୁଁ ପରମେଶ୍ୱର ଅଟେ, ମୁଁ ସମୁଦ୍ରମାନଙ୍କ ମଧ୍ୟସ୍ଥାନରେ ପରମେଶ୍ୱରଙ୍କ ଆସନରେ ବସିଅଛି;” “‘ମାତ୍ର ନିଜ ଚିତ୍ତକୁ ଦେବତାଙ୍କ ଚିତ୍ତ ତୁଲ୍ୟ ମନେ କଲେ ମଧ୍ୟ ତୁମ୍ଭେ ପରମେଶ୍ୱର ନୁହଁ, ତୁମ୍ଭେ ମନୁଷ୍ୟ ମାତ୍ର।


ଆଉ ସଦାପ୍ରଭୁ କହନ୍ତି, “ଜ୍ଞାନବାନ୍ ଆପଣା ଜ୍ଞାନରେ ଦର୍ପ ନ କରୁ, ବଳବାନ୍ ଆପଣା ବଳରେ ଦର୍ପ ନ କରୁ ଓ ଧନବାନ୍ ଆପଣା ଧନରେ ଗର୍ବ ନ କରୁ।


ଆଜି ସଦାପ୍ରଭୁ ତୁମ୍ଭକୁ ମୋ’ ହସ୍ତରେ ସମର୍ପି ଦେବେ। ଏବଂ ମୁଁ ତୁମ୍ଭକୁ ଆଘାତ କରିବି ଏବଂ ତୁମ୍ଭର ଶିରଚ୍ଛେଦନ କରିବି। ମୁଁ ଆଜି ପଲେଷ୍ଟୀୟମାନଙ୍କ ସୈନ୍ୟଗଣର ଶରୀର ଆକାଶ ପକ୍ଷୀଗଣକୁ ଓ ପୃଥିବୀସ୍ଥ ବନ୍ୟପଶୁମାନଙ୍କୁ ଦେବି, ତହିଁରେ ଇସ୍ରାଏଲ ମଧ୍ୟରେ ଏକ ପରମେଶ୍ୱର ଅଛନ୍ତି ବୋଲି ସମୁଦାୟ ଜଗତ ଜାଣିବେ।


ତା'ପରେ ମୁଁ ଜଣେ ଦୂତଙ୍କୁ ସୂର୍ଯ୍ୟ ମଧ୍ୟରେ ଠିଆ ହେବାର ଦେଖିଲି। ସେ ଆକାଶରେ ଉଡ଼ୁଥିବା ସବୁ ପକ୍ଷୀମାନଙ୍କୁ ଉଚ୍ଚସ୍ୱରରେ କହିଲେ, “ଆସ, ପରମେଶ୍ୱରଙ୍କର ମହା ଭୋଜି ପାଇଁ ଏକାଠି ହୁଅ।


ପଲେଷ୍ଟୀୟ ଶିବିରରେ ଥିବା ପ୍ରହରୀମାନେ ବଡ଼ ପାଟିରେ ଯୋନାଥନ ଓ ତାଙ୍କ ଭୃତ୍ୟକୁ କହିଲେ, “ଏଠାକୁ ଆସ, ଆମ୍ଭେ ତୁମ୍ଭେ ଦୁହିଁଙ୍କୁ ଉଚିତ୍ ଶିକ୍ଷା ଦେବୁ।” ଯୋନାଥନ ତାଙ୍କ ଭୃତ୍ୟକୁ କହିଲେ, “ମୋତେ ଅନୁସରଣ କରି ପାହାଡ଼ ପର୍ଯ୍ୟନ୍ତ ଆସ। ସଦାପ୍ରଭୁ ଆମ୍ଭକୁ ଇସ୍ରାଏଲଠାରୁ ପଲେଷ୍ଟୀୟକୁ ପରାଜୟ କରିବା ପାଇଁ ପଠାଇଛନ୍ତି।”


ବର୍ତ୍ତମାନ ଅୟାର କନ୍ୟା ରି‌ସ୍‌ପା ଅଖା ନେଇ ଶସ୍ୟଅମଳ ଋତୁର ଆରମ୍ଭରୁ ବର୍ଷା ହେବା ପର୍ଯ୍ୟନ୍ତ ସେହି ଶୈଳ ଉପରେ ଆପଣା ପାଇଁ ତାହା ପ୍ରସାରିଲା। ସେ ଦିନରାତି ସେହି ଶରୀରଗୁଡ଼ିକୁ ଜଗିବାକୁ ସେଠାରେ ରହିଲା। ଆଉ ସେ ଦିନ ବେଳେ ଆକାଶ ପକ୍ଷୀଗଣକୁ ସେମାନଙ୍କ ଉପରେ ବସିବାକୁ କିଅବା ରାତ୍ରି ବେଳେ ବନପଶୁଗଣକୁ ଆସିବାକୁ ଦେଲା ନାହିଁ।


ଆମ୍ଭେ ସେମାନଙ୍କୁ ସେମାନଙ୍କର ଶତ୍ରୁଗଣ ହସ୍ତରେ ଓ ସେମାନଙ୍କର ପ୍ରାଣନାଶକାରୀଙ୍କ ହସ୍ତରେ ସମର୍ପଣ କରିବା। ତହିଁରେ ସେମାନଙ୍କର ଶବ ଆକାଶର ପକ୍ଷୀମାନଙ୍କର ଓ ପୃଥିବୀର ବନ୍ୟ ପଶୁମାନଙ୍କର ଖାଦ୍ୟ ହେବ।


Swiv nou:

Piblisite


Piblisite