Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:52 - ପବିତ୍ର ବାଇବଲ

52 ଇସ୍ରାଏଲର ଓ ଯିହୁଦାର ଲୋକମାନେ ଉଠି ଜୟଧ୍ୱନି କଲେ ଓ ସନ୍ନିକଟ ଇକ୍ରୋଣ ଫାଟକ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ। ତା'ପରେ ସେମାନେ ପଲେଷ୍ଟୀୟମାନଙ୍କୁ ହତ୍ୟା କରି ଶାରୟିମ ପଥରେ ଗାଥ୍ ଓ ଇକ୍ରୋଣ ପର୍ଯ୍ୟନ୍ତ ପକାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

52 ତହୁଁ ଇସ୍ରାଏଲ ଓ ଯିହୁଦାର ଲୋକମାନେ ଉଠି ଜୟଧ୍ଵନି କଲେ ଓ ଗାଥ୍ ସନ୍ନିକଟ ଓ ଇକ୍ରୋଣ ଦ୍ଵାର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ। ତହିଁରେ ପଲେଷ୍ଟୀୟମାନଙ୍କ ହତ ଲୋକମାନେ ଶାରୟିମ୍ ପଥରେ ଗାଥ୍ ଓ ଇକ୍ରୋଣ ପର୍ଯ୍ୟନ୍ତ ପଡ଼ିଲେ।

Gade chapit la Kopi

ଓଡିଆ ବାଇବେଲ

52 ତହୁଁ ଇସ୍ରାଏଲ ଓ ଯିହୁଦାର ଲୋକମାନେ ଉଠି ଜୟଧ୍ୱନି କଲେ ଓ ଗାଥ୍ ନଗର‍ ସନ୍ନିକଟ ଓ ଇକ୍ରୋଣ ଦ୍ୱାର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ। ତହିଁରେ ପଲେଷ୍ଟୀୟମାନଙ୍କ ହତ ଲୋକମାନେ ଶାରୟିମ୍‍ ପଥରେ ଗାଥ୍‍ ଓ ଇକ୍ରୋଣ ପର୍ଯ୍ୟନ୍ତ ପଡ଼ିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

52 ତହୁଁ ଇସ୍ରାଏଲ ଓ ଯିହୁଦାର ଲୋକମାନେ ଉଠି ଜୟଧ୍ୱନି କଲେ ଓ ଗାଥ୍‍ ନଗର ସନ୍ନିକଟ ଓ ଇକ୍ରୋଣ ଦ୍ୱାର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ। ତହିଁରେ ପଲେଷ୍ଟୀୟମାନଙ୍କ ହତ ଲୋକମାନେ ଶାରୟିମ୍‍ ପଥରେ ଗାଥ୍‍ ଓ ଇକ୍ରୋଣ ପର୍ଯ୍ୟନ୍ତ ପଡ଼ିଲେ।

Gade chapit la Kopi




1 ଶାମୁୟେଲ 17:52
10 Referans Kwoze  

ଏହା ପରେ ସେ ସୀମା ଇକ୍ରୋଣର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା। ସେଠାରୁ ସେ ଶ‌କ୍‌କେରୋନ୍ ସୀମା ପର୍ଯ୍ୟନ୍ତ ବିସ୍ତୃତ ଥିଲା ଓ ବାଲା ପର୍ବତରେ ପଡ଼ି ଯବନିୟେଲ ପର୍ଯ୍ୟନ୍ତ ଥିଲା। ସେହି ସୀମାର ପ୍ରାନ୍ତ ଭାଗ ସମୁଦ୍ର ଥିଲା।


ସେ ଉଠିଲେ ଏବଂ ତାଙ୍କର ହସ୍ତ କ୍ଳାନ୍ତ ହେବା ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ଆକ୍ରମଣ କଲେ। କିନ୍ତୁ ସେ ଖଣ୍ତାଟିକୁ ଶକ୍ତ ଭାବରେ ଧରି ଯୁଦ୍ଧ କରିବା ଗ୍ଭଲୁ ରଖିଲେ। ପୁଣି ସେହି ଦିନ ସଦାପ୍ରଭୁ ଏକ ବିରାଟ ଜୟ କରାଇଲେ ଏବଂ ଲୋକମାନେ ତାଙ୍କୁ ଲୁଣ୍ଠନ କରିବାକୁ ଅନୁସରଣ କଲେ।


ଏହା ପରେ ସୈନ୍ୟମାନେ, ଯେଉଁମାନେ କି ନପ୍ତାଲି ପରିବାରବର୍ଗ, ଆଶେର ଏବଂ ମନଃଶି ଥିଲେ, ସେମାନେ ଏକତ୍ରିତ ହୋଇ ମିଦିୟନୀୟମାନଙ୍କ ପଛରେ ଗୋଡ଼ାଇଲେ।


ଇସ୍ରାଏଲର ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇବାରୁ ଲେଉଟି ଆସି ସେମାନଙ୍କ ଛାଉଣି ଲୁଟ୍ କଲେ।


ଏଣୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଆପଣାମାନଙ୍କ ନିକଟରେ ଏକତ୍ରିତ କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ବିଷୟରେ ଆମ୍ଭେମାନେ କ’ଣ କରିବା?” ତହିଁରେ ସେମାନେ ଉତ୍ତର ଦେଇ କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଗା‌ଥ୍‌କୁ ନିଆଯାଉ।” ତା'ପରେ ସେମାନେ ସେଠାକୁ ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ନେଇଗଲେ।


ଏହା ପରେ ସେମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଇକ୍ରୋଣକୁ ପଠାଇଲେ। ଯେତେବେଳେ ଇସ୍ରାଏଲର ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ଆସିଲା। ଇକ୍ରୋଣୀୟମାନେ ଚିତ୍କାର କରି କହିଲେ, “ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଲୋକଙ୍କୁ ବଧ କରିବା ପାଇଁ ତୁମ୍ଭେମାନେ ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଆମ୍ଭମାନଙ୍କ ନିକଟକୁ ଆଣିଛ।”


ରାଜା ଆହାବ ଅରାମର ସମସ୍ତ ଅଶ୍ୱ ଓ ରଥକୁ ଅଧିକାର କରିବାର ନେତୃତ୍ୱ ନେଲେ ଓ ଅରାମୀୟମାନଙ୍କୁ ସମୂଳେ ପରାଜିତ କଲେ।


Swiv nou:

Piblisite


Piblisite