1 ଶାମୁୟେଲ 18:30 - ପବିତ୍ର ବାଇବଲ30 ପଲେଷ୍ଟୀୟମାନଙ୍କର ଅଧିପତିମାନେ ଇସ୍ରାଏଲୀୟମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାରି ଆସିଲେ କିନ୍ତୁ ପ୍ରତ୍ୟେକ ଥର ଦାଉଦ ସେମାନଙ୍କୁ ପରାସ୍ତ କଲେ। ଦାଉଦ ଶାଉଲଙ୍କର ଅତି ଦକ୍ଷ ଅଧିକାରୀ ହେଲେ। ଦାଉଦ ଅଧିକ ମାନ୍ୟ ପାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)30 ଅନନ୍ତର ପଲେଷ୍ଟୀୟ ଅଧିପତିମାନେ ବାହାରିବାକୁ ଲାଗିଲେ; ପୁଣି ସେମାନେ ଯେତେ ଥର ବାହାରିଲେ, ସେତେ ଥର ଦାଉଦ ଶାଉଲଙ୍କର ସମସ୍ତ ଦାସ ଅପେକ୍ଷା ଅଧିକ ବୁଦ୍ଧିର କାର୍ଯ୍ୟ କଲେ; ଏଣୁ ତାଙ୍କର ନାମ ଅତିଶୟ ମାନ୍ୟ ହେଲା। Gade chapit laଓଡିଆ ବାଇବେଲ30 ଏଥିଉତ୍ତାରେ ପଲେଷ୍ଟୀୟ ଅଧିପତିମାନେ ବାହାରିବାକୁ ଲାଗିଲେ; ପୁଣି, ସେମାନେ ଯେତେ ଥର ବାହାରିଲେ, ସେତେ ଥର ଦାଉଦ ଶାଉଲଙ୍କର ସମସ୍ତ ଦାସ ଅପେକ୍ଷା ଅଧିକ ବୁଦ୍ଧିର କାର୍ଯ୍ୟ କଲେ; ଏଣୁ ତାଙ୍କର ନାମ ଅତିଶୟ ମାନ୍ୟ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏଥିଉତ୍ତାରେ ପଲେଷ୍ଟୀୟ ଅଧିପତିମାନେ ବାହାରିବାକୁ ଲାଗିଲେ; ପୁଣି, ସେମାନେ ଯେତେ ଥର ବାହାରିଲେ, ସେତେଥର ଦାଉଦ ଶାଉଲଙ୍କର ସମସ୍ତ ଦାସ ଅପେକ୍ଷା ଅଧିକ ବୁଦ୍ଧିର କାର୍ଯ୍ୟ କଲେ; ଏଣୁ ତାଙ୍କର ନାମ ଅତିଶୟ ମାନ୍ୟ ହେଲା। Gade chapit la |
“ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହରୁ ଓ ତୁମ୍ଭ ପିତୃଗୃହରୁ ଚିରଦିନ ପାଇଁ ମୋର ଯାଜକ ହେବ ବୋଲି ମୁଁ ପ୍ରତିଜ୍ଞା କଲି। କିନ୍ତୁ ଏବେ ସଦାପ୍ରଭୁ କହନ୍ତି, ‘ତାହା ଆଉ କେବେ ଘଟିବ ନାହିଁ। କାରଣ ଯେଉଁମାନେ ମୋତେ ସମ୍ମାନ କରନ୍ତି, ମୁଁ ସେମାନଙ୍କୁ ସମ୍ମାନ କରିବି। କିନ୍ତୁ ଯେଉଁମାନେ ମୋତେ ତୁଚ୍ଛଜ୍ଞାନ କରନ୍ତି, ସେମାନଙ୍କୁ ଅସମ୍ମାନ କରାଯିବ।