Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 2:23 - ପବିତ୍ର ବାଇବଲ

23 ତହୁଁ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଏପରି କରୁଅଛ? କାରଣ ମୁଁ ଏହି ସମସ୍ତ ଲୋକଙ୍କଠାରୁ ତୁମ୍ଭମାନଙ୍କ ବିଷୟରେ ନାନା ମନ୍ଦ କଥା ଶୁଣିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତହୁଁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ କିହେତୁ ଏପରି କଥା କରୁଅଛ? କାରଣ ମୁଁ ଏହି ସମସ୍ତ ଲୋକଙ୍କଠାରୁ ତୁମ୍ଭମାନଙ୍କ ବିଷୟରେ ନାନା ମନ୍ଦ କଥା ଶୁଣୁଅଛି।

Gade chapit la Kopi

ଓଡିଆ ବାଇବେଲ

23 ତହୁଁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ କାହିଁକି ଏପରି କଥା କରୁଅଛ ? କାରଣ ମୁଁ ଏହି ସମସ୍ତ ଲୋକଙ୍କଠାରୁ ତୁମ୍ଭମାନଙ୍କ ବିଷୟରେ ନାନା ମନ୍ଦ କଥା ଶୁଣୁଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତହୁଁ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଏପରି କଥା କରୁଅଛ? କାରଣ ମୁଁ ଏହି ସମସ୍ତ ଲୋକଙ୍କଠାରୁ ତୁମ୍ଭମାନଙ୍କ ବିଷୟରେ ନାନା ମନ୍ଦ କଥା ଶୁଣୁଅଛି।

Gade chapit la Kopi




1 ଶାମୁୟେଲ 2:23
9 Referans Kwoze  

ସେମାନେ ଯେପରି ଜୀବନ-ଯାପନ କରୁଛନ୍ତି, ତା'ର ପରିଣତି ବିନାଶ ଅଟେ। ସେମାନେ ପରମେଶ୍ୱରଙ୍କୁ ସେବା କରିବା ପରିବର୍ତ୍ତେ ନିଜକୁ ଖୁସୀ କରିବା ପାଇଁ ବଞ୍ଚିଛନ୍ତି। ସେମାନେ ଲଜ୍ଜାଜନକ କାର୍ଯ୍ୟ କରନ୍ତି ଓ ସେଗୁଡ଼ିକ ପାଇଁ ଗର୍ବ କରନ୍ତି ଓ ସେମାନେ କେବଳ ପାର୍ଥିବ ବସ୍ତୁଗୁଡ଼ିକର ଚିନ୍ତା କରନ୍ତି।


“ହେ ଲୋକମାନେ ତୁମ୍ଭେମାନେ ଏପରି କାହିଁକି କରୁଛ? ଆମ୍ଭେ ତୁମ୍ଭମାନଙ୍କ ପରି କେବଳ ମଣିଷ। ଆମ୍ଭେ ତୁମ୍ଭମାନଙ୍କୁ ସୁସମାଗ୍ଭର କହିବା ପାଇଁ ଆସିଛୁ। ତୁମ୍ଭମାନଙ୍କୁ ଏହି ମୂଲ୍ୟହୀନ ବିଷୟ ଗୁଡ଼ିକଠାରୁ ଦୂରେଇ ରହି ଜୀବନ୍ତ ପରମେଶ୍ୱରଙ୍କ ଆଡ଼କୁ ଫେରାଇବା ପାଇଁ ଆମ୍ଭେ ଆସିଛୁ। ସେହି ପରମେଶ୍ୱର ଆକାଶ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଛନ୍ତି।


ସେ ଭୂମିରେ ପଡ଼ିଗଲେ। ସେ ଗୋଟିଏ ସ୍ୱର ଶୁଣିବାକୁ ପାଇଲେ, “ଶାଉଲ, ତୁମ୍ଭେ ମୋତେ କାହିଁକି ତାଡ଼ନା ଦେଉଛ?”


ସେମାନେ ଘୃଣ୍ୟକର୍ମ କରିସୁଦ୍ଧା ଲଜ୍ଜିତ ହେଲେ ନାହିଁ, ସେମାନଙ୍କର ମୁଖମଣ୍ଡଳ ଏହି ମନ୍ଦକର୍ମ ଯୋଗୁଁ ବିବର୍ଣ୍ଣ ହେଲା ନାହିଁ। ଏଣୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ। ସେମାନଙ୍କ ପ୍ରତିଫଳ ପ୍ରାପ୍ତି ସମୟରେ ସେମାନେ ନିପାତିତ ହେବେ।’” ସଦାପ୍ରଭୁ ଏହିସବୁ କହନ୍ତି।


ତୁମ୍ଭର ପାପକର୍ମ ଯୋଗୁଁ ବୃଷ୍ଟି ନିବୃତ୍ତ ହୋଇଅଛି। ବସନ୍ତକାଳୀନ ବର୍ଷା ଆସି ନାହିଁ। କିନ୍ତୁ ତୁମ୍ଭେ ଜଣେ ବେଶ୍ୟାର ଭଂଗୀ ଓ ଲଜ୍ଜାହୀନ ଗ୍ଭହାଣି ବଜାୟ ରଖିଛ ଓ ଲଜ୍ଜିତ ହେବାକୁ ଅସ୍ୱୀକାର କରୁଛ।


ସେମାନଙ୍କର ମୁଖମଣ୍ଡଳରୁ କୁକର୍ମ କରି ଦୋଷୀ ହେବାର ପରିଚୟ ମିଳେ। ଆଉମଧ୍ୟ ସେମାନେ ସେମାନଙ୍କର ପାପ ଲାଗି ଗର୍ବିତ। ସଦୋମର ଲୋକମାନଙ୍କ ପରି ସେମାନେ ସେମାନଙ୍କର ପାପକୁ ଗୋପନ ରଖନ୍ତି। ଏହା ସେମାନଙ୍କ ପାଇଁ କୁଫଳ ହେବ କାରଣ ସେମାନେ ନିଜେ ନିଜର ଅନିଷ୍ଟ କରିବାକୁ ଯାଆନ୍ତି।


ଏଲି ଅତି ବୃଦ୍ଧ ହେଲେ। ପୁଣି ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲକୁ ଯାହା ଯାହା କଲେ ଓ ଯିଏ କି ସମାଗମ-ତମ୍ବୁର ପ୍ରବେଶ ନିକଟରେ ସେବା କାରୀଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ତାଙ୍କ ଦ୍ୱାରା ଶୁଣା ହେଲା।


ନାହିଁ, ନାହିଁ, ମୋର ପୁତ୍ରମାନେ, ମୁଁ ଯେଉଁ ଜନରବ ଶୁଣୁଅଛି, ଭଲ ନୁହେଁ, ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ଆଜ୍ଞାଲଂଘନ କରାଉଅଛ।


Swiv nou:

Piblisite


Piblisite