Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 2:28 - ପବିତ୍ର ବାଇବଲ

28 ଇସ୍ରାଏଲର ଗୋଷ୍ଠୀମାନଙ୍କ ମଧ୍ୟରୁ ତୁମ୍ଭର ପରିବାରବର୍ଗକୁ ମୋର ଯାଜକ ହୋଇ ସେବା କରିବାକୁ, ଏଫୋଦ ପରିଧାନ କରିବାକୁ ଓ ଯଜ୍ଞବେଦିରେ ଧୂପ ଜଳାଇବାକୁ ମୁଁ ମନୋନୀତ କରିଅଛି। ଆହୁରି ମଧ୍ୟ ମୁଁ ତୁମ୍ଭକୁ ଏକ ନିୟମ ଦେଲି ଯେ, ମୋ’ ପାଇଁ ଇସ୍ରାଏଲର ଲୋକମାନେ ଉତ୍ସର୍ଗ କରୁଥିବା ମାଂସ ଓ ଅନ୍ୟ ସାମଗ୍ରୀ ତୁମ୍ଭ ପରିବାରବର୍ଗକୁ ଦିଆଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଓ ଆମ୍ଭେ କି ଆମ୍ଭ ବେଦି ଉପରକୁ ଯିବାକୁ ଓ ଧୂପ ଜ୍ଵଳାଇବାକୁ ଓ ଆମ୍ଭ ସମ୍ମୁଖରେ ଏଫୋଦ ପରିଧାନ କରିବାକୁ ସମଗ୍ର ଇସ୍ରାଏଲ ଗୋଷ୍ଠୀ ମଧ୍ୟରୁ ତାହାକୁ ଯାଜକ ହେବା ପାଇଁ ମନୋନୀତ କରି ନାହୁଁ? ଆହୁରି, ଆମ୍ଭେ କି ଇସ୍ରାଏଲ-ସନ୍ତାନଗଣର ଅଗ୍ନିକୃତ ସମସ୍ତ ଉପହାର ତୁମ୍ଭ ପିତୃଗୃହକୁ ଦେଇ ନାହୁଁ?

Gade chapit la Kopi

ଓଡିଆ ବାଇବେଲ

28 ଓ ଆମ୍ଭେ କି ଆମ୍ଭ ବେଦି ଉପରକୁ ଯିବାକୁ ଓ ଧୂପ ଜ୍ୱଳାଇବାକୁ ଓ ଆମ୍ଭ ସମ୍ମୁଖରେ ଏଫୋଦ ପରିଧାନ କରିବାକୁ ସମଗ୍ର ଇସ୍ରାଏଲ ଗୋଷ୍ଠୀ ମଧ୍ୟରୁ ତାହାକୁ ଯାଜକ ହେବା ପାଇଁ ମନୋନୀତ କରି ନାହୁଁ ? ଆହୁରି, ଆମ୍ଭେ କି ଇସ୍ରାଏଲ ସନ୍ତାନଗଣର ଅଗ୍ନିକୃତ ସମସ୍ତ ଉପହାର ତୁମ୍ଭ ପିତୃଗୃହକୁ ଦେଇ ନାହୁଁ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଓ ଆମ୍ଭେ କି ଆମ୍ଭ ବେଦି ଉପରକୁ ଯିବାକୁ ଓ ଧୂପ ଜ୍ୱଳାଇବାକୁ ଓ ଆମ୍ଭ ସମ୍ମୁଖରେ ଏଫୋଦ ପରିଧାନ କରିବାକୁ ସମଗ୍ର ଇସ୍ରାଏଲ ଗୋଷ୍ଠୀ ମଧ୍ୟରୁ ତାହାକୁ ଯାଜକ ହେବା ପାଇଁ ମନୋନୀତ କରି ନାହୁଁ? ଆହୁରି, ଆମ୍ଭେ କି ଇସ୍ରାଏଲ-ସନ୍ତାନଗଣର ଅଗ୍ନିକୃତ ସମସ୍ତ ଉପହାର ତୁମ୍ଭ ପିତୃଗୃହକୁ ଦେଇ ନାହୁଁ?

Gade chapit la Kopi




1 ଶାମୁୟେଲ 2:28
26 Referans Kwoze  

ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭର ଭାଇ ହାରୋଣ ଏବଂ ତାଙ୍କର ପୁତ୍ର ନାଦବ୍, ଅବୀହୂ, ଇଲିୟାଜର ଓ ଈଥାମରକୁ ଇସ୍ରାଏଲର ଲୋକମାନଙ୍କ ମଧ୍ୟରୁ ଆଣ। ସେମାନେ ମୋର ଯାଜକଗଣ ହେବେ।


ଇସ୍ରାଏଲ ଲୋକମାନେ ଯେଉଁସବୁ ଦ୍ରବ୍ୟ ପବିତ୍ର କରି ଉତ୍ତୋଳନୀୟ ଉପହାରରୂପେ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି, ସେ ସମସ୍ତ ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତୁମ୍ଭକୁ, ତୁମ୍ଭର ପୁତ୍ରଗଣକୁ ଓ ତୁମ୍ଭର କନ୍ୟାଗଣକୁ ଦେଲୁ। ତୁମ୍ଭ ପାଇଁ ଓ ତୁମ୍ଭ ବଂଶପାଇଁ ଏହା ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳୀନ ନିୟମ।”


“ପୁଣି ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ। ସେମାନେ ସମାଗମ-ତମ୍ବୁର ପ୍ରାଙ୍ଗଣ ଭିତରେ କୌଣସି ଏକ ପବିତ୍ର ସ୍ଥାନରେ ତାଡ଼ି ବିନା ତାକୁ ଭକ୍ଷ୍ୟଣ କରିବେ।


ସେହି ଶସ୍ୟ-ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣ ଓ ତାହାର ପୁତ୍ରଗଣର ହେବ। ଏହି ଅବଶିଷ୍ଟାଂଶ ଯାହା ସଦାପ୍ରଭୁଙ୍କ ଉପହାରରୁ ନିଆଯାଏ ତାହା ମହାପବିତ୍ର ଅଟେ।


ଏହି ଶସ୍ୟ ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରମାନଙ୍କର ହେବ। ଏହି ଉପହାରରୁ ସଦାପ୍ରଭୁଙ୍କ ପାଇଁ ନିଆଯାଇଥିବା ଅବଶିଷ୍ଟାଂଶ ମହାପବିତ୍ର ଅଟେ।


ବୁକୁପଟା, ଏଫୋଦ, ଗୋଟିଏ ଗ୍ଭେଗା, ଶୁକ୍ଳ ସୁତାରେ ବୁଣା ଯାଇଥିବା ଗ୍ଭେଗା, ପଗଡ଼ି ଓ କଟି ବନ୍ଧନ ସେମାନେ ପ୍ରସ୍ତୁତ କରିବା ଉଚିତ୍। ଏହି ଲୋକମାନେ ଏହିସବୁ ପବିତ୍ର ବସ୍ତ୍ର ତୁମ୍ଭର ଭାଇ ହାରୋଣ ଓ ତାହାର ପୁତ୍ରଗଣ ପାଇଁ ପ୍ରସ୍ତୁତ କରିବେ, ଯେଉଁଥିପାଇଁ ସେମାନେ ମୋର ଯାଜକ ରୂପେ ସେବା କରିବେ।


ନାଥନ ଦାଉଦଙ୍କୁ କହିଲେ, “ତୁମ୍ଭେ ହେଉଛ ସେହି ଧନୀ ଲୋକ, ଯାହାକି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହିଛନ୍ତି, ‘ମୁଁ ତୁମ୍ଭକୁ ଇସ୍ରାଏଲର ରାଜା କରିବାକୁ ପସନ୍ଦ କଲି। ମୁଁ ତୁମ୍ଭକୁ ଶାଉଲଠାରୁ ରକ୍ଷା କଲି।


ତା'ପରେ ମୋଶା କୋରହକୁ ଓ ତାଙ୍କର ସମସ୍ତ ଅନୁଗାମୀମାନଙ୍କୁ କହିଲେ, “ସଦାପ୍ରଭୁ କାଲି ଦେଖାଇବେ, କିଏ ପ୍ରକୃତରେ ତାଙ୍କ ଲୋକ ଓ କିଏ ପ୍ରକୃତରେ ପବିତ୍ର। ଆଉ ସେ ତାକୁ ନିଜ ପାଖକୁ ଆଣିବେ, ଯାହାକୁ ସେ ପସନ୍ଦ କରନ୍ତି।


ତୁମ୍ଭେମାନେ ନିଜ ନିଜ ମଙ୍ଗଳାର୍ଥକ ବଳିରୁ ଡାହାଣ ଚଟୁଆ ଯାଜକକୁ ଦେବ।


“ହାରୋଣ ସୁଗନ୍ଧିତ ଧୂପ ଜଳାଇବ। ସେ ପ୍ରତି ପ୍ରଭାତରେ ପ୍ରଦୀପ ପରିଷ୍କାର କରିବା ବେଳେ ସେହି ଧୂପ ଜଳାଇବ।


ପୁଣି ସନ୍ଧ୍ୟା ସମୟରେ ହାରୋଣ ପ୍ରଦୀପ ଜଳାଇବା ସମୟରେ ଧୂପ ଜଳାଇବ, ତହିଁରେ ସେମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରତ୍ୟେକ ଦିନ ଧୂପ ଜଳାଇବ।


ସେମାନେ ଅଭିଷିକ୍ତ ହେଲା ପରେ ସଦାପ୍ରଭୁ ଏହା ସେମାନଙ୍କୁ ଦେବା ପାଇଁ ଇସ୍ରାଏଲ ଲୋକମାନଙ୍କୁ ଆଦେଶ ଦେଲେ। ପୁରୁଷାନୁକ୍ରମରେ ତାହା ସେମାନଙ୍କର ଅଂଶ ହେବ।


ସେ ସମୟରେ ବାଳକ ଶାମୁୟେଲ ଶୁକ୍ଳ ଏଫୋଦ ପିନ୍ଧି ସଦାପ୍ରଭୁଙ୍କ ସମ୍ମୁଖରେ ପରିଚର୍ଯ୍ୟା କଲେ।


ଐକାବୋଦର ଭ୍ରାତା ଅହୀଟୂବର ପୁତ୍ର ଯାଜକ ଅହିୟ ଏଫୋଦ ପିନ୍ଧି ସେଠାରେ ଥିଲା। ଐକାବୋଦ ପୀନହ‌ସ୍‌ର ପୁତ୍ର, ପୀନହସ୍ ଶୀଲୋର ଯାଜକ ଏଲିର ପୁତ୍ର। ଯୋନାଥନ ବାହାରକୁ ଯାଇଛି ବୋଲି ସେଠାରେ ଉପସ୍ଥିତ ଲୋକ ଜାଣି ନ ଥିଲେ।


ଦାଉଦ ଏକ ଶୁକ୍ଳ ଏଫୋଦ ପିନ୍ଧିଥିଲେ। ସଦାପ୍ରଭୁଙ୍କ ସମ୍ମୁଖରେ ତାଙ୍କର ସମସ୍ତ ସାମର୍ଥ୍ୟ ସହ ନାଚୁଥିଲେ।


Swiv nou:

Piblisite


Piblisite