Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 20:29 - ପବିତ୍ର ବାଇବଲ

29 ସେ କହିଲେ, ‘ମୋତେ ଯିବାକୁ ଦିଅ, କାରଣ ଆମ ପରିବାରର ଏକ ବଳିଦାନ ବୈ‌ଥ୍‌ଲେହମରେ ହେବାର ଅଛି। ମୋର ଭାଇ ମୋତେ ଆଦେଶ ଦେଇଛନ୍ତି ସେଠାକୁ ଯିବା ପାଇଁ। ମୁଁ ଯଦି ତୁମ୍ଭର ବନ୍ଧୁ ତେବେ ମୋତେ ଯିବାକୁ ଦିଅ ଏବଂ ମୁଁ ମୋର ଭାଇମାନଙ୍କୁ ଦେଖେ।’ ଏଥିପାଇଁ ପ୍ରାୟ ଦାଉଦ ରାଜାଙ୍କ ଟେବୁଲ୍ ପାଖକୁ ଆସି ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଆଉ ସେ କହିଲା, ବିନୟ କରୁଅଛି, ମୋତେ ଯିବାକୁ ଦିଅ; କାରଣ ନଗରରେ ମୋର ପରିବାର ପାଇଁ ବଳିଦାନ ହେବାର ଅଛି ଓ ସେଠାରେ ଉପସ୍ଥିତ ହେବା ପାଇଁ ମୋହର ଭାଇ ମୋତେ ଆଜ୍ଞା ଦେଇଅଛନ୍ତି। ଏହେତୁ ମୁଁ ଯେବେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ବିନୟ କରୁଅଛି, ମୋର ଭାଇମାନଙ୍କୁ ଦେଖାଇବା ପାଇଁ ମୋତେ ଛାଡ଼ିଦିଅ। ଏହି କାରଣରୁ ସେ ରାଜାଙ୍କ ମେଜକୁ ଆସି ନାହିଁ।

Gade chapit la Kopi

ଓଡିଆ ବାଇବେଲ

29 ଆଉ ସେ କହିଲା, ବିନୟ କରୁଅଛି, ମୋତେ ଯିବାକୁ ଦିଅ; କାରଣ ନଗରରେ ମୋର ପରିବାର ପାଇଁ ବଳିଦାନ ହେବାର ଅଛି ଓ ସେଠାରେ ଉପସ୍ଥିତ ହେବା ପାଇଁ ମୋହର ଭାଇ ମୋତେ ଆଜ୍ଞା ଦେଇଅଛନ୍ତି। ଏହେତୁ ମୁଁ ଯେବେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ବିନୟ କରୁଅଛି ମୋର ଭାଇମାନଙ୍କୁ ଦେଖିବା ପାଇଁ ମୋତେ ଛାଡ଼ିଦିଅ। ଏହି କାରଣରୁ ସେ ରାଜାଙ୍କ ମେଜକୁ ଆସି ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଆଉ ସେ କହିଲା, ‘ବିନୟ କରୁଅଛି, ମୋତେ ଯିବାକୁ ଦିଅ; କାରଣ ନଗରରେ ମୋର ପରିବାର ପାଇଁ ବଳିଦାନ ହେବାର ଅଛି ଓ ସେଠାରେ ଉପସ୍ଥିତ ହେବା ପାଇଁ ମୋହର ଭାଇ ମୋତେ ଆଜ୍ଞା ଦେଇଅଛନ୍ତି।’ ଏହେତୁ ମୁଁ ଯେବେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ବିନୟ କରୁଅଛି ମୋର ଭାଇମାନଙ୍କୁ ଦେଖିବା ପାଇଁ ମୋତେ ଛାଡ଼ିଦିଅ। ଏହି କାରଣରୁ ସେ ରାଜାଙ୍କ ମେଜକୁ ଆସି ନାହିଁ।”

Gade chapit la Kopi




1 ଶାମୁୟେଲ 20:29
4 Referans Kwoze  

ଦାଉଦ ସେହି ଲୋକମାନଙ୍କ ସହିତ କଥାବାର୍ତ୍ତା କରୁଥିବା ସମୟରେ ତା'ର ଜ୍ୟେଷ୍ଠଭ୍ରାତା ଇଲୀୟାବ ଶୁଣିଲା। ଇଲୀୟାବର କ୍ରୋଧ ଦାଉଦ ଉପରେ ପ୍ରଜ୍ୱଳିତ ହେଲା, ଆଉ ସେ କହିଲା, “ତୁ ଏଠାକୁ କାହିଁକି ଆସିଲୁ? ପ୍ରାନ୍ତରରେ ମେଣ୍ଢାମାନଙ୍କୁ କାହା ପାଖରେ ଛାଡ଼ିଲୁ? ମୁଁ ତୋ’ ଗର୍ବ ଓ ମନର ଦୁଷ୍ଟତା ଜାଣେ। କାରଣ ତୁ କେବଳ ଯୁଦ୍ଧ ଦେଖିବା ପାଇଁ ଆସିଛୁ।”


କିନ୍ତୁ ଶାମୁୟେଲ କହିଲେ, “ଯଦି ମୁଁ ଯାଏ, ଶାଉଲ ଏହା ଶୁଣିଲେ ମୋତେ ବଧ କରିବେ।” ସଦାପ୍ରଭୁ କହିଲେ, “ବୈ‌ଥ୍‌ଲେହମକୁ ଯାଅ। ତୁମ୍ଭ ସହିତ ଏକ ଛଡ଼ା ନିଅ ଓ କୁହ, ‘ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ ଦେବାକୁ ଆସିଅଛୁ।’


ଯୋନାଥନ ଉତ୍ତର ଦେଲେ, “ଦାଉଦ ବୈ‌ଥ୍‌ଲେହମକୁ ଯିବା ପାଇଁ ମୋତେ କହିଲେ।


ଶାଉଲ ଯୋନାଥନ ଉପରେ ଭୟଙ୍କର ରାଗିଲେ। ସେ ଯୋନାଥନଙ୍କୁ କହିଲେ, “ତୁ ହେଉଛୁ ଜଣେ ଦାସୀ ସ୍ତ୍ରୀଲୋକର ପୁତ୍ର। ଯିଏ କି ମାନିବା ପାଇଁ ମନାକରେ। ତୁବି ଠିକ୍ ତା'ପରି, ମୁଁ ଜାଣେ ତୁ ଦାଉଦର ପକ୍ଷ ନେଇଛୁ। ତୁ ନିଜ ପାଇଁ ଓ ତୋର ମା ପାଇଁ ଅପମାନ ଆଣୁଛୁ।


Swiv nou:

Piblisite


Piblisite