Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 21:4 - ପବିତ୍ର ବାଇବଲ

4 ଯାଜକ ଦାଉଦଙ୍କୁ କହିଲେ, “ମୋ’ ପାଖରେ ଏଠାରେ ସାଧାରଣ ରୋଟୀ ନାହିଁ। ମୋ’ ପାଖରେ କିଛି ପବିତ୍ର ରୋଟୀ ଅଛି। ତୁମ୍ଭର ଦାସମାନେ ଏ ରୋଟୀ ଖାଇ ପାରିବେ ଯଦି ସେମାନେ କୌଣସି ସ୍ତ୍ରୀଲୋକମାନଙ୍କ ସହିତ ଯଦି ଯୌନ ସମ୍ପର୍କ ରଖି ନ ଥିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏଥିରେ ଯାଜକ ଦାଉଦଙ୍କୁ ଉତ୍ତର କରି କହିଲା, ମୋʼ ହସ୍ତରେ ସାଧାରଣ ରୋଟୀ ନାହିଁ; ଯେବେ ଯୁବାମାନେ ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ରଖିଥିବେ, ତେବେ କେବଳ ପବିତ୍ର ରୋଟୀ ଅଛି।

Gade chapit la Kopi

ଓଡିଆ ବାଇବେଲ

4 ଏଥିରେ ଯାଜକ ଦାଉଦଙ୍କୁ ଉତ୍ତର କରି କହିଲା, ମୋ’ ହସ୍ତରେ ସାଧାରଣ ରୁଟି ନାହିଁ; ଯେବେ ଯୁବାମାନେ ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ରଖିଥିବେ, ତେବେ କେବଳ ପବିତ୍ର ରୁଟି ଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଥିରେ ଯାଜକ ଦାଉଦଙ୍କୁ ଉତ୍ତର କରି କହିଲା, “ମୋʼ ହସ୍ତରେ ସାଧାରଣ ରୁଟି ନାହିଁ; ଯେବେ ଯୁବାମାନେ ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ରଖିଥିବେ, ତେବେ କେବଳ ପବିତ୍ର ରୁଟି ଅଛି।”

Gade chapit la Kopi




1 ଶାମୁୟେଲ 21:4
9 Referans Kwoze  

ଏହା ପରେ ମୋଶା ଲୋକମାନଙ୍କୁ କହିଲେ, “ତୃତୀୟ ଦିନରେ ପ୍ରସ୍ତୁତ ହୁଅ। ତୁମ୍ଭେମାନେ ସ୍ତ୍ରୀ ଲୋକଙ୍କ ସଂସ୍ପର୍ଶରେ ଆସିବ ନାହିଁ।”


ସେହି ମେଜ ଉପରେ, ମୋ’ ସମ୍ମୁଖରେ ସବୁ ସମୟରେ ଦର୍ଶନୀୟ ରୋଟୀ ରଖ।


ନିଜର ଅଧିକାରରୁ ପରସ୍ପରକୁ ବଞ୍ଚିତ କର ନାହିଁ। କିନ୍ତୁ ତୁମ୍ଭେ ଦୁହେଁ ପ୍ରାର୍ଥନାରେ ନିଜକୁ ଉତ୍ସର୍ଗ କରିବା ପାଇଁ ଏକମତ ହୋଇ ଅଳ୍ପ ସମୟ ପାଇଁ ପୃଥକ ହୁଅ। ତା'ପରେ ପୁନର୍ବାର ଏକାଠି ହୁଅ, ଯଦ୍ଦ୍ୱାରା ଶୟତାନ ତୁମ୍ଭମାନଙ୍କ ଦୁର୍ବଳତାର ସୁଯୋଗ ନେଇ ତୁମ୍ଭମାନଙ୍କୁ ପ୍ରଲୋଭିତ କରି ପାରିବ ନାହିଁ।


ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ମନ୍ଦିରର ଯାଜକମାନଙ୍କୁ ଓ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ପଗ୍ଭରିବାକୁ ସେମାନେ ପଠାଇଲେ, “ଆମ୍ଭେ କ’ଣ ପଞ୍ଚମ ମାସରେ ବିଳାପ ଓ ଉପବାସ ଗ୍ଭଲୁ ରଖିବା, ଯେପରିକି ଅନେକ ବର୍ଷ ଧରି କରି ଆସିଅଛୁ? ପଞ୍ଚମ ମାସରେ ଆମ୍ଭେମାନେ ବିଶେଷ ବିଳାପ ଓ ଉପବାସ ପାଳନ କରୁ। ଆମ୍ଭେ ଏହି ପାଳନ କରିବା କାର୍ଯ୍ୟ ଗ୍ଭଲୁ ରଖିବା ଉଚିତ୍ କି?”


ଏଠାରେ ପବିତ୍ର ରୋଟୀ ଛଡ଼ା ଆଉ କୌଣସି ରୋଟୀ ନାହିଁ। ତେଣୁ ଯାଜକ ଦାଉଦକୁ ଏହି ପବିତ୍ର ରୋଟୀ ଦେଲେ। ଏହା ପବିତ୍ର ରୋଟୀସବୁକୁ ସଦାପ୍ରଭୁଙ୍କ ସମ୍ମୁଖରେ ଟେବୁଲ୍ ଉପରେ ରଖିଥିଲେ। ପ୍ରତ୍ୟେକ ଦିନ ସେ ଏହି ରୋଟୀ ସେଠାରୁ କାଢ଼ି ନେଇ ତଟକା ରୋଟୀ ସେହିଠାରେ ରଖନ୍ତି।


ଯଦି ସେ ପୁରୁଷ କୌଣସି ସ୍ତ୍ରୀ ସହିତ ଶୟନ କରେ ଓ ତା'ର କାର୍ଯ୍ୟ ସ୍ଖଳନ ଘଟେ, ତେବେ ସେ ଦୁହେଁ ଜଳରେ ସ୍ନାନ କରିବେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବେ।


ତୁମ୍ଭ ପାଖରେ ବର୍ତ୍ତମାନ କି ଖାଦ୍ୟ ଅଛି? ମୋତେ ବର୍ତ୍ତମାନ ପାଞ୍ଚପଟ ରୋଟୀ ଦିଅ କିମ୍ବା ଯାହାକିଛି ଅଛି ମୋତେ ଖାଇବାକୁ ଦିଅ।”


Swiv nou:

Piblisite


Piblisite