Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 22:7 - ପବିତ୍ର ବାଇବଲ

7 ଶାଉଲ ତାଙ୍କ ଦାସମାନଙ୍କୁ କହିଲେ, “ହେ ବିନ୍ୟାମୀନୀୟ ଲୋକମାନେ, ଶୁଣ ଯିଶୀର ପୁତ୍ର କ’ଣ ତୁମ୍ଭ ପ୍ରତି ଜଣଙ୍କୁ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଦେବ? ସେ କ’ଣ ତୁମ୍ଭ ସମସ୍ତଙ୍କୁ ସହସ୍ରପତି ଓ ଶତପତି କରିବ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତହିଁରେ ଶାଉଲ ଚାରିଆଡ଼େ ଠିଆ ହୋଇଥିବା ଆପଣା ଦାସମାନଙ୍କୁ କହିଲେ, ହେ ବିନ୍ୟାମୀନୀୟ ଲୋକମାନେ, ଶୁଣ; ଯିଶୀର ପୁତ୍ର କʼଣ ତୁମ୍ଭମାନଙ୍କ ପ୍ରତିଜଣକୁ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଦେବ, ସେ କʼଣ ତୁମ୍ଭ ସମସ୍ତଙ୍କୁ ସହସ୍ରପତି ଓ ଶତପତି କରିବ,

Gade chapit la Kopi

ଓଡିଆ ବାଇବେଲ

7 ତହିଁରେ ଶାଉଲ ଚାରିଆଡ଼େ ଠିଆ ହୋଇଥିବା ଆପଣା ଦାସମାନଙ୍କୁ କହିଲେ, ହେ ବିନ୍ୟାମୀନୀୟ ଲୋକମାନେ, ଶୁଣ; ଯିଶୀର ପୁତ୍ର କ’ଣ ତୁମ୍ଭମାନଙ୍କ ପ୍ରତିଜଣକୁ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଦେବ, ସେ କ’ଣ ତୁମ୍ଭ ସମସ୍ତଙ୍କୁ ସହସ୍ରପତି ଓ ଶତପତି କରିବ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହିଁରେ ଶାଉଲ ଚାରିଆଡ଼େ ଠିଆ ହୋଇଥିବା ଆପଣା ଦାସମାନଙ୍କୁ କହିଲେ, “ହେ ବିନ୍ୟାମୀନୀୟ ଲୋକମାନେ, ଶୁଣ; ଯିଶୀର ପୁତ୍ର କʼଣ ତୁମ୍ଭମାନଙ୍କ ପ୍ରତି ଜଣକୁ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଦେବ, ସେ କʼଣ ତୁମ୍ଭ ସମସ୍ତଙ୍କୁ ସହସ୍ରପତି ଓ ଶତପତି କରିବ,

Gade chapit la Kopi




1 ଶାମୁୟେଲ 22:7
14 Referans Kwoze  

ସେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ ନୂଆରାଜା ସେମାନଙ୍କ କଥା ଶୁଣିଲେ ନାହିଁ। ତେଣୁ ସେମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଆମ୍ଭେମାନେ କ’ଣ ଦାଉଦ ସାମ୍ରାଜ୍ୟର ଏକ ଅଂଶ? ଆମ୍ଭେ ଯିଶୀର କିଛି ଭୂମି ପାଉ କି? ନା, ତେଣୁ ଇସ୍ରାଏଲର ଲୋକମାନେ ନିଜ ନିଜ ଘରକୁ ଫେରି ଯାଅ। ଦାଉଦଙ୍କ ପୁତ୍ରଙ୍କୁ ତାଙ୍କ ଲୋକମାନଙ୍କୁ ଶାସନ କରିବାକୁ ଦିଅ।” ତେଣୁ ଇସ୍ରାଏଲର ଲୋକମାନେ ସେମାନଙ୍କର ଘରକୁ ଫେରି ଗଲେ।


ସେହି ସମୟରେ ଏକ ବିଶେଷ ବ୍ୟକ୍ତି ଯିଶୟର ପରିବାରରୁ ଧ୍ୱଜା ସ୍ୱରୂପ ଆସିବେ। ସେହି ଧ୍ୱଜା ତାଙ୍କ ଚତୁର୍ଦ୍ଦିଗରେ ଏକତ୍ରିତ ହେବାକୁ ଦେଖାଇବେ। ଆଉ ମଧ୍ୟ ଗୋଷ୍ଠୀୟମାନଙ୍କୁ ଉଚିତ୍ କର୍ମ କରିବାକୁ ନିର୍ଦ୍ଦେଶ ଦେବ। ସେହି ସ୍ଥାନ ତାଙ୍କର ବିଶ୍ରାମ ସ୍ଥାନ ହେବ ଓ ଗୌରବାନ୍ୱିତ ହେବ।


ଅନନ୍ତର ଯିଶୟର ଗଣ୍ଡିରୁ ଏକ କ୍ଷୁଦ୍ର ଶାଖା ବହନ କରିବ, ତା'ର ମୂଳରୁ ଶାଖା ବଢ଼ିବ,


ସେ ସମୟରେ ବିନ୍ୟାମୀନୀୟ ବିଖ୍ରିର ପୁତ୍ର ଶେବଃ ନାମରେ ଜଣେ ପାପଧମ ଲୋକ ସେଠାରେ ଥିଲା, ପୁଣି ସେ ତୂରୀ ବଜାଇ କହିଲା, “ଦାଉଦଙ୍କଠାରେ ଆମ୍ଭମାନଙ୍କର କୌଣସି ଅଂଶ ନାହିଁ। ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର ଅଧିକାର ନାହିଁ। ହେ ଇସ୍ରାଏଲ, ପ୍ରତ୍ୟେକ ନିଜ ନିଜ ତମ୍ବୁକୁ ଗ୍ଭଲ।”


ନାବଲ ଦାଉଦଙ୍କ ଲୋକମାନଙ୍କୁ ଉତ୍ତର ଦେଇ କହିଲା, “ଦାଉଦ କିଏ? ଯିଶୀର ପୁତ୍ର କିଏ? ଆଜିକାଲି ଅନେକ ଦାସ ଅଛନ୍ତି ଯେଉଁମାନେ ଆପଣା ଆପଣା ମୁନିବଠାରୁ ପଳାଇଯାଇ ବୁଲୁଛନ୍ତି।


ପୁଣି ଶାଉଲ ତାଙ୍କୁ କହିଲେ, “ତୁମ୍ଭେ ଓ ଯିଶୀର ପୁତ୍ର କାହିଁକି ମୋ’ ବିରୁଦ୍ଧରେ କୁମନ୍ତ୍ରଣା କରିଅଛ? ଆଜି ଯିଶୀର ପୁତ୍ର ମୋ’ ବିରୁଦ୍ଧରେ ଉଠି ଓଗାଳି ବସିବା ପାଇଁ ତୁମ୍ଭେ ତ ତାହାକୁ ରୋଟୀ ଓ ଖଣ୍ତା ଦେଇଅଛ ଓ ପରମେଶ୍ୱରଙ୍କ ନିକଟରେ ତା’ ପାଇଁ ପ୍ରାର୍ଥନା କରିଅଛ।”


ଶାଉଲଙ୍କର ଦାସ ନିକଟରେ ଛିଡ଼ା ହୋଇଥିବା ଇଦୋମୀୟ ଦୋୟେଗ ଉତ୍ତର ଦେଲା, “ମୁଁ ଯିଶୀର ପୁତ୍ରକୁ ନୋବରେ ଅହୀଟୂବର ପୁତ୍ର ଅହୀମେଲକ୍ ନିକଟକୁ ଯିବାର ଦେଖିଥିଲି।


ଶାଉଲ ଯୋନାଥନ ଉପରେ ଭୟଙ୍କର ରାଗିଲେ। ସେ ଯୋନାଥନଙ୍କୁ କହିଲେ, “ତୁ ହେଉଛୁ ଜଣେ ଦାସୀ ସ୍ତ୍ରୀଲୋକର ପୁତ୍ର। ଯିଏ କି ମାନିବା ପାଇଁ ମନାକରେ। ତୁବି ଠିକ୍ ତା'ପରି, ମୁଁ ଜାଣେ ତୁ ଦାଉଦର ପକ୍ଷ ନେଇଛୁ। ତୁ ନିଜ ପାଇଁ ଓ ତୋର ମା ପାଇଁ ଅପମାନ ଆଣୁଛୁ।


ତା’ ପରଦିନ ମାସର ଦ୍ୱିତୀୟ ଦିନ ଦାଉଦଙ୍କର ସ୍ଥାନ ମଧ୍ୟ ଶୂନ୍ୟ ରହିଲା। ତା'ପରେ ଶାଉଲ ତାଙ୍କର ପୁତ୍ର ଯୋନାଥନଙ୍କୁ ପଗ୍ଭରିଲେ, “କାହିଁକି ଯିଶୀର ପୁଅ ଗତକାଲି ଏବଂ ଆଜି ଏଠାକୁ ଭୋଜନ କରିବାକୁ ଆସିଲେ ନାହିଁ?”


ସଦାପ୍ରଭୁ ଦାଉଦଙ୍କ ସହିତ ଥିଲେ। ତେଣୁ ଦାଉଦ ପ୍ରତ୍ୟେକ କ୍ଷେତ୍ରରେ ବିଜୟୀ ହେଲେ।


ଦାଉଦ ଲୋକମାନଙ୍କୁ ଗଣି 1,000 ଜଣରେ ଜଣେ ଓ ପ୍ରତି 100 ଜଣରେ ଜଣେ ଲେଖାଏ ମୁଖିଆଙ୍କୁ ନିଯୁକ୍ତ କଲେ।


ସେହି ଦୁର୍ଗରେ ବିନ୍ୟାମୀନ ଓ ଯିହୁଦା ଗୋଷ୍ଠୀର ଲୋକମାନେ ମଧ୍ୟ ଆସି ଦାଉଦଙ୍କ ସହିତ ଯୋଗ ଦେଲେ।


Swiv nou:

Piblisite


Piblisite