Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 26:21 - ପବିତ୍ର ବାଇବଲ

21 ତା'ପରେ ଶାଉଲ କହିଲେ, “ମୁଁ ପାପ କଲି, ହେ ମୋର ପୁତ୍ର ଦାଉଦ ଫେରି ଆସ। ମୁଁ ତୁମ୍ଭକୁ ଆଉ ଆଘାତ କରିବାକୁ ଚେଷ୍ଟା କରିବି ନାହିଁ। ଆଜି ମୋର ଜୀବନ ତୁମ୍ଭ ନିକଟରେ ବହୁମୂଲ୍ୟ ହେଲା। ମୁଁ ମୁର୍ଖତାର କର୍ମ କରିଅଛି ଓ ଅତିଶୟ ଭୁଲ୍ କରିଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଏଥିରେ ଶାଉଲ କହିଲେ, ମୁଁ ପାପ କଲି; ହେ ମୋହର ପୁତ୍ର ଦାଉଦ, ଫେରି ଆସ; ମୁଁ ତୁମ୍ଭକୁ ଆଉ ହିଂସା କରିବି ନାହିଁ, କାରଣ ଆଜି ମୋହର ପ୍ରାଣ ତୁମ୍ଭ ଦୃଷ୍ଟିରେ ବହୁମୂଲ୍ୟ ହେଲା; ଦେଖ, ମୁଁ ମୂର୍ଖତାର କର୍ମ କରିଅଛି ଓ ଅତିଶୟ ଭ୍ରାନ୍ତ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

21 ଏଥିରେ ଶାଉଲ କହିଲେ, ମୁଁ ପାପ କଲି; ହେ ମୋହର ପୁତ୍ର ଦାଉଦ, ଫେରି ଆସ; ମୁଁ ତୁମ୍ଭକୁ ଆଉ ହିଂସା କରିବି ନାହିଁ, କାରଣ ଆଜି ମୋହର ପ୍ରାଣ ତୁମ୍ଭ ଦୃଷ୍ଟିରେ ବହୁମୂଲ୍ୟ ହେଲା; ଦେଖ, ମୁଁ ମୂର୍ଖତାର କର୍ମ କରିଅଛି ଓ ଅତିଶୟ ଭ୍ରାନ୍ତ ହୋଇଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଥିରେ ଶାଉଲ କହିଲେ, “ମୁଁ ପାପ କଲି; ହେ ମୋହର ପୁତ୍ର ଦାଉଦ, ଫେରି ଆସ; ମୁଁ ତୁମ୍ଭକୁ ଆଉ ହିଂସା କରିବି ନାହିଁ, କାରଣ ଆଜି ମୋହର ପ୍ରାଣ ତୁମ୍ଭ ଦୃଷ୍ଟିରେ ବହୁମୂଲ୍ୟ ହେଲା; ଦେଖ, ମୁଁ ମୂର୍ଖତାର କର୍ମ କରିଅଛି ଓ ଅତିଶୟ ଭ୍ରାନ୍ତ ହୋଇଅଛି।”

Gade chapit la Kopi




1 ଶାମୁୟେଲ 26:21
16 Referans Kwoze  

ଶାଉଲ କହିଲେ, “ତୁମ୍ଭେ ମୋ’ ଅପେକ୍ଷା ସତ୍ ବ୍ୟକ୍ତି ଅଟ। ତୁମ୍ଭେ ମୋ’ ପ୍ରତି ଭଲ ବ୍ୟବହାର ଦେଖାଇଛ। କିନ୍ତୁ ମୁଁ ତୁମ୍ଭ ପ୍ରତି ଖରାପ ବ୍ୟବହାର କରିଥିଲି।


ତା'ପରେ ଶାଉଲ ଶାମୁୟେଲଙ୍କୁ କହିଲେ, “ମୁଁ ପାପ କରିଅଛି। କାରଣ ମୁଁ ସଦାପ୍ରଭୁଙ୍କ ଆଜ୍ଞା ଓ ତୁମ୍ଭ ଆଜ୍ଞା ଉଲ୍ଲଘଂନ କରିଅଛି। ମୁଁ ଲୋକମାନଙ୍କୁ ଭୟ କରି ସେମାନଙ୍କ କଥା ଶୁଣିଲି।


ଫାରୋ ମୋଶା ଏବଂ ହାରୋଣଙ୍କୁ ଡକାଇ ପଠାଇଲେ। ଫାରୋ ସେମାନଙ୍କୁ କହିଲେ, “ଏଥର ମୁଁ ପାପ କରିଛି। ସଦାପ୍ରଭୁ ସତ୍ୟ, ସେ ଉତ୍ତମ କରିଛନ୍ତି। ମୁଁ ଏବଂ ମୋର ଲୋକମାନେ ପାପ କରିଅଛୁ।


ସେ କହିଲା, “ମୁଁ ପାପ କରିଛି। ମୁଁ ଜଣେ ନିରପରାଧ ଲୋକକୁ ମାରି ଦେବା ପାଇଁ ତୁମ୍ଭ ହାତରେ ଧରେଇ ଦେଇଛି।” ଯିହୂଦୀ ନେତାମାନେ କହିଲେ, “ଏଥିରେ ଆମ୍ଭର କିଛି ଯାଏ ଆସେ ନାହିଁ। ତୁମ୍ଭ କଥା ତୁମ୍ଭେ ବୁଝ।”


ଶାଉଲ ଉତ୍ତର ଦେଲେ, “ମୁଁ ପାପ କରିଅଛି, କିନ୍ତୁ ଇସ୍ରାଏଲର ଲୋକମାନଙ୍କ ଓ ପ୍ରାଚୀନବର୍ଗଙ୍କ ସମ୍ମୁଖରେ ମୋର ସମ୍ମାନ ରଖିବା ପାଇଁ ମୋ’ ସହିତ ଫେରି ଆସ। ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉପାସନା କରିବି, ଏଥିପାଇଁ ମୋ’ ସଙ୍ଗେ ଫେରି ଆସ।”


ସଦାପ୍ରଭୁଙ୍କର ଅନୁସରଣକାରୀ ମଧ୍ୟରୁ ସ‌ଦ୍‌ଭକ୍ତମାନଙ୍କ ମୃତ୍ୟୁ ବହୁମୂଲ୍ୟ ଅଟେ।


ଏମିତି କୌଣସି ବ୍ୟକ୍ତି ନାହିଁ ଯିଏ ଅଧିକ ଧନ ଦେଇ ତା'ର ଜୀବନକୁ ପ୍ରାୟଶ୍ଚିତ କରି ପାରିବ।


ଲୋକମାନେ ଶାଉଲଙ୍କୁ କହିଲେ, ଦାଉଦ ଗା‌ଥ୍‌କୁ ପଳାଇ ଅଛି। ଏ କଥା ଜାଣିବା ପରେ ସେ ଆଉ ତାଙ୍କର ଅନ୍ୱେଷଣ କଲେ ନାହିଁ।


ଆଜି ମୁଁ ଦେଖାଇ ଦେଲି ଯେ ମୋର ଦୃଷ୍ଟିରେ ତୁମ୍ଭର ପ୍ରାଣ ମହାନ, ସେହିପରି ସଦାପ୍ରଭୁଙ୍କ ଦୃଷ୍ଟିରେ ମୋର ପ୍ରାଣ ମହତ୍ତ୍ୱପୂର୍ଣ୍ଣ ବୋଲି ସେ ଦେଖାଇ ଦେବେ। ସଦାପ୍ରଭୁ ମୋତେ ସମସ୍ତ ଦୁଃଖରୁ ଉଦ୍ଧାର କରନ୍ତୁ।”


ପଲେଷ୍ଟୀୟମାନଙ୍କର ଅଧିପତିମାନେ ଇସ୍ରାଏଲୀୟମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାରି ଆସିଲେ କିନ୍ତୁ ପ୍ରତ୍ୟେକ ଥର ଦାଉଦ ସେମାନଙ୍କୁ ପରାସ୍ତ କଲେ। ଦାଉଦ ଶାଉଲଙ୍କର ଅତି ଦକ୍ଷ ଅଧିକାରୀ ହେଲେ। ଦାଉଦ ଅଧିକ ମାନ୍ୟ ପାଇଲେ।


ତହୁଁ ବିଲିୟମ ସଦାପ୍ରଭୁଙ୍କ ଦୂତକୁ କହିଲା, “ମୁଁ ପାପ କରିଅଛି, କାରଣ ତୁମ୍ଭେ ମୋ’ ବିପକ୍ଷରେ ପଥରେ ଠିଆ ହୋଇଅଛ। ଏହା ମୁଁ ଜାଣି ନ ଥିଲି। ମୋ’ ଯାତ୍ରା ଯଦି ତୁମ୍ଭ ଦୃଷ୍ଟିରେ ମନ୍ଦ ହୁଏ, ତେବେ ମୁଁ ଗୃହକୁ ଫେରିଯିବି।”


ଦାଉଦ ଉତ୍ତର ଦେଲେ, “ଏହିଠାରେ ରାଜାଙ୍କର ବର୍ଚ୍ଛା ଅଛି। ତୁମ୍ଭର ଜଣେ ଲୋକକୁ ପଠାଇ ଏହାକୁ ନେଇ ଯାଅ।


ଆମ୍ଭ ରାଜା ସେମାନଙ୍କୁ ଦୁଷ୍ଟ ଲୋକମାନଙ୍କଠାରୁ ରକ୍ଷା କରିବେ ଯେଉଁମାନେ କି ସେମାନଙ୍କୁ ଦୁଃଖ ଦେବା ପାଇଁ ଗ୍ଭହୁଁଛନ୍ତି। ରାଜାଙ୍କ ପାଇଁ ସେଇ ଦରିଦ୍ର ଲୋକମାନଙ୍କର ଜୀବନ ବହୁତ ମହତ୍ତ୍ୱପୂର୍ଣ୍ଣ ଅଟେ।


ଶାମୁୟେଲ କହିଲେ, “ତୁମ୍ଭେ ନିର୍ବୋଧ କାର୍ଯ୍ୟ କରିଛ। ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ମାନିଲ ନାହିଁ। ଯଦି ତୁମ୍ଭେ ପରମେଶ୍ୱରଙ୍କ ଆଦେଶ ମାନି କାର୍ଯ୍ୟ କରିଥା’ନ୍ତ ତେବେ ପରମେଶ୍ୱର ତୁମ୍ଭ ବଂଶକୁ ଅନନ୍ତକାଳ ପାଇଁ ଇସ୍ରାଏଲର ଶାସନଭାର ସମ୍ପାଦନ କରିବାକୁ ଦେଇଥା’ନ୍ତେ।


ଏହା ପରେ ଅହସିୟ ତୃତୀୟ ଥର ଅଧିନାୟକ ସହିତ ପଗ୍ଭଶ୍ ଲୋକଙ୍କୁ ପୁଣି ପଠାଇଲେ। ତୃତୀୟ ଅଧିନାୟକ ଏଲିୟ ନିକଟକୁ ଯାଇ ଏଲିୟଙ୍କ ଆଗରେ ନମ୍ର ଭାବରେ ମଥାନତ କଲେ ଏବଂ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ମୁଁ ପ୍ରାର୍ଥନା କରୁଛି, ମୋର ଜୀବନ ସହିତ ମୋର ପଗ୍ଭଶ୍ ଲୋକଙ୍କ ଜୀବନ ଆପଣ ବଞ୍ଚାନ୍ତୁ ଓ ରକ୍ଷା କରନ୍ତୁ।


ଅଗ୍ନି ସ୍ୱର୍ଗରୁ ଆସି ପୂର୍ବ ଦୁଇ ଅଧିପତି ଓ ସେମାନଙ୍କର ପଗ୍ଭଶ୍ ଲୋକଙ୍କୁ ପୋଡ଼ି ପକାଇଲା। ମାତ୍ର ବର୍ତ୍ତମାନ ଆପଣ ଦୟାକରି ଆମ୍ଭମାନଙ୍କୁ ବଞ୍ଚାନ୍ତୁ।”


Swiv nou:

Piblisite


Piblisite