Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 28:21 - ପବିତ୍ର ବାଇବଲ

21 ସେହି ସ୍ତ୍ରୀଲୋକଟି ଶାଉଲଙ୍କ ନିକଟକୁ ଆସି ଦେଖିଲା ଯେ, ସେ ଅତି ଭୟଭୀତ ଥିଲା। ସେ କହିଲା, “ଦେଖ, ମୁଁ ତୁମ୍ଭର ଦାସୀ ମୁଁ ତୁମ୍ଭକୁ ସମ୍ମାନ କରୁଛି। ମୁଁ ମୋର ଜୀବନକୁ ସଙ୍କଟାପୂର୍ଣ୍ଣ କରି ତୁମ୍ଭେ ଯାହା କହିଲ, ମୁଁ ତାହା କଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଏଥିରେ ସେ ସ୍ତ୍ରୀ ଶାଉଲଙ୍କ ନିକଟକୁ ଆସି ତାଙ୍କୁ ଅତିଶୟ ବିହ୍ଵଳ ଦେଖି କହିଲା, ଦେଖନ୍ତୁ, ଆପଣଙ୍କ ଦାସୀ ଆପଣଙ୍କ ରବ ଶୁଣିଅଛି ଓ ମୁଁ ମୋʼ ପ୍ରାଣ ଆପଣା ହାତରେ ଧରି ଯାହା ଆପଣ ମୋତେ କହିଲେ, ଆପଣଙ୍କ ସେହି କଥା ମୁଁ ଶୁଣିଲି।

Gade chapit la Kopi

ଓଡିଆ ବାଇବେଲ

21 ଏଥିରେ ସେ ସ୍ତ୍ରୀ ଶାଉଲଙ୍କ ନିକଟକୁ ଆସି ତାଙ୍କୁ ଅତିଶୟ ବିହ୍ୱଳ ଦେଖି କହିଲା, ଦେଖନ୍ତୁ, ଆପଣଙ୍କ ଦାସୀ ଆପଣଙ୍କ ରବ ଶୁଣିଅଛି ଓ ମୁଁ ମୋ’ ପ୍ରାଣ ଆପଣା ହାତରେ ଧରି ଯାହା ଆପଣ ମୋତେ କହିଲେ, ଆପଣଙ୍କ ସେହି କଥା ମୁଁ ଶୁଣିଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଥିରେ ସେ ସ୍ତ୍ରୀ ଶାଉଲଙ୍କ ନିକଟକୁ ଆସି ତାଙ୍କୁ ଅତିଶୟ ବିହ୍ୱଳ ଦେଖି କହିଲା, “ଦେଖନ୍ତୁ, ଆପଣଙ୍କ ଦାସୀ ଆପଣଙ୍କ ରବ ଶୁଣିଅଛି ଓ ମୁଁ ମୋʼ ପ୍ରାଣ ଆପଣା ହାତରେ ଧରି ଯାହା ଆପଣ ମୋତେ କହିଲେ, ଆପଣଙ୍କ ସେହି କଥା ମୁଁ ଶୁଣିଲି।

Gade chapit la Kopi




1 ଶାମୁୟେଲ 28:21
6 Referans Kwoze  

ତୁମ୍ଭେମାନେ ମୋତେ ସାହାଯ୍ୟ କଲ ନାହିଁ। ଏଥିଯୋଗୁଁ ମୁଁ ମୋର ଜୀବନକୁ ବାଜି ଲଗାଇଲି। ମୁଁ ନଦୀ ପାର ହୋଇ ଅମ୍ମୋନୀୟମାନଙ୍କ ସହିତ ଯୁଦ୍ଧ କରିବା ପାଇଁ ଗଲି। ସଦାପ୍ରଭୁ ତାଙ୍କୁ ପରାସ୍ତ କରିବା ପାଇଁ ମୋତେ ସହାୟ ହେଲେ। ବର୍ତ୍ତମାନ ତୁମ୍ଭେମାନେ ଆଜି କାହିଁକି ମୋ’ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲ?”


ମୁଁ ନିଜକୁ ବିପଦରେ ପକାଇବି ଏବଂ ମୋ’ ଜୀବନ ନିଜ ହାତରେ ଦେବି।


ସେ ଆପଣା ପ୍ରାଣକୁ ବିପଦରେ ପକାଇ ପଲେଷ୍ଟୀୟକୁ ହତ୍ୟା କଲା। ସେଥିରେ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ନିମନ୍ତେ ମହା ବିଜୟ ସାଧନ କଲେ। ଆପଣ ତାହା ଦେଖି ଆନନ୍ଦ କରିଥିଲେ। ଏବେ ଆପଣ ବିନା କାରଣରେ ଦାଉଦକୁ ହତ୍ୟା କରିବେ କାହିଁକି? ସେ ନିର୍ଦ୍ଦୋଷ, ତାକୁ ହତ୍ୟା କରିବାର କିଛି କାରଣ ନାହିଁ।”


ଶାଉଲ ସେହିକ୍ଷଣି ଭୂମିରେ ଲମ୍ବ ହୋଇ ପଡ଼ିଗଲେ ଓ ଶାମୁୟେଲଙ୍କ କଥାରେ ତାଙ୍କର ବହୁତ ଭୟ ଜାତ ହେଲା। ଶାଉଲ ମଧ୍ୟ ବହୁତ ଦୁର୍ବଳ ଥିଲେ। କାରଣ ସେ ସେଦିନ ଓ ରାତି କିଛି ଆହାର କରି ନ ଥିଲେ।


ଦୟା ପୂର୍ବକ ମୋ’ କଥା ଟିକେ ଶୁଣନ୍ତୁ। ଆପଣଙ୍କୁ କିଛି ଖାଦ୍ୟ ଦେବା ପାଇଁ ଅନୁମତି ଲୋଡ଼ୁଛି। ଆପଣ ନିଶ୍ଚିତ ଖାଇବେ, ତା'ପରେ ଆପଣ ଶକ୍ତି ପାଇ ଆପଣା ବାଟରେ ଗ୍ଭଲିଯିବେ।”


ଏଥିରେ ଅରାମର ରାଜା ଅତ୍ୟନ୍ତ ବ୍ୟସ୍ତ ହୋଇ ପଡ଼ିଲେ। ସେ ତାଙ୍କର ଉଚ୍ଚ କର୍ମଗ୍ଭରୀଙ୍କୁ ଡାକି କହିଲେ, “ତୁମ୍ଭେ ମୋତେ କୁହ ଆମ୍ଭମାନଙ୍କ ମଧ୍ୟରୁ କିଏ ଇସ୍ରାଏଲ ପାଇଁ ଗୋପନରେ ସନ୍ଧାନ କରୁଛି।”


Swiv nou:

Piblisite


Piblisite