Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 29:3 - ପବିତ୍ର ବାଇବଲ

3 ପଲେଷ୍ଟୀୟ ଅଧିପତିମାନେ କହିଲେ, “ଏବ୍ରୀୟମାନେ ଏଠାରେ କ’ଣ କରୁଛନ୍ତି?” ଅଖୀଶ୍ ପଲେଷ୍ଟୀୟ ଶାସକମାନଙ୍କୁ କହିଲେ, “ଏ ହେଉଛନ୍ତି ଦାଉଦ। ଦାଉଦ ହେଉଛନ୍ତି ଜଣେ ଇସ୍ରାଏଲର ରାଜା ଶାଉଲଙ୍କର ଦାସମାନଙ୍କ ମଧ୍ୟରୁ ଜଣେ। ଦାଉଦ ମୋ’ ସହିତ ବହୁତ ଦିନ ହେଲା ରହିଲେଣି। ସେ ଶାଉଲଙ୍କୁ ଛାଡ଼ି ମୋ’ ପାଖରେ ରହିବା ଦିନଠାରୁ ମୁଁ ତାଙ୍କଠାରେ କୌଣସି ଦୋଷ ପାଇ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତହିଁରେ ପଲେଷ୍ଟୀୟ ଅଧିପତିମାନେ କହିଲେ, ଏହି ଏବ୍ରୀୟମାନେ ଏଠାରେ କଅଣ କରୁଅଛନ୍ତି? ତହୁଁ ଆଖୀଶ୍ ପଲେଷ୍ଟୀୟ ଅଧିପତିମାନଙ୍କୁ କହିଲେ, ଏ କʼଣ ଇସ୍ରାଏଲର ରାଜା ଶାଉଲଙ୍କର ଦାସ ଦାଉଦ ନୁହେଁ? ସେ ଏତେ ଦିନ ଓ ଏତେ ବର୍ଷ ହେଲା ମୋʼ ସଙ୍ଗରେ ଅଛି ଓ ମୋହର ପକ୍ଷ ହେବା ଦିନଠାରୁ ଆଜି ପର୍ଯ୍ୟନ୍ତ ମୁଁ ତାହାଠାରେ କୌଣସି ଦୋଷ ପାଇ ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 ତହିଁରେ ପଲେଷ୍ଟୀୟ ଅଧିପତିମାନେ କହିଲେ, ଏହି ଏବ୍ରୀୟମାନେ ଏଠାରେ କଅଣ କରୁଅଛନ୍ତି ? ତହୁଁ ଆଖୀଶ୍‍ ପଲେଷ୍ଟୀୟ ଅଧିପତିମାନଙ୍କୁ କହିଲେ, ଏ କ’ଣ ଇସ୍ରାଏଲର ରାଜା ଶାଉଲଙ୍କର ଦାସ ଦାଉଦ ନୁହେଁ ? ସେ ଏତେ ଦିନ ଓ ଏତେ ବର୍ଷ ହେଲା ମୋ’ ସଙ୍ଗରେ ଅଛି ଓ ମୋହର ପକ୍ଷ ହେବା ଦିନଠାରୁ ଆଜି ପର୍ଯ୍ୟନ୍ତ ମୁଁ ତାହାଠାରେ କୌଣସି ଦୋଷ ପାଇ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁରେ ପଲେଷ୍ଟୀୟ ଅଧିପତିମାନେ କହିଲେ, “ଏହି ଏବ୍ରୀୟମାନେ ଏଠାରେ କଅଣ କରୁଅଛନ୍ତି?” ତହୁଁ ଆଖୀଶ୍‍ ପଲେଷ୍ଟୀୟ ଅଧିପତିମାନଙ୍କୁ କହିଲେ, “ଏ କʼଣ ଇସ୍ରାଏଲର ରାଜା ଶାଉଲଙ୍କର ଦାସ ଦାଉଦ ନୁହେଁ? ସେ ଏତେ ଦିନ ଓ ଏତେ ବର୍ଷ ହେଲା ମୋʼ ସଙ୍ଗରେ ଅଛି ଓ ମୋହର ପକ୍ଷ ହେବା ଦିନଠାରୁ ଆଜି ପର୍ଯ୍ୟନ୍ତ ମୁଁ ତାହାଠାରେ କୌଣସି ଦୋଷ ପାଇ ନାହିଁ।”

Gade chapit la Kopi




1 ଶାମୁୟେଲ 29:3
13 Referans Kwoze  

ଶେଷରେ ସେହି ଲୋକମାନେ କହିଲେ, “ଆମ୍ଭେମାନେ ଦାନିୟେଲଙ୍କ ବିଷୟରେ କୌଣସି ଦୋଷ ପାଇବା ନାହିଁ। ତେଣୁ ତାଙ୍କ ପରମେଶ୍ୱର ବ୍ୟବସ୍ଥା ସମ୍ବନ୍ଧରେ ଦୋଷ ଦେଖିବା।”


ଦାଉଦ ପଲେଷ୍ଟୀୟମାନଙ୍କ ସହିତ ଏକ ବର୍ଷ ଗ୍ଭରି ମାସ ବାସ କଲେ।


କିନ୍ତୁ ତୁମ୍ଭେ ସେମାନଙ୍କୁ ଭଦ୍ର ଭାବରେ ଓ ନମ୍ର ଭାବରେ ବୁଝାଅ। ତୁମ୍ଭେ ସବୁବେଳେ ଅନୁଭବ କରିବା ଉଚିତ୍ ଯେ, ତୁମ୍ଭେ ଠିକ୍ କାମ କରୁଛ। ଏପରି କଲେ, ଯେଉଁମାନେ ତୁମ୍ଭ ବିରୁଦ୍ଧରେ ମନ୍ଦ କଥା କହୁଛନ୍ତି, ସେମାନେ ଲଜ୍ଜିତ ହେବେ। ତୁମ୍ଭେ ଖ୍ରୀଷ୍ଟଙ୍କଠାରେ ଥାଇ ଉତ୍ତମ ଜୀବନ କାଟୁଥିବାରୁ ସେମାନେ ମନ୍ଦ କଥାଗୁଡ଼ିକ କୁହନ୍ତି। ସେମାନେ ତୁମ୍ଭ ବିଷୟରେ ମନ୍ଦ କଥା କହିଥିବା ହେତୁ ଲଜ୍ଜିତ ହେବେ।


ମନ୍ଦ ପ୍ରତିବଦଳରେ କାହାରି ପ୍ରତି ମନ୍ଦ କର ନାହିଁ। ଯାହାକୁ ସବୁ ଲୋକ ଭଲ ବୋଲି ଚିନ୍ତା କରନ୍ତି ସେହିଭଳି କାମ କରିବା ତୁମ୍ଭର ଲକ୍ଷ ହେଉ।


ତାହାଙ୍କୁ ଦେଖିଲା ମାତ୍ରେ ପ୍ରଧାନଯାଜକଗଣ ଓ ଯିହୂଦୀ ପ୍ରହରୀମାନେ ଚିତ୍କାର କଲେ, “ତାକୁ କ୍ରୁଶରେ ଚଢ଼ାଇ ମାର, ତାକୁ କ୍ରୁଶରେ ଚଢ଼ାଇ ମାର।” କିନ୍ତୁ ପୀଲାତ କହିଲେ, “ତୁମ୍ଭେମାନେ ତାହାଙ୍କୁ ନେଇ କ୍ରୁଶରେ ଚଢ଼ାଇ ମାର, କିନ୍ତୁ ମୁଁ ତାହାଙ୍କ ବିରୁଦ୍ଧରେ କୌଣସି ଅଭିଯୋଗ ପାଉ ନାହିଁ।”


ଦୟାକରି ମୋତେ ମୋର କରିଥିବା ଦୋଷ ପାଇଁ କ୍ଷମା କର। ମୁଁ ଜାଣେ ସଦାପ୍ରଭୁ ତୁମ୍ଭ ପରିବାରକୁ ଶକ୍ତିଶାଳୀ କରିବେ। ସଦାପ୍ରଭୁ ଏପରି କରିଛନ୍ତି, କାରଣ ତୁମ୍ଭେମାନେ ତାଙ୍କର ପ୍ରତିରୋଧରେ ଯୁଦ୍ଧ କରିଅଛ, ତୁମ୍ଭେ ବଞ୍ଚିଥିବା ପର୍ଯ୍ୟନ୍ତ କୌଣସି ଲୋକ ତୁମ୍ଭର ଦୋଷ ବାଛି ପାରିବ ନାହିଁ।


କିନ୍ତୁ ଦାଉଦ ନିଜେ ଚିନ୍ତା କଲେ, “ମୁଁ ଦିନେ ଶାଉଲଙ୍କ ହାତରେ ଧରା ହେବି। ଏହା ସବୁଠୁ ଭଲ ହେବ। ମୁଁ ପଲେଷ୍ଟୀୟମାନଙ୍କ ଦେଶକୁ ଯାଇ ନିଜକୁ ରକ୍ଷା କରିବି। ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳ ଖୋଜି ନିରାଶ ହେବ। ଏହିପରି ଭାବରେ ମୁଁ ତାଙ୍କର ହସ୍ତରୁ ରକ୍ଷା ପାଇବି।”


ତେଣୁ ଆଖୀଶ୍ ଦାଉଦଙ୍କୁ ଡାକି କହିଲେ, “ନିଶ୍ଚିତ ସଦାପ୍ରଭୁ ଜୀବିତ ଥିବା ପର୍ଯ୍ୟନ୍ତ, ତୁମ୍ଭେ ମୋର ଅନୁଗତ ରହିବ। ତୁମ୍ଭେ ମୋର ସୈନ୍ୟବାହିନୀରେ ଯୋଗ ଦେଲେ ମୁଁ ବହୁତ ଖୁସୀ ହେବି। ମୋ’ ସହିତ ରହିବା ଦିନଠାରୁ ମୁଁ ତୁମ୍ଭର କୌଣସି ଦୋଷ ପାଇ ନାହିଁ। ତଥାପି ପଲେଷ୍ଟୀୟ ଅଧିପତିମାନଙ୍କ ଦୃଷ୍ଟିରେ ତୁମ୍ଭେ ଉତ୍ତମ ନୁହଁ।


ମନଃଶୀୟ ଗୋଷ୍ଠୀର କେତେକ ବ୍ୟକ୍ତି ମଧ୍ୟ ଦାଉଦଙ୍କ ସହିତ ଯୋଗ ଦେଲେ। ଦାଉଦ ଯେତେବେଳେ ପଲେଷ୍ଟୀୟମାନଙ୍କ ସହିତ ଶାଉଲଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯାଇଥିଲେ, ସେତେବେଳେ ସେମାନେ ତାହାଙ୍କ ସହିତ ଯୋଗ ଦେଇଥିଲେ। କିନ୍ତୁ ଦାଉଦ ଓ ତାଙ୍କ ଲୋକମାନେ ପ୍ରକୃତରେ ପଲେଷ୍ଟୀୟମାନଙ୍କୁ ସାହାଯ୍ୟ କରି ନ ଥିଲେ। ଦାଉଦ ଯେ ସେମାନଙ୍କୁ ସାହାଯ୍ୟ କରୁଅଛନ୍ତି, ଏହା ପଲେଷ୍ଟୀୟ ନେତାମାନେ କଥାବାର୍ତ୍ତା ହେଉଥିଲେ, କିନ୍ତୁ ତା'ପରେ ସେମାନେ ତାହାଙ୍କୁ ପଠାଇଦେବା ନିମନ୍ତେ ସ୍ଥିର କଲେ। ସେହି ଶାସକମାନେ କହିଲେ, “ଯଦି ଦାଉଦ ତାଙ୍କ ମୁନିବ ଶାଉଲଙ୍କ ପାଖକୁ ଫେରିଯାଏ, ତେବେ ଆମ୍ଭମାନଙ୍କର ମୁଣ୍ଡକାଟ ହେବ!”


ଦାଉଦ ସିକ୍ଳଗ ସହରକୁ ଯିବା ବେଳେ ମନଃଶିର ଏହି ଲୋକମାନେ ତାଙ୍କ ସହିତ ଯୋଗ ଦେଇଥିଲେ; ଅ‌ଦ୍‌ନହ, ଯୋଷାବଦ୍, ଯିଦୀୟେଲ, ମୀଖାୟେଲ, ଯୋଷାବଦ୍, ଇଲିହୂ, ଓ ସିଲ୍ଲଥୟ। ଯେଉଁମାନେ ମନଃଶିର 1,000 ଜଣ ସୈନ୍ୟଙ୍କର ମୁଖ୍ୟ ଥିଲେ।


ସେତେବେଳେ ଜଣେ ପଳାତକ ଏବ୍ରୀୟ ଅବ୍ରାମଙ୍କୁ ସମାଗ୍ଭର ଦେଲା। ସେହି ସମୟରେ ଅବ୍ରାମ ଇଷ୍କୋଲର ଓ ଆନେରର ଭ୍ରାତା ଇମୋରୀୟ ମମ୍ରିର ଅଲୋନ ବୃକ୍ଷମୂଳେ ବାସ କରୁଥିଲେ। ସେମାନେ ମଧ୍ୟ ଅବ୍ରାମଙ୍କର ସହାୟ ଥିଲେ।


ତହୁଁ ପଲେଷ୍ଟୀୟମାନେ ସେହି ଜୟଧ୍ୱନି ଶୁଣି କହିଲେ, “ଏବ୍ରୀୟମାନଙ୍କ ଛାଉଣିରେ ଏହି ମହାଜୟଧ୍ୱନିର ଅଭିପ୍ରାୟ କ’ଣ?” ଆଉ ସେମାନେ ଜାଣିଲେ, ଯେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ଇସ୍ରାଏଲର ଛାଉଣିକି ଅଣାଗଲା।


ତେବେ ସେ ଦୁହେଁ ପଲେଷ୍ଟୀୟଙ୍କ ପ୍ରହରୀମାନଙ୍କ ନିକଟରେ ଆପଣଙ୍କୁ ଦେଖା ଦେଲେ। ପଲେଷ୍ଟୀୟ ପ୍ରହରୀମାନେ କହିଲେ, “ଦେଖ! ଏବ୍ରୀୟ ଲୋକମାନେ ଯେଉଁ ଯେଉଁ ଗାତରେ ଲୁଚିଥିଲେ ସେଠାରୁ ଏବେ ବାହାରି ଆସୁଛନ୍ତି।”


Swiv nou:

Piblisite


Piblisite