Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 3:1 - ପବିତ୍ର ବାଇବଲ

1 ବାଳକ ଶାମୁୟେଲ ଏଲିଙ୍କ ଅଧୀନରେ ସଦାପ୍ରଭୁଙ୍କର ସେବା କଲେ। ସେହି ସମୟରେ ସଦାପ୍ରଭୁଙ୍କ ବାକ୍ୟ ଓ ଦର୍ଶନ ଦୁର୍ଲଭ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସେ ସମୟରେ ବାଳକ ଶାମୁୟେଲ ଏଲିଙ୍କ ସମ୍ମୁଖରେ ସଦାପ୍ରଭୁଙ୍କ ପରିଚର୍ଯ୍ୟା କଲେ। ସେ କାଳରେ ସଦାପ୍ରଭୁଙ୍କ ବାକ୍ୟ ଦୁର୍ଲଭ ଥିଲା; ପ୍ରକାଶ୍ୟ-ଦର୍ଶନ ନ ଥିଲା।

Gade chapit la Kopi

ଓଡିଆ ବାଇବେଲ

1 ସେ ସମୟରେ ବାଳକ ଶାମୁୟେଲ ଏଲିଙ୍କ ସମ୍ମୁଖରେ ସଦାପ୍ରଭୁଙ୍କ ପରିଚର୍ଯ୍ୟା କଲେ। ସେ କାଳରେ ସଦାପ୍ରଭୁଙ୍କ ବାକ୍ୟ ଦୁର୍ଲଭ ଥିଲା; ପ୍ରକାଶ୍ୟ ଦର୍ଶନ ନ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସେସମୟରେ ବାଳକ ଶାମୁୟେଲ ଏଲିଙ୍କ ସମ୍ମୁଖରେ ସଦାପ୍ରଭୁଙ୍କ ପରିଚର୍ଯ୍ୟା କଲେ। ସେ କାଳରେ ସଦାପ୍ରଭୁଙ୍କ ବାକ୍ୟ ଦୁର୍ଲଭ ଥିଲା; ପ୍ରକାଶ୍ୟ ଦର୍ଶନ ନ ଥିଲା।

Gade chapit la Kopi




1 ଶାମୁୟେଲ 3:1
11 Referans Kwoze  

ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ। କୌଣସି ଭବିଷ୍ୟ‌ଦ୍‌ବକ୍ତା ଆଉ ନାହାନ୍ତି। କ’ଣ କରିବାକୁ ହେବ କେହି ଜାଣନ୍ତି ନାହିଁ।


ଆହୁରି ସଦାପ୍ରଭୁ ଶୀଲୋରେ ପୁନର୍ବାର ଶାମୁୟେଲକୁ ଦର୍ଶନ ଦେଲେ। ସଦାପ୍ରଭୁ ଶୀଲୋରେ ଶାମୁୟେଲ ନିକଟରେ ତାଙ୍କ ବାକ୍ୟ ଦ୍ୱାରା ଆପଣାକୁ ପ୍ରକାଶ କଲେ।


ଏହା ପରେ ଇ‌ଲ୍‌କାନା ରାମାସ୍ଥିତ ଆପଣା ଘରକୁ ଗଲା। କିନ୍ତୁ ବାଳକ ଶାମୁୟେଲ ଯାଜକ ଏଲି ଅଧୀନରେ ଥାଇ ସଦାପ୍ରଭୁଙ୍କର ସେବା କଲା।


ସେ ସମୟରେ ବାଳକ ଶାମୁୟେଲ ଶୁକ୍ଳ ଏଫୋଦ ପିନ୍ଧି ସଦାପ୍ରଭୁଙ୍କ ସମ୍ମୁଖରେ ପରିଚର୍ଯ୍ୟା କଲେ।


ଦୁର୍ଲୋଭ ସୁବର୍ଣ୍ଣ ପରି ଅଳ୍ପ, କେତେକ ଉତ୍ତମ ଲୋକ ରହିବେ ଓ ସେମାନେ ଓଫୀରର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉଜ୍ଜ୍ୱଳ ଭାବରେ ଦୀପ୍ତି ବିକାଶ କରିବେ।


ତହୁଁ ଶାମୁୟେଲ ଶୋଇବାକୁ ଗଲେ। ସଦାପ୍ରଭୁଙ୍କ ମନ୍ଦିରଦ୍ୱାର ଫିଟାଇବାକୁ ଶୀଘ୍ର ଉଠିଲେ। ଏଲିଙ୍କୁ ସେହି ଦର୍ଶନ ବିଷୟ ଜଣାଇବାକୁ ଶାମୁୟେଲ ଭୟକଲେ।


ପୁଣି ମୁଁ ମୋ’ ନିମନ୍ତେ ଏକ ବିଶ୍ୱସ୍ତ ଯାଜକ ଉତ୍ପନ୍ନ କରିବି ଯିଏ ମୋ’ ମନ ଓ ମୋ’ ହୃଦୟ ଅନୁସାରେ କର୍ମ କରିବ। ଆଉ ମୁଁ ତାହାର ଗୃହ ପ୍ରତିଷ୍ଠା କରିବି ଏବଂ ସେ ମୋର ମନୋନୀତ ରାଜାଙ୍କ ସମ୍ମୁଖରେ ସର୍ବଦା ସେବା କରିବ।


ଆଉ ତୁମ୍ଭର ଅବଶିଷ୍ଟ ବଂଶଧରଗଣ ଯାଜକ ନିକଟରେ ଆସି ତାଙ୍କୁ ଜବାବ କରିବେ, “ଦୟାକରି ମୋତେ ଯାଜକ ଭାବରେ କିଛି କାମ ଦିଅନ୍ତୁ, ଯାହା ଫଳରେ ମୁଁ କିଛି ଖାଦ୍ୟ ଓ କିଛି ଟଙ୍କା ରୋଜଗାର କରି ପାରିବି।”’”


ଯଦି ଏକ ଜାତି ପରମେଶ୍ୱରଙ୍କର ପ୍ରକାଶିତବାକ୍ୟ ଦ୍ୱାରା ନ ଗ୍ଭଲେ, ଲୋକମାନେ ବିଶୃଙ୍ଖଳିତ ହୁଅନ୍ତି। କିନ୍ତୁ ଯେଉଁ ଲୋକ ପରମେଶ୍ୱରଙ୍କର ନିୟମ ମାନି ଚଳେ, ସେ ଆଶୀର୍ବାଦ ପାଏ।


ଗୋଟିଏ ବିପର୍ଯ୍ୟୟ ପରେ ଆଉ ଗୋଟିଏ ବିପର୍ଯ୍ୟୟ ଘଟିବ ଓ ଜନରବ ଉପରେ ଜନରବ ହେବ। ତେଣୁ ତୁମ୍ଭେମାନେ ଭବିଷ୍ୟ‌ଦ୍‌ବକ୍ତାର ନିକଟରୁ ଦର୍ଶନର ଚେଷ୍ଟା କରିବ। କିନ୍ତୁ ଯାଜକମାନଙ୍କର ଶିକ୍ଷା ଓ ପ୍ରାଚୀନ ଲୋକମାନଙ୍କର ଜ୍ଞାନ ଲୋପ ପାଇବ।


Swiv nou:

Piblisite


Piblisite