Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 3:10 - ପବିତ୍ର ବାଇବଲ

10 ଏହା ପରେ ସଦାପ୍ରଭୁ ଆସିଲେ ଏବଂ ସେଠାରେ ଛିଡ଼ା ହେଲେ, ଆଗ ଥର ପରି ସେ “ଶାମୁୟେଲ, ଶାମୁୟେଲ” ବୋଲି ଡାକିଲେ। ତା'ପରେ ଶାମୁୟେଲ ଉତ୍ତର ଦେଲେ, “ମୋତେ କୁହନ୍ତୁ ଆପଣଙ୍କ ଦାସ ଶୁଣୁଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏଉତ୍ତାରେ ସଦାପ୍ରଭୁ ଆସିଲେ, ପୁଣି ଠିଆ ହୋଇ ଅନ୍ୟ ସମୟ ପରି ଶାମୁୟେଲ, ଶାମୁୟେଲ, ବୋଲି ଡାକିଲେ। ତେବେ ଶାମୁୟେଲ କହିଲେ, କହନ୍ତୁ; ଆପଣଙ୍କ ଦାସ ଶୁଣୁଅଛି।

Gade chapit la Kopi

ଓଡିଆ ବାଇବେଲ

10 ଏଉତ୍ତାରେ ସଦାପ୍ରଭୁ ଆସିଲେ, ପୁଣି, ଠିଆ ହୋଇ ଅନ୍ୟ ସମୟ ପରି ଶାମୁୟେଲ, ଶାମୁୟେଲ, ବୋଲି ଡାକିଲେ। ତେବେ ଶାମୁୟେଲ କହିଲେ, କହନ୍ତୁ; ଆପଣଙ୍କ ଦାସ ଶୁଣୁଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଉତ୍ତାରେ ସଦାପ୍ରଭୁ ଆସିଲେ, ପୁଣି, ଠିଆ ହୋଇ ଅନ୍ୟ ସମୟ ପରି “ଶାମୁୟେଲ, ଶାମୁୟେଲ,” ବୋଲି ଡାକିଲେ। ତେବେ ଶାମୁୟେଲ କହିଲେ, “କହନ୍ତୁ; ଆପଣଙ୍କ ଦାସ ଶୁଣୁଅଛି।”

Gade chapit la Kopi




1 ଶାମୁୟେଲ 3:10
8 Referans Kwoze  

ଏହା ପରେ ସଦାପ୍ରଭୁ ପୁନର୍ବାର ତୃତୀୟ ଥର ଶାମୁୟେଲଙ୍କୁ ଡାକିଲେ। ତହୁଁ ସେ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, “ମୁଁ ଏଠାରେ ଅଛି ଆପଣ ମୋତେ ଡାକିଲେ ପରା,” ଏଥିରେ ସଦାପ୍ରଭୁ ଯେ ବାଳକକୁ ଡାକୁଅଛନ୍ତି ଏହା ଏଲି ବୁଝିଲେ।


ତେଣୁ ଏଲି ଶାମୁୟେଲକୁ କହିଲେ, “ଯାଇ ଶୁଅ, ଯେବେ ସେ ତୁମ୍ଭକୁ ଡାକନ୍ତି, ତେବେ ତୁମ୍ଭେ କହିବ, ‘ହେ ସଦାପ୍ରଭୁ, କହନ୍ତୁ ଆପଣଙ୍କ ଦାସ ଶୁଣୁଅଛି।’” ତହୁଁ ଶାମୁୟେଲ ଯାଇ ଆପଣା ସ୍ଥାନରେ ଶୋଇଲେ।


ତା'ପରେ ସଦାପ୍ରଭୁ ଶାମୁୟେଲକୁ କହିଲେ, “ଦେଖ, ମୁଁ ଇସ୍ରାଏଲରେ କିଛି ଗୋଟେ କରିବି, ସେହି ସମସ୍ତେ ଯେଉଁମାନେ ଏବିଷୟରେ ଶୁଣିବେ, ମନ ଦୁଃଖ କରିବେ।


ତହୁଁ ଶାମୁୟେଲ ଶୋଇବାକୁ ଗଲେ। ସଦାପ୍ରଭୁଙ୍କ ମନ୍ଦିରଦ୍ୱାର ଫିଟାଇବାକୁ ଶୀଘ୍ର ଉଠିଲେ। ଏଲିଙ୍କୁ ସେହି ଦର୍ଶନ ବିଷୟ ଜଣାଇବାକୁ ଶାମୁୟେଲ ଭୟକଲେ।


ଆହୁରି ସଦାପ୍ରଭୁ ଶୀଲୋରେ ପୁନର୍ବାର ଶାମୁୟେଲକୁ ଦର୍ଶନ ଦେଲେ। ସଦାପ୍ରଭୁ ଶୀଲୋରେ ଶାମୁୟେଲ ନିକଟରେ ତାଙ୍କ ବାକ୍ୟ ଦ୍ୱାରା ଆପଣାକୁ ପ୍ରକାଶ କଲେ।


ବର୍ତ୍ତମାନ ତୁମ୍ଭର ନେତୃତ୍ୱ କରିବା ପାଇଁ ଜଣେ ରାଜା ଅଛନ୍ତି। ମୁଁ ବୃଦ୍ଧ ଓ ପକ୍ୱକେଶ ହୋଇ ଗଲିଣି। ମୁଁ ମୋ’ ଯୁବାବସ୍ଥାରୁ ତୁମ୍ଭ ମୁନିବ ଥିଲି। ବର୍ତ୍ତମାନ ମୋ’ ପୁଅମାନେ ତୁମ୍ଭ ସାଥୀରେ ଅଛନ୍ତି।


ଅସ୍ତ୍ର ଧରିଥିବା ଲୋକଟି ଉତ୍ତର ଦେଲା, “ମୁଁ ତୁମ୍ଭର ଶତ୍ରୁ ନୁହେଁ, ମୁଁ ସଦାପ୍ରଭୁଙ୍କ ସୈନ୍ୟର ସେନାପତି ଅଟେ। ମୁଁ ବର୍ତ୍ତମାନ ତୁମ୍ଭ ପାଖକୁ ଆସିଲି।” ଏହା ପରେ ଯିହୋଶୂୟ ସମ୍ମାନ ଜଣାଇ ତାଙ୍କୁ ଭୂମିଷ୍ଠ ପ୍ରଣାମ କଲେ। ସେ କହିଲେ, “ମୋର ପ୍ରଭୁ ତାଙ୍କର ଦାସ ମୋ’ ପାଇଁ କିଛି ବାର୍ତ୍ତା ପଠାଇଛନ୍ତି କି?”


Swiv nou:

Piblisite


Piblisite