Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 3:11 - ପବିତ୍ର ବାଇବଲ

11 ତା'ପରେ ସଦାପ୍ରଭୁ ଶାମୁୟେଲକୁ କହିଲେ, “ଦେଖ, ମୁଁ ଇସ୍ରାଏଲରେ କିଛି ଗୋଟେ କରିବି, ସେହି ସମସ୍ତେ ଯେଉଁମାନେ ଏବିଷୟରେ ଶୁଣିବେ, ମନ ଦୁଃଖ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଦେଖ, ଆମ୍ଭେ ଇସ୍ରାଏଲ ମଧ୍ୟରେ ଏକ କର୍ମ କରିବା, ଯେ ପ୍ରତ୍ୟେକ ଲୋକ ତାହା ଶୁଣିବ, ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ।

Gade chapit la Kopi

ଓଡିଆ ବାଇବେଲ

11 ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଦେଖ, ଆମ୍ଭେ ଇସ୍ରାଏଲ ମଧ୍ୟରେ ଏକ କର୍ମ କରିବା, ଯେ ପ୍ରତ୍ୟେକ ଲୋକ ତାହା ଶୁଣିବ, ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଦେଖ, ଆମ୍ଭେ ଇସ୍ରାଏଲ ମଧ୍ୟରେ ଏକ କର୍ମ କରିବା, ଯେ ପ୍ରତ୍ୟେକ ଲୋକ ତାହା ଶୁଣିବ, ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ।

Gade chapit la Kopi




1 ଶାମୁୟେଲ 3:11
11 Referans Kwoze  

ସଦାପ୍ରଭୁ ଉତ୍ତର ଦେଲେ, “ଅନ୍ୟ ଗୋଷ୍ଠୀଗୁଡ଼ିକୁ ଗ୍ଭହଁ। ସେମାନଙ୍କୁ ଲକ୍ଷ୍ୟ କର ଏବଂ ତୁମ୍ଭେ ଆଶ୍ଚର୍ଯ୍ୟାନ୍ୱିତ ହେବ। ତୁମ୍ଭର ଜୀବନ କାଳ ମଧ୍ୟରେ ଆମ୍ଭେ ଯାହା କରିବା ତାହା ତୁମ୍ଭକୁ ଆଶ୍ଚର୍ଯ୍ୟାନ୍ୱିତ କରିବ। ଯଦି କେହି ତୁମ୍ଭକୁ କହେ, କ’ଣ ହେବାକୁ ଯାଉଥିଲା, ତୁମ୍ଭେ କେବେ ବିଶ୍ୱାସ କରି ନ ଥା’ନ୍ତ।


‘ଦେଖ, ଅବଜ୍ଞାକାରୀ ଲୋକମାନେ, ତୁମ୍ଭେମାନେ ଆଶ୍ଚର୍ଯ୍ୟ ହୋଇପାର ଓ ତା'ପରେ ମରିବାକୁ ଯାଇଥାଅ, କାରଣ ମୁଁ ତୁମ୍ଭମାନଙ୍କ ସମୟରେ, ଏପରି ଗୋଟିଏ କାର୍ଯ୍ୟ କରିବି ଯାହା ତୁମ୍ଭମାନଙ୍କୁ କେହି କହିଲେ ସୁଦ୍ଧା, ତୁମ୍ଭେମାନେ ବିଶ୍ୱାସ କରିବ ନାହିଁ।’”


ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୁଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନକୁ ଦୁର୍ଦ୍ଦଶା ଆଣୁଅଛୁ। ତାହା ଯିଏ ଶୁଣିବ ସେ ଭୟରେ ଶିହରି ଉଠିବ।


ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, ‘ଦେଖ ଆମ୍ଭେ ଯିରୁଶାଲମ ଓ ଯିହୁଦା ପାଇଁ ଏପରି ଅମଙ୍ଗଳ ଆଣିବୁ ଯିଏ ଏହି ବିଷୟରେ ଶୁଣିବ ଆଶ୍ଚର୍ଯ୍ୟ ହେବ।”


ସଂସାରକୁ ମାଡ଼ି ଆସୁଥିବା ବିପଦକୁ ଚିନ୍ତା କରି ଲୋକେ ଭୟରେ ମୂର୍ଚ୍ଛିତ ହୋଇଯିବେ। ଆକାଶ ମଣ୍ଡଳର ପ୍ରତ୍ୟେକ ବିଷୟ ବଦଳି ଯିବ।


ତେଣୁ ଏହି ଲୋକମାନଙ୍କୁ ଚକିତ କରିବା ପାଇଁ ମୁଁ ଅ‌‌ଦ୍‌‌ଭୂତ ଓ ଆଶ୍ଚର୍ଯ୍ୟ କର୍ମମାନ କରି ଗ୍ଭଲିବି। ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନେ ସେମାନଙ୍କର ବୁଦ୍ଧି ହରାଇବେ।”


ଏହା ବହୁ ସମୟ ଆସି ତୁମ୍ଭକୁ ନେବ। ଏହା ସକାଳେ, ମଧ୍ୟାହ୍ନ, ସନ୍ଧ୍ୟାବେଳେ ପ୍ରକାଶିତ ହେବ। “ଆଉ ଯେତେବେଳେ ତୁମ୍ଭେ ବୁଝ, ତାହା ଅତି ଭୟଙ୍କର ହେବ।


ଏହା ପରେ ସଦାପ୍ରଭୁ ଆସିଲେ ଏବଂ ସେଠାରେ ଛିଡ଼ା ହେଲେ, ଆଗ ଥର ପରି ସେ “ଶାମୁୟେଲ, ଶାମୁୟେଲ” ବୋଲି ଡାକିଲେ। ତା'ପରେ ଶାମୁୟେଲ ଉତ୍ତର ଦେଲେ, “ମୋତେ କୁହନ୍ତୁ ଆପଣଙ୍କ ଦାସ ଶୁଣୁଅଛି।”


ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲୀୟମାନେ ପରାସ୍ତ ହୋଇ ପ୍ରତ୍ୟେକ ଆପଣା ଆପଣା ତମ୍ବୁକୁ ଫେରିଗଲେ, ସେତେବେଳେ ଅତି ମହାସଂହାର ହେଲା, କାରଣ ସେଥିରେ ଇସ୍ରାଏଲର 30,000 ପଦାତିକ ସୈନ୍ୟ ମରି ପଡ଼ିଲେ।


ତୁମ୍ଭେ କ’ଣ ଭାବୁଛ ତୁମ୍ଭେ ତାକୁ ପରାସ୍ତ କରି ପାରିବ? ଭୁଲି ଯାଅ! କୌଣସି ଭରସା ନାହିଁ! ତା’ ପ୍ରତି ଅନାଇଲେ ତୁମ୍ଭେ ଭୟଭୀତ ହେବ।


Swiv nou:

Piblisite


Piblisite