Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 3:4 - ପବିତ୍ର ବାଇବଲ

4 ସେତେବେଳେ ସଦାପ୍ରଭୁ ଶାମୁୟେଲକୁ ଡାକିଲେ ଓ ଶାମୁୟେଲ ଉତ୍ତର ଦେଲେ, “ମୁଁ ଏଠାରେ ଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ ଡାକିଲେ; ସେ କହିଲେ, ମୁଁ ଏଠାରେ ଅଛି।

Gade chapit la Kopi

ଓଡିଆ ବାଇବେଲ

4 ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ ଡାକିଲେ; ସେ କହିଲେ, ମୁଁ ଏଠାରେ ଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ ଡାକିଲେ; ସେ କହିଲେ, “ମୁଁ ଏଠାରେ ଅଛି।”

Gade chapit la Kopi




1 ଶାମୁୟେଲ 3:4
10 Referans Kwoze  

ତା'ପରେ ମୁଁ ସଦାପ୍ରଭୁଙ୍କର ସ୍ୱର ଶୁଣିଲି। ସେ କହିଲେ, “ମୁଁ କାହାକୁ ପଠାଇବି? କିଏ ଆମ୍ଭମାନଙ୍କ ପାଇଁ ଯିବ?” ତେଣୁ ମୁଁ କହିଲି, “ମୁଁ ଏଠାରେ ଅଛି! ମୋତେ ପଠାଅ!”


ମୋଶା ଏବଂ ହାରୋଣ ତାଙ୍କର ଯାଜକଗଣଙ୍କ ମଧ୍ୟରେ ଅନ୍ୟତମ ଥିଲେ। ଶାମୁୟେଲ ଥିଲେ ଜଣେ ଯିଏକି, ପରମେଶ୍ୱରଙ୍କ ନାମ ନେଇ ପ୍ରାର୍ଥନା କରିଥିଲେ। ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଏବଂ ସେ ସେମାନଙ୍କୁ ଉତ୍ତର ଦେଲେ।


ସଦାପ୍ରଭୁ ଦେଖିଲେ, ମୋଶା ବୁଦା ଆଡ଼କୁ ଆସୁଛନ୍ତି। ତେଣୁ ପରମେଶ୍ୱର ବୁଦା ମଧ୍ୟରୁ ମୋଶାଙ୍କୁ ଡାକିଲେ, ପରମେଶ୍ୱର କହିଲେ, “ମୋଶା, ମୋଶା!” ମୋଶା କହିଲେ, “ହଁ ଆଜ୍ଞା, ସଦାପ୍ରଭୁ।”


ଏହିସବୁ ଘଟଣା ଘଟିବାପରେ, ପରମେଶ୍ୱର ଅବ୍ରହାମଙ୍କ ବିଶ୍ୱାସକୁ ପରୀକ୍ଷା କରିବାକୁ ନିଷ୍ପତ୍ତି ନେଲେ। ପରମେଶ୍ୱର ତାଙ୍କୁ କହିଲେ, “ଅବ୍ରହାମ!” ଏବଂ ଅବ୍ରହାମ କହିଲେ, “ହଁ!”


ପରମେଶ୍ୱରଙ୍କ ମଣ୍ଡଳୀରେ ପ୍ରଥମେ ପ୍ରେରିତମାନଙ୍କୁ, ଦ୍ୱିତୀୟରେ ଭବିଷ୍ୟଦ୍‌‌ବକ୍ତାମାନଙ୍କୁ, ତୃତୀୟରେ ଶିକ୍ଷକମାନଙ୍କୁ, ସ୍ଥାନ ଦେଇଛନ୍ତି। ତା'ପରେ, ଆଶ୍ଚର୍ଯ୍ୟ କାର୍ଯ୍ୟ କରୁଥିବା ଲୋକଙ୍କୁ, ତା'ପରେ ପରୋପକାରୀଙ୍କୁ ତା'ପରେ ନେତୃତ୍ୱ ନେଉଥିବା ବ୍ୟକ୍ତିଙ୍କୁ, ତା'ପରେ ବିଭିନ୍ନ ଭାଷା କହି ପାରୁଥିବା ଲୋକଙ୍କୁ ସ୍ଥାନ ଦେଇଛନ୍ତି।


ସେ ଭୂମିରେ ପଡ଼ିଗଲେ। ସେ ଗୋଟିଏ ସ୍ୱର ଶୁଣିବାକୁ ପାଇଲେ, “ଶାଉଲ, ତୁମ୍ଭେ ମୋତେ କାହିଁକି ତାଡ଼ନା ଦେଉଛ?”


ଶାମୁୟେଲ ଏଲିଙ୍କ ନିକଟକୁ ଧାଇଁଯାଇ କହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ?” ସେ କହିଲେ, “ମୁଁ ତୁମ୍ଭକୁ ଡାକି ନାହିଁ, ଫେରିଯାଅ ଓ ଶୁଅ।” ଏବଂ ସେ ଶୋଇଲେ।


କିନ୍ତୁ ଏହା ପରେ ସଦାପ୍ରଭୁଙ୍କର ଦୂତ ସ୍ୱର୍ଗରୁ ଅବ୍ରହାମଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ!” ଅବ୍ରହାମ ଉତ୍ତର ଦେଲେ, “ହଁ ପ୍ରଭୁ!”


Swiv nou:

Piblisite


Piblisite