Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 30:22 - ପବିତ୍ର ବାଇବଲ

22 କିଛି ଦୁଷ୍ଟ, ଖଳ ପ୍ରକୃତିର ଲୋକମାନେ ଦାଉଦଙ୍କ ସଙ୍ଗରେ ଯାଇଥିଲେ। ସେହି ଖଳ ପ୍ରକୃତିର ଲୋକମାନେ କହିଲେ, “ଏହି ଯେଉଁ 200 ଜଣ ଲୋକ ଆମ୍ଭ ସଙ୍ଗେ ଯାଇ ନ ଥିଲେ, ଆମ୍ଭେ ଆଣିଥିବା ଦ୍ରବ୍ୟ ସେମାନଙ୍କୁ ଦେବା ନାହିଁ। ସେମାନଙ୍କୁ କେବଳ ସେମାନଙ୍କର ପିଲା ଓ ସ୍ତ୍ରୀ ଫେରାଇ ଦିଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ସେତେବେଳେ ଦାଉଦଙ୍କ ସଙ୍ଗରେ ଯେଉଁମାନେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଦୁଷ୍ଟ ଓ ପାପାଧମ ମନୁଷ୍ୟ ସମସ୍ତେ ଉତ୍ତର ଦେଇ କହିଲେ, ସେମାନେ ଆମ୍ଭ ସଙ୍ଗରେ ଗଲେ ନାହିଁ, ଏଥିପାଇଁ ଆମ୍ଭେମାନେ ପ୍ରାପ୍ତ ଲୁଟଦ୍ରବ୍ୟରୁ ସେମାନଙ୍କୁ କିଛି ଦେବୁ ନାହିଁ, କେବଳ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଭାର୍ଯ୍ୟା ଓ ସନ୍ତାନସନ୍ତତି ଦେବୁ, ସେମାନେ ତାଙ୍କୁ ନେଇ ଚାଲିଯାʼନ୍ତୁ।

Gade chapit la Kopi

ଓଡିଆ ବାଇବେଲ

22 ସେତେବେଳେ ଦାଉଦଙ୍କ ସଙ୍ଗରେ ଯେଉଁମାନେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଦୁଷ୍ଟ ଓ ପାପାଧମ ମନୁଷ୍ୟ ସମସ୍ତେ ଉତ୍ତର ଦେଇ କହିଲେ, ସେମାନେ ଆମ୍ଭ ସଙ୍ଗରେ ଗଲେ ନାହିଁ, ଏଥିପାଇଁ ଆମ୍ଭେମାନେ ପ୍ରାପ୍ତ ଲୁଟ ଦ୍ରବ୍ୟରୁ ସେମାନଙ୍କୁ କିଛି ଦେବୁ ନାହିଁ, କେବଳ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଭାର୍ଯ୍ୟା ଓ ସନ୍ତାନସନ୍ତତି ଦେବୁ, ସେମାନେ ତାଙ୍କୁ ନେଇ ଚାଲିଯାଆନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସେତେବେଳେ ଦାଉଦଙ୍କ ସଙ୍ଗରେ ଯେଉଁମାନେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଦୁଷ୍ଟ ଓ ପାପାଧମ ମନୁଷ୍ୟ ସମସ୍ତେ ଉତ୍ତର ଦେଇ କହିଲେ, “ସେମାନେ ଆମ୍ଭ ସଙ୍ଗରେ ଗଲେ ନାହିଁ, ଏଥିପାଇଁ ଆମ୍ଭେମାନେ ପ୍ରାପ୍ତ ଲୁଟଦ୍ରବ୍ୟରୁ ସେମାନଙ୍କୁ କିଛି ଦେବୁ ନାହିଁ, କେବଳ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଭାର୍ଯ୍ୟା ଓ ସନ୍ତାନସନ୍ତତି ଦେବୁ, ସେମାନେ ତାଙ୍କୁ ନେଇ ଚାଲିଯାଆନ୍ତୁ।”

Gade chapit la Kopi




1 ଶାମୁୟେଲ 30:22
10 Referans Kwoze  

“ଅନ୍ୟମାନେ ତୁମ୍ଭ ପାଇଁ ଯାହା କରିବେ ବୋଲି ତୁମ୍ଭେ ଗ୍ଭହୁଁଛ, ତୁମ୍ଭେ ନିଜେ ସେମାନଙ୍କ ପାଇଁ ସେହିଭଳି କର। ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନଙ୍କର ଶିକ୍ଷାର ଅର୍ଥ।


କେତେକ ମନ୍ଦ ଲୋକ କହି ପାରନ୍ତି, ‘ଆସ ଆମ୍ଭେ ଅନ୍ୟ ଦେବତାମାନଙ୍କର ସେବା କରିବା।’ ଏହା କହି ସେମାନେ ସେମାନଙ୍କ ନଗର ନିବାସୀମାନଙ୍କୁ ପ୍ରଲୋଭିତ କରି ପାରନ୍ତି। (ଏହିସବୁ ଦେବତାମାନଙ୍କୁ ତୁମ୍ଭେମାନେ କେବେ ଜାଣି ନ ଥିଲ)।


ତା'ପରେ ଦୁଇଟି ପାପାଧମ ଲୋକ ଆସି ସେମାନଙ୍କ ସମ୍ମୁଖରେ ସାକ୍ଷୀ ଦେବାକୁ ବସିଲେ। ସେମାନେ ମିଥ୍ୟା ସାକ୍ଷ୍ୟ ଦେଇ କହିଲେ ଯେ, ନାବୋତ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଛି। ତହୁଁ ସେମାନେ ନାବୋତକୁ ନଗର ବାହାରକୁ ନେଇ ପଥର ମାରି ବଧ କଲେ।


ଦୁଇଜଣ ପାପଧମ ଲୋକଙ୍କୁ ଖୋଜ ଓ ସେମାନଙ୍କୁ ନାବୋତ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବାକୁ କୁହ। ସେମାନେ କହିବେ ଯେ, ସେମାନେ ଶୁଣିଲେ, ନାବୋତ ପରମେଶ୍ୱର ଓ ରାଜାଙ୍କୁ ଅଭିଶାପ ଦେଇଛନ୍ତି। ତା'ପରେ ତାକୁ ନଗର ବାହାରକୁ ନେଇ ପଥରମାରି ବଧ କର।”


ତୁମ୍ଭେ ପଠାଇଥିବା ଲୋକମାନଙ୍କୁ ମୁଁ ଆଦୌ ଦେଖି ନାହିଁ। ସେପରି ଅଜ୍ଞାନ ବ୍ୟକ୍ତିର କଥାକୁ ଧର ନାହିଁ। ସେ ତା'ର ନାମକୁ ସାର୍ଥକ କରିଛି। ତା'ର ନାମ ନାବଲ ଯାହାର ଅର୍ଥ ‘ମୂର୍ଖ’ ଠିକ୍ ସେହିପରି ସେ ମୂର୍ଖମାନଙ୍କ ପରି ବ୍ୟବହାର କରିଛି।


ବର୍ତ୍ତମାନ ଚିନ୍ତାକର ଓ କ’ଣ କରାଯାଇ ପାରିବ ସ୍ଥିର କର। ଆମର ସ୍ୱାମୀ ଓ ତାଙ୍କର ସମସ୍ତ ପରିବାର ପ୍ରତି ଭୟଙ୍କର ବିପତ୍ତି ଆସୁଅଛି। ଏପରି ଦୁଷ୍ଟ ବ୍ୟକ୍ତିକୁ କେହି କିଛି କହି ନ ପାରେ, କାଳେ ସେ ତା'ର ମନ ପରିବର୍ତ୍ତନ କରିବ।”


ଦାଉଦଙ୍କ ସହିତ ବହୁତ ଲୋକ ଥିଲେ ଯେଉଁମାନେ ବିପଦରେ ଥିଲେ, ଯେଉଁମାନେ ଋଣଗ୍ରସ୍ତ ଥିଲେ, ଆଉ ଯେଉଁମାନେ ଜୀବନରେ ଶାନ୍ତି ପାଇ ନାହାନ୍ତି, ଏହିପରି ଲୋକମାନେ ଦାଉଦଙ୍କ ସାଥୀ ହେଲେ। ଏହିପରି ଭାବରେ ଦାଉଦ 400 ଲୋକଙ୍କର ନେତା ହେଲେ।


ସେମାନେ ଖାଉଥିବା ବେଳେ ଓ ଉପଭୋଗ କରୁଥିବା ବେଳେ ସହରରୁ କେତେକ ଦୁଷ୍ଟ ଲୋକ ଗୃହ ଗ୍ଭରିପାଖରେ ଘେରିଗଲେ। ସେମାନେ କବାଟରେ ବାଡ଼େଇବା ଆରମ୍ଭ କଲେ। ସେମାନେ ଗୃହମାଲିକ ସେହି ବୃଦ୍ଧ ଲୋକଙ୍କୁ ପାଟି କରି କହିଲେ, “ସେହି ଲୋକକୁ ଗୃହରୁ ବାହାର କରି ଆଣ ଯିଏ ତୁମ୍ଭର ଅତିଥି। ଆମ୍ଭେ ତା’ ସହିତ ରତିକ୍ରିୟା କରିବୁ।”


ଦାଉଦ ବିଷୋର ନଦୀ ନିକଟରେ ଥିବା 200 ଜଣ ଲୋକଙ୍କ ନିକଟକୁ ଗଲେ ଓ ରହିଲେ। ଯେଉଁ ଲୋକମାନେ ତାଙ୍କର ଦୁର୍ବଳତା ହେତୁ ତାଙ୍କ ପଛେ ଆସି ପାରି ନ ଥିଲେ, ସେମାନେ ଦାଉଦ ଓ ତାଙ୍କ ଲୋକମାନଙ୍କୁ ଭୋଟିବାକୁ ବାହାରି ଆସିଲେ। ଦାଉଦ ସେମାନଙ୍କ ନିକଟକୁ ଯାଇ ତାଙ୍କର କୁଶଳବାର୍ତ୍ତା ପଗ୍ଭରିଲେ।


ଦାଉଦ ଉତ୍ତର ଦେଲେ, “ହେ ମୋର ଭାଇମାନେ, ସେପରି କର ନାହିଁ। ସଦାପ୍ରଭୁ ଯାହା ଦେଲେ, ସେ ବିଷୟରେ ଭାବ। ସଦାପ୍ରଭୁ ଆମ୍ଭମାନଙ୍କୁ ରକ୍ଷା କରି, ଆମ୍ଭକୁ ଆକ୍ରମଣ କରୁଥିବା ସୈନ୍ୟମାନଙ୍କୁ ପରାସ୍ତ କରାଇଲେ।


Swiv nou:

Piblisite


Piblisite