Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 30:3 - ପବିତ୍ର ବାଇବଲ

3 ଯେତେବେଳେ ଦାଉଦ ଓ ତା'ର ଲୋକମାନେ ସିକ୍ଳ‌ଗ୍‌କୁ ଆସିଲେ। ସେମାନେ ଦେଖିବାକୁ ପାଇଲେ, ସହର ଜଳୁଅଛି। ସେମାନଙ୍କର ସ୍ତ୍ରୀ, ପିଲା, ଭଉଣୀ, ଝିଅ, ସମସ୍ତଙ୍କୁ ବନ୍ଦୀ କରି ନେଇ ଯାଇଛନ୍ତି। ଅମାଲେକୀୟମାନେ ସେମାନଙ୍କୁ ନେଇ ଯାଇଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ଦାଉଦ ଓ ତାଙ୍କର ଲୋକମାନେ ନଗରରେ ଉପସ୍ଥିତ ହୁଅନ୍ତେ, ଦେଖ, ନଗର ଅଗ୍ନିରେ ଦଗ୍ଧ ଓ ସେମାନଙ୍କ ଭାର୍ଯ୍ୟା, ପୁତ୍ର ଓ କନ୍ୟାଗଣ ବନ୍ଦୀ ରୂପେ ନୀତ ହୋଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ଦାଉଦ ଓ ତାଙ୍କର ଲୋକମାନେ ନଗରରେ ଉପସ୍ଥିତ ହୁଅନ୍ତେ, ଦେଖ, ନଗର ଅଗ୍ନିରେ ଦଗ୍ଧ ଓ ସେମାନଙ୍କ ଭାର୍ଯ୍ୟା, ପୁତ୍ର ଓ କନ୍ୟାଗଣ ବନ୍ଦୀ ରୂପେ ନୀତ ହୋଇଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ଦାଉଦ ଓ ତାଙ୍କର ଲୋକମାନେ ନଗରରେ ଉପସ୍ଥିତ ହୁଅନ୍ତେ, ଦେଖ, ନଗର ଅଗ୍ନିରେ ଦଗ୍ଧ ଓ ସେମାନଙ୍କ ଭାର୍ଯ୍ୟା, ପୁତ୍ର ଓ କନ୍ୟାଗଣ ବନ୍ଦୀ ରୂପେ ନୀତ ହୋଇଅଛନ୍ତି।

Gade chapit la Kopi




1 ଶାମୁୟେଲ 30:3
7 Referans Kwoze  

ଧାର୍ମିକ ବ୍ୟକ୍ତିମାନଙ୍କ ଉପରେ ହୁଏତ ବହୁତ ବିପଦ ଆସିପାରେ କିନ୍ତୁ ସଦାପ୍ରଭୁ ସେମାନଙ୍କୁ ସେମାନଙ୍କର ପ୍ରତ୍ୟେକ ବିପଦରୁ ଉଦ୍ଧାର କରିବେ।


ଶୁଣ! ତୁମ୍ଭ ମଧ୍ୟରେ ଶୟତାନର ଗୋଟିଏ ଦଳ ଅଛି। ସେମାନେ ନିଜକୁ ଯିହୂଦୀ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ସେମାନେ ମିଥ୍ୟାବାଦୀ। ସେମାନେ ବାସ୍ତବରେ ଯିହୂଦୀ ନୁହନ୍ତି। ମୁଁ ସେ ଲୋକମାନଙ୍କୁ ତୁମ୍ଭ ସମ୍ମୁଖକୁ ଆଣିବି ଓ ତୁମ୍ଭ ପାଦ ତଳେ ସେମାନଙ୍କର ମୁଣ୍ଡ ନୁଆଁଇବି। ତେବେ ସେମାନେ ଜାଣିବେ ଯେ, ମୁଁ ତୁମ୍ଭକୁ ପ୍ରେମ କରିଛି।


ପ୍ରଭୁ ଭଲ ପାଉଥିବା ପ୍ରତ୍ୟେକ ଲୋକକୁ ଦଣ୍ଡ ଦିଅନ୍ତି, ଓ ପୁତ୍ର ଭାବରେ ମାନିଥିବା ପ୍ରତ୍ୟେକ ଲୋକକୁ ସେ ଶାସ୍ତି ଦିଅନ୍ତି।”


ଦାଉଦ ଏବଂ ତାଙ୍କର ଲୋକମାନେ ଏବଂ ସେମାନଙ୍କର ପରିବାରମାନଙ୍କ ସହିତ ଆଖୀଶ୍ ନିକଟରେ ଗାଥ୍ ନଗରରେ ବାସ କଲେ। ଦାଉଦଙ୍କ ସହିତ ତାଙ୍କର ଦୁଇଜଣ ସ୍ତ୍ରୀ ବାସ କଲେ। ସେମାନେ ହେଲେ ଯିଷ୍ରିୟେଲୀରୁ ଅହୀନୋୟମ ଓ କର୍ମିଲର ଅବୀଗଲ। ଅବୀଗଲ ନାବଲର ବିଧବା ଥିଲା।


ସେମାନେ ସିକ୍ଳ‌ଗ୍‌ର ସମସ୍ତ ସ୍ତ୍ରୀଲୋକମାନଙ୍କୁ ବନ୍ଦୀକରି ଆଣିଥିଲେ ଏବଂ ସେମାନେ ସମସ୍ତ ବୃଦ୍ଧ ଓ ସମସ୍ତ ଯୁବକମାନଙ୍କୁ ବନ୍ଦୀ କରି ଆଣିଥିଲେ। ସେମାନେ କାହାରିକୁ ମାରି ଦେଇ ନ ଥିଲେ। ସେମାନଙ୍କୁ ହତ୍ୟା କରିବା ପରିବର୍ତ୍ତେ ସେମାନଙ୍କୁ ନିଜ ନିଜ ପଥରେ ନେଇ ଯାଇଥିଲେ।


ଦାଉଦ ଏବଂ ତାଙ୍କର ଅନ୍ୟ ଯେଉଁ ଲୋକମାନେ ତାଙ୍କର ସୈନିକ ଥିଲେ, ସମସ୍ତେ କ୍ରନ୍ଦନ କରିବାକୁ ଲାଗିଲେ। ସେମାନେ ଏତେ କାନ୍ଦିଲେ ଯେ, ଆଉ କାନ୍ଦିବାକୁ ଦୁର୍ବଳ ହୋଇ ପଡ଼ିଲେ।


Swiv nou:

Piblisite


Piblisite