Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 6:2 - ପବିତ୍ର ବାଇବଲ

2 ତା'ପରେ ସେମାନେ ସେମାନଙ୍କର ଯାଜକମାନଙ୍କୁ, ମନ୍ତ୍ରଜ୍ଞମାନଙ୍କୁ ଡକାଇ କହିଲେ, “ପରମେଶ୍ୱରଙ୍କ ସିନ୍ଦୁକ ସହ ଆମ୍ଭେ କ’ଣ କରିବାକୁ ହେବ?” ଦୟାକରି ଆମ୍ଭମାନଙ୍କୁ ଜଣାଅ, କିପରି ଭାବରେ ଏହାକୁ ଫେରାଇବାକୁ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଏଥିରେ ପଲେଷ୍ଟୀୟମାନେ ଯାଜକମାନଙ୍କୁ ଓ ମନ୍ତ୍ରଜ୍ଞ-ମାନଙ୍କୁ ଡକାଇ କହିଲେ, ସଦାପ୍ରଭୁଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା, କି ଦେଇ ଆମ୍ଭେମାନେ ତାହା ସ୍ଵସ୍ଥାନକୁ ପଠାଇବା? ଏହା ଆମ୍ଭମାନଙ୍କୁ ଜଣାଅ।

Gade chapit la Kopi

ଓଡିଆ ବାଇବେଲ

2 ଏଥିରେ ପଲେଷ୍ଟୀୟମାନେ ଯାଜକମାନଙ୍କୁ ଓ ମନ୍ତ୍ରଜ୍ଞମାନଙ୍କୁ ଡକାଇ କହିଲେ, ସଦାପ୍ରଭୁଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା, କି ଦେଇ ଆମ୍ଭେମାନେ ତାହା ସ୍ୱସ୍ଥାନକୁ ପଠାଇବା ? ଏହା ଆମ୍ଭମାନଙ୍କୁ ଜଣାଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏଥିରେ ପଲେଷ୍ଟୀୟମାନେ ଯାଜକମାନଙ୍କୁ ଓ ମନ୍ତ୍ରଜ୍ଞମାନଙ୍କୁ ଡକାଇ କହିଲେ, “ସଦାପ୍ରଭୁଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା, କି ଦେଇ ଆମ୍ଭେମାନେ ତାହା ସ୍ୱ ସ୍ଥାନକୁ ପଠାଇବା? ଏହା ଆମ୍ଭମାନଙ୍କୁ ଜଣାଅ।”

Gade chapit la Kopi




1 ଶାମୁୟେଲ 6:2
10 Referans Kwoze  

ତେଣୁ ଫାରୋ ତାଙ୍କର ପଣ୍ଡିତ ଓ ମନ୍ତ୍ରଜ୍ଞମାନଙ୍କୁ ଡାକିଲେ। ସେମାନେ ମଧ୍ୟ ହାରୋଣଙ୍କ ପରି ତାଙ୍କ ଗୁପ୍ତ ଯାଦୁ ବିଦ୍ୟା ପ୍ରୟୋଗ କରି ଆଶାବାଡ଼ିକୁ ସର୍ପରେ ପରିଣତ କରି ଦେଲେ।


ଏହା ପରେ ପ୍ରଭାତରେ ତାଙ୍କର ମନ ଉ‌ଦ୍‌ବିଗ୍ନ ହେଲା। ତେଣୁ ସେ ଲୋକ ପଠାଇ ମିଶର ଦେଶୀୟ ପ୍ରତ୍ୟେକ ମନ୍ତ୍ରଜ୍ଞ ଓ ଜ୍ଞାନୀ ଲୋକମାନଙ୍କୁ ଡକାଇଲେ। ମାତ୍ର ଫାରୋ ସେମାନଙ୍କ ନିକଟରେ ଆପଣା ସ୍ୱପ୍ନର କଥା କୁହନ୍ତେ ସେମାନଙ୍କ ମଧ୍ୟରୁ କେହି ତା'ର ଅର୍ଥ କହି ପାରିଲେ ନାହିଁ।


ଗଣକ, କ‌‌ଲ୍‌‌‌‌ଦୀୟ ଓ ଶୁଭାଶୁଭବାଦୀମାନଙ୍କୁ ତାଙ୍କ ସମ୍ମୁଖକୁ ରାଜା ଡକାଇଲେ। ସେ ବାବିଲନୀୟ ବିଦ୍ୱାନମାନଙ୍କୁ କହିଲେ, “ଯେକେହି ଏହି ଲେଖା ପଢ଼ିପାରିବ ଓ ତାହାର ଅର୍ଥ ବାହାର କରି ପାରିବ, ତାଙ୍କୁ ମୁଁ ବାଇଗଣିଆ ରଙ୍ଗର ବସ୍ତ୍ର ଉପହାର ଦେବି ଓ ତାଙ୍କ କଣ୍ଠରେ ସୁବର୍ଣ୍ଣର ହାର ପିନ୍ଧାଇ ଦେବି। ଆଉ ସେ ରାଜ୍ୟର ତୃତୀୟ ସର୍ବୋଚ୍ଚ ଶାସନକର୍ତ୍ତା ହେବ।”


ତେଣୁ ରାଜା ତାଙ୍କର ସ୍ୱପ୍ନ ଜଣାଇବା ନିମନ୍ତେ ମନ୍ତ୍ରୀଗଣ, ଗଣକ, ମାୟାବୀ ଓ କ‌‌ଲ୍‌‌‌‌ଦୀୟମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲେ। ଏଥିରେ ସେମାନେ ଆସି ରାଜାଙ୍କ ସମ୍ମୁଖରେ ଠିଆ ହେଲେ।


ହେରୋଦ ଯିହୂଦା ସମାଜର ସମସ୍ତ ପ୍ରମୁଖ ଯାଜକ ଏବଂ ଧର୍ମଶାସ୍ତ୍ରୀମାନଙ୍କର ଗୋଟିଏ ବୈଠକ ଡାକିଲେ। ସେ ସେମାନଙ୍କୁ ପଗ୍ଭରିଲେ, ଖ୍ରୀଷ୍ଟ କେଉଁଠାରେ ଜନ୍ମ ହେବେ?


ମୁଁ ଏହା କହୁଛି, କାରଣ ତୁମ୍ଭେମାନେ ଯାକୁବ ବଂଶକୁ ପରିତ୍ୟାଗ କରିଛ। ତୁମ୍ଭେମାନେ ସେହି ଲୋକ ଯେଉଁମାନେ କି ପୂର୍ବଦେଶୀୟମାନଙ୍କ ଆଗ୍ଭରରେ ପରିପୂର୍ଣ୍ଣ। ତୁମ୍ଭେମାନେ ପଲେଷ୍ଟୀୟମାନଙ୍କ ପରି ଭବିଷ୍ୟ‌ଦ୍‌ବାଣୀ କହିବାକୁ ଚେଷ୍ଟା କରିବ। ତୁମ୍ଭର ଲୋକମାନେ ବିଦେଶୀୟମାନଙ୍କର ସେହି ଭ୍ରାନ୍ତ ଧାରଣାକୁ ସମ୍ପୂର୍ଣ୍ଣଭାବରେ ଗ୍ରହଣ କରି ନେଇଛନ୍ତି।


ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ପଲେଷ୍ଟୀୟମାନଙ୍କ ଦେଶରେ ସାତ ମାସ ରହିଲା।


ଏଣୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଆପଣାମାନଙ୍କ ନିକଟରେ ଏକତ୍ରିତ କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ବିଷୟରେ ଆମ୍ଭେମାନେ କ’ଣ କରିବା?” ତହିଁରେ ସେମାନେ ଉତ୍ତର ଦେଇ କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଗା‌ଥ୍‌କୁ ନିଆଯାଉ।” ତା'ପରେ ସେମାନେ ସେଠାକୁ ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ନେଇଗଲେ।


Swiv nou:

Piblisite


Piblisite