Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 6:4 - ପବିତ୍ର ବାଇବଲ

4 ତା'ପରେ ସେମାନେ ପଗ୍ଭରିଲେ, “ଆମ୍ଭମାନଙ୍କୁ କ୍ଷମା ଦେବା ପାଇଁ ଆମ୍ଭେମାନେ କି ପ୍ରକାର ଉପହାର ଇସ୍ରାଏଲର ପରମେଶ୍ୱରଙ୍କୁ ପଠାଇବା ଉଚିତ୍?” ସେମାନେ ଉତ୍ତର ଦେଲେ, “ପାଞ୍ଚୋଟି ସୁବର୍ଣ୍ଣର ଅର୍ଶ ଏବଂ ପାଞ୍ଚୋଟି ସୁବର୍ଣ୍ଣର ମୂଷା, ପଲେଷ୍ଟୀୟ ଶାସକମାନଙ୍କ ସଂଖ୍ୟାନୁସାରେ, କାରଣ ତୁମ୍ଭେମାନେ ସମସ୍ତେ ଏବଂ ତୁମ୍ଭମାନଙ୍କର ଶାସକଗଣ ଏକ ପ୍ରକାର ରୋଗରେ ଆକ୍ରାନ୍ତ ହେଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତହୁଁ ସେମାନେ ପଚାରିଲେ, ଆମ୍ଭେମାନେ କି ପ୍ରକାର ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଇବା? ଏଥିରେ ସେମାନେ କହିଲେ, ପଲେଷ୍ଟୀୟମାନଙ୍କ ଅଧିପତିଗଣର ସଂଖ୍ୟାନୁସାରେ ସ୍ଵର୍ଣ୍ଣମୟ ପାଞ୍ଚ ଅର୍ଶ ଓ ସ୍ଵର୍ଣ୍ଣମୟ ପାଞ୍ଚ ମୂଷିକ, କାରଣ ତୁମ୍ଭ ସମସ୍ତଙ୍କୁ ଓ ତୁମ୍ଭମାନଙ୍କ ଅଧିପତିଗଣଙ୍କୁ ଏକରୂପ ମହାମାରୀ ଘଟିଥିଲା।

Gade chapit la Kopi

ଓଡିଆ ବାଇବେଲ

4 ତହୁଁ ସେମାନେ ପଚାରିଲେ, ଆମ୍ଭେମାନେ କି ପ୍ରକାର ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଇବା ? ଏଥିରେ ସେମାନେ କହିଲେ, ପଲେଷ୍ଟୀୟମାନଙ୍କ ଅଧିପତିଗଣର ସଂଖ୍ୟାନୁସାରେ ସ୍ୱର୍ଣ୍ଣମୟ ପାଞ୍ଚ ଅର୍ଶ ଓ ସ୍ୱର୍ଣ୍ଣମୟ ପାଞ୍ଚ ମୂଷିକ, କାରଣ ତୁମ୍ଭ ସମସ୍ତଙ୍କୁ ଓ ତୁମ୍ଭମାନଙ୍କ ଅଧିପତିଗଣଙ୍କୁ ଏକରୂପ ମହାମାରୀ ଘଟିଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହୁଁ ସେମାନେ ପଚାରିଲେ, “ଆମ୍ଭେମାନେ କି ପ୍ରକାର ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଇବା?” ଏଥିରେ ସେମାନେ କହିଲେ, “ପଲେଷ୍ଟୀୟମାନଙ୍କ ଅଧିପତିଗଣର ସଂଖ୍ୟାନୁସାରେ ସ୍ୱର୍ଣ୍ଣମୟ ପାଞ୍ଚ ଅର୍ଶ ଓ ସ୍ୱର୍ଣ୍ଣମୟ ପାଞ୍ଚ ମୂଷିକ, କାରଣ ତୁମ୍ଭ ସମସ୍ତଙ୍କୁ ଓ ତୁମ୍ଭମାନଙ୍କ ଅଧିପତିଗଣଙ୍କୁ ଏକରୂପ ମହାମାରୀ ଘଟିଥିଲା।

Gade chapit la Kopi




1 ଶାମୁୟେଲ 6:4
10 Referans Kwoze  

ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ବା‌‌ଲ୍‌‌ହର୍ମୋନ ପର୍ବତଠାରୁ ହମାତରେ ପ୍ରବେଶିବା ପଥ ପର୍ଯ୍ୟନ୍ତ ଲିବାନୋନ ପର୍ବତ ନିବାସୀ ସମସ୍ତ କିଣାନୀୟ ସୀଦୋନୀୟ ଏବଂ ହିବ୍ବୀୟ ଲୋକମାନେ।


ଶୀହୋରଠାରୁ ମିଶରର ସୀମାବର୍ତ୍ତୀ ଇକ୍ରୋଣ ଓ ତା'ର ଉତ୍ତରାଞ୍ଚଳକୁ ବର୍ତ୍ତମାନ ପର୍ଯ୍ୟନ୍ତ ତୁମ୍ଭେ ନିୟନ୍ତ୍ରଣକୁ ନେଇ ନାହଁ। ବର୍ତ୍ତମାନ ସୁଦ୍ଧା ସେହି ଦେଶ କିଣାନୀୟମାନଙ୍କର ଅଟେ। ଏହି ପାଞ୍ଚ ଜଣଙ୍କୁ ଯଥା: ଗାଜା, ଅସଦୋଦ୍, ଅସ୍କିଲୋନ, ଗାଥ୍ ଓ ଇକ୍ରୋଣର ନେତାଗଣଙ୍କୁ ତୁମ୍ଭଙ୍କୁ ପରାସ୍ତ କରିବାକୁ ହେବ।


ପୁଣି ସେମାନେ ତାହା ନେଇଗଲା ପରେ ଏପରି ହେଲା ଯେ, ସଦାପ୍ରଭୁଙ୍କ ହସ୍ତ ଗାଥ୍ ନଗରକୁ ଭୟ ଓ ଯନ୍ତ୍ରଣାରେ ଆଘାତ କଲା; ପୁଣି ସେ ନଗରସ୍ଥ ସାନ ଓ ବଡ଼ ଉଭୟଙ୍କୁ ସେ କ୍ଳେଶ ଦେଲେ ଓ ସେମାନଙ୍କଠାରେ ଅର୍ଶରୋଗ ବାହାରିଲା।


ଅ‌ସ୍‌ଦୋଦୀୟ ଲୋକମାନଙ୍କର ଓ ସେମାନଙ୍କର ପଡ଼ୋଶୀମାନଙ୍କର ଜୀବନକୁ ସଦାପ୍ରଭୁ କଠିନ କରି ସେମାନଙ୍କୁ ନାନା କଷ୍ଟ ଦେଲେ। ସେ ସେମାନଙ୍କୁ ଅର୍ଶରୋଗରେ ଆଘାତ କଲେ। ସେ ମଧ୍ୟ ସେମାନଙ୍କ ପାଇଁ ମୂଷାଗୁଡ଼ିକ ପଠେଇଲେ, ଯାହାକି ସେମାନଙ୍କର ଜାହାଜଗୁଡ଼ିକରେ ଓ ଦେଶରେ ଭର୍ତ୍ତି ହୋଇଗଲେ। ଫଳରେ ଲୋକମାନେ ଡରିଗଲେ।


ତୁମ୍ଭେମାନେ ଆପଣାମାନଙ୍କ ଅର୍ଶ ପ୍ରତିମା ଓ ଦେଶନାଶକାରୀ ମୂଷିକ ପ୍ରତିମା ନିର୍ମାଣ କର। ଯେଉଁଗୁଡ଼ିକ ତୁମ୍ଭର ଭୂମିକୁ ଆକ୍ରମଣ କରନ୍ତି ଓ ଧ୍ୱଂସ କରନ୍ତି ଓ ଇସ୍ରାଏଲର ପରମେଶ୍ୱରଙ୍କୁ ସମ୍ମାନ ଦିଅ। ତାହାହେଲେ ସେ ହୁଏତ ତୁମ୍ଭମାନଙ୍କୁ, ତୁମ୍ଭର ଦେବତାଗଣଙ୍କୁ ଓ ତୁମ୍ଭର ଦେଶକୁ ଦଣ୍ତିତ କରିବା ବନ୍ଦ କରିବ।


ପୁଣି ଯେଉଁ ଲୋକମାନେ ମଲେ ନାହିଁ, ସେମାନେ ଅର୍ଶରୋଗରେ ପୀଡ଼ିତ ହେଲେ; ଆଉ ନଗରର ଆର୍ତ୍ତନାଦ ସ୍ୱର୍ଗକୁ ଉଠିଲା।


ଏହା ପରେ ଇସ୍ରାଏଲୀୟ ଲୋକମାନେ ମୋଶାଙ୍କର ଆଜ୍ଞାନୁସାରେ ଗଲେ। ସେମାନେ ତାଙ୍କର ମିଶରୀୟ ପଡ଼ୋଶୀମାନଙ୍କ ନିକଟକୁ ଗଲେ ଓ ସେମାନଙ୍କୁ ରୂପା ଅଳଙ୍କାର, ସ୍ୱର୍ଣ୍ଣ ଅଳଙ୍କାର ଏବଂ ଲୁଗା ମାଗିଲେ।


ସଦାପ୍ରଭୁଙ୍କ ସିନ୍ଦୁକକୁ ସେହି ଶଗଡ଼ ଉପରେ ରଖ ଓ ସୁବର୍ଣ୍ଣର ନ‌କ୍‌ସାକୁ ଥଳି ଭିତରେ ସିନ୍ଦୁକ ପାର୍ଶ୍ୱରେ ରଖ। ଏହିସବୁ ନ‌କ୍‌ସାଗୁଡ଼ିକ ତୁମ୍ଭକୁ କ୍ଷମା କରିବା ପାଇଁ ପରମେଶ୍ୱରଙ୍କୁ ଉପହାର। ତା'ପରେ ଶଗଡ଼କୁ ତା'ର ରାସ୍ତାରେ ପଠାଇ ଦିଅ।


ଶା‌ମ୍‌ଶୋନ୍ ଏଥିରେ ବହୁତ ରାଗିଗଲେ। ତାଙ୍କ ଉପରକୁ ସଦାପ୍ରଭୁଙ୍କ ଆତ୍ମା ବହୁତ ଶକ୍ତିଶାଳୀ ଭାବରେ ଆସିଲେ। ସେ ଅସ୍କିଲୋନକୁ ଯାଇ ସେଠାରେ ତିରିଶ୍ ଜଣଙ୍କୁ ହତ୍ୟା କଲେ। ସେ ସେମାନଙ୍କର ବସ୍ତ୍ର ନେଇ ପ୍ରହେଳିକାର ଅର୍ଥକାରୀମାନଙ୍କୁ ଗୋଟିଏ ଗୋଟିଏ ଯୋଡ଼ା ବସ୍ତ୍ର ଦେଲେ। କିନ୍ତୁ ତା'ର କ୍ରୋଧ ପ୍ରଜ୍ୱଳିତ ହେବାରୁ, ସେ ଆପଣାର ପିତୃଗୃହକୁ ଗ୍ଭଲିଗଲେ।


Swiv nou:

Piblisite


Piblisite