୧ ଥେସଲନୀକୀୟ 1:3 - ପବିତ୍ର ବାଇବଲ3 ଆମ୍ଭମାନଙ୍କର ପରମପିତା ପରମେଶ୍ୱରଙ୍କୁ ଆମ୍ଭ ପ୍ରାର୍ଥନାରେ ନିବେଦନ କଲାବେଳେ ତୁମ୍ଭେମାନେ ତୁମ୍ଭମାନଙ୍କର ବିଶ୍ୱାସ ହେତୁ ଯାହା କରିଛ, ସେଥିପାଇଁ ତାଙ୍କୁ ଧନ୍ୟବାଦ ଦେଉ। ତୁମ୍ଭେମାନେ ତୁମ୍ଭମାନଙ୍କର ପ୍ରେମ ହେତୁ ଯେଉଁ କାର୍ଯ୍ୟ କରିଛ, ସେଥିପାଇଁ ତାହାଙ୍କୁ ଧନ୍ୟବାଦ ଦେଉ। ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କ ଭରସା ହେତୁ ତୁମ୍ଭେମାନେ ଦୃଢ଼ ହୋଇ ରହିଛ ବୋଲି ଆମ୍ଭେ ତାଙ୍କୁ ସର୍ବଦା ଧନ୍ୟବାଦ ଅର୍ପଣ କରୁଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ତୁମ୍ଭ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ଵରଙ୍କୁ ଧନ୍ୟବାଦ ଦେଉଅଛୁ, Gade chapit laଓଡିଆ ବାଇବେଲ3 ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛୁ; Gade chapit laପବିତ୍ର ବାଇବଲ (CL) NT (BSI)3 ଆମ୍ଭେମାନେ ପିତା ଈଶ୍ୱରଙ୍କ ନିକଟରେ ସ୍ମରଣ କରିଥାଉ, କିପରି ତୁମ୍ଭେମାନେ ନିଜ ବିଶ୍ୱାସକୁ କାର୍ଯ୍ୟରେ ପରିଣତ କରୁଛ, ପ୍ରେମରେ ଅନୁପ୍ରାଣିତ ହୋଇ କିପରି କଠିନ ପରିଶ୍ରମ କରୁଛ ଏବଂ ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କର ଭରସା କିପରି ଦୃଢ଼। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛୁ; Gade chapit la |
ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପ୍ରାର୍ଥନା କରୁଛୁ। ପରମେଶ୍ୱର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଭାବିବେ, ସେଭଳି ଧାର୍ମିକ ଭାବରେ ଜୀବନଯାପନ କରିବା ପାଇଁ ଓ ସାହାଯ୍ୟ କରିବା ପାଇଁ, ଆମ୍ଭେ ଆମ୍ଭ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛୁ। ତୁମ୍ଭମାନଙ୍କଠାରେ ଥିବା ଭଲ ବିଷୟ ତୁମ୍ଭକୁ ଭଲ କାମ କରିବା ପାଇଁ ଇଚ୍ଛୁକ କରୁ। ତୁମ୍ଭମାନଙ୍କଠାରେ ଥିବା ବିଶ୍ୱାସ ଦ୍ୱାରା ତୁମ୍ଭେମାନେ କାମ କର। ଉକ୍ତ କାମଗୁଡ଼ିକ ତୁମ୍ଭେ ଅଧିକରୁ ଅଧିକ କର ବୋଲି ପରମେଶ୍ୱର ନିଜ ଶକ୍ତି ଦ୍ୱାରା ତୁମ୍ଭମାନଙ୍କୁ ସାହାଯ୍ୟ କରନ୍ତୁ ବୋଲି ଆମ୍ଭେ ପ୍ରାର୍ଥନା କରୁ।
କିନ୍ତୁ ତୀମଥି ତୁମ୍ଭମାନଙ୍କ ପାଖରୁ ଆମ୍ଭମାନଙ୍କ ପାଖକୁ ଫେରି ଆସିଛନ୍ତି। ସେ ତୁମ୍ଭମାନଙ୍କର ବିଶ୍ୱାସ ଓ ପ୍ରେମର ସୁଖବର ଆମ୍ଭକୁ ଦେଇଛନ୍ତି। ତୁମ୍ଭେମାନେ ଆମ୍ଭକୁ ସର୍ବଦା ମନେ ପକାଉଛ ବୋଲି ତୀମଥି ଆମ୍ଭକୁ କହିଲେ। ତୁମ୍ଭେମାନେ ଆମ୍ଭକୁ ଆଉଥରେ ଦେଖିବାକୁ ଗଭୀର ଭାବରେ ଗ୍ଭହଁ ବୋଲି ସେ ଆମ୍ଭକୁ କହିଲେ। ଆମ୍ଭର ମଧ୍ୟ ସେହି ଇଚ୍ଛା। ଆମ୍ଭେମାନେ ତୁମ୍ଭକୁ ଦେଖିବାକୁ ପ୍ରବଳ ଆଗ୍ରହୀ।
ପରମେଶ୍ୱର ଅବ୍ରହାମଙ୍କୁ ପରୀକ୍ଷା କରିଥିଲେ। ଅବ୍ରହାମଙ୍କୁ ପରମେଶ୍ୱର କହିଥିଲେ ଯେ, ଇସ୍ହାକଙ୍କୁ ବଳିରୂପେ ସମର୍ପିତ କରିବ। ଅବ୍ରହାମଙ୍କ ବିଶ୍ୱାସ ଥିବାରୁ ସେ ତାହା ମାନିଲେ। ପରମେଶ୍ୱରଙ୍କଠାରୁ ଅବ୍ରହାମ ପୂର୍ବରୁ ପ୍ରତିଜ୍ଞା ପାଇଥିଲେ। ପରମେଶ୍ୱର ଅବ୍ରହାମଙ୍କୁ କହି ସାରିଥିଲେ ଯେ, “ଇସ୍ହାକଙ୍କ ଦ୍ୱାରା ତୁମ୍ଭର ବଂଶଧରମାନେ ଆସିବେ।” କିନ୍ତୁ ନିଜର ଏକମାତ୍ର ପୁତ୍ର ଇସ୍ହାକଙ୍କୁ ସେ ସମର୍ପିତ କରିବା ପାଇଁ ପ୍ରସ୍ତୁତ ଥିଲେ। ବିଶ୍ୱାସ ଥିବାରୁ ଅବ୍ରହାମ ଏପରି କଲେ।