୧ ଥେସଲନୀକୀୟ 1:9 - ପବିତ୍ର ବାଇବଲ9 ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲାବେଳେ, ଯେପରି ଭଲ ଭାବରେ ତୁମ୍ଭେମାନେ ଆମ୍ଭମାନଙ୍କୁ ଗ୍ରହଣ କରିଥିଲ, ସେ ବିଷୟରେ ସର୍ବତ୍ର ଲୋକମାନେ କଥାବାର୍ତ୍ତା ହେଉଛନ୍ତି। ତୁମ୍ଭେମାନେ କିପରି ମୂର୍ତ୍ତିପୂଜା ବନ୍ଦ କରି, ଜୀବିତ ଓ ପ୍ରକୃତ ପରମେଶ୍ୱରଙ୍କ ସେବା କରିବା ପାଇଁ ପରିବର୍ତ୍ତିତ ହେଲ, ସେ ବିଷୟରେ ସେମାନେ କହନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)9 ଯେଣୁ ଲୋକେ ନିଜେ ନିଜେ ଆମ୍ଭମାନଙ୍କ ସମ୍ଵନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କଅଣ ଘଟିଥିଲା, ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ଵରଙ୍କ ସେବା କରିବା ନିମନ୍ତେ, Gade chapit laଓଡିଆ ବାଇବେଲ9 ଯେଣୁ ଲୋକମାନେ ନିଜେ ନିଜେ ଆମ୍ଭମାନଙ୍କ ସମ୍ବନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କ'ଣ ଘଟିଥିଲା ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ୱରଙ୍କର ସେବା କରିବା ନିମନ୍ତେ, Gade chapit laପବିତ୍ର ବାଇବଲ (CL) NT (BSI)9 ଆମେ ତୁମ ନିକଟକୁ ଯିବାବେଳେ ତୁମ୍ଭେମାନେ କିପରି ଆମକୁ ସାଦରେ ଗ୍ରହଣ କରିଥିଲ ଓ ପ୍ରତିମା ପୂଜା ପରିତ୍ୟାଗ କରି ସତ୍ୟ ଓ ଜୀବନ୍ତ ଈଶ୍ୱରଙ୍କ ଉପାସନା କରିବାକୁ ଆଗେଇ ଆସିଥିଲ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଯେଣୁ ଲୋକମାନେ ନିଜେ ନିଜେ ଆମ୍ଭମାନଙ୍କ ସମ୍ବନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କଅଣ ଘଟିଥିଲା ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ବରଙ୍କର ସେବା କରିବା ନିମନ୍ତେ, Gade chapit la |
“ହେ ଲୋକମାନେ ତୁମ୍ଭେମାନେ ଏପରି କାହିଁକି କରୁଛ? ଆମ୍ଭେ ତୁମ୍ଭମାନଙ୍କ ପରି କେବଳ ମଣିଷ। ଆମ୍ଭେ ତୁମ୍ଭମାନଙ୍କୁ ସୁସମାଗ୍ଭର କହିବା ପାଇଁ ଆସିଛୁ। ତୁମ୍ଭମାନଙ୍କୁ ଏହି ମୂଲ୍ୟହୀନ ବିଷୟ ଗୁଡ଼ିକଠାରୁ ଦୂରେଇ ରହି ଜୀବନ୍ତ ପରମେଶ୍ୱରଙ୍କ ଆଡ଼କୁ ଫେରାଇବା ପାଇଁ ଆମ୍ଭେ ଆସିଛୁ। ସେହି ପରମେଶ୍ୱର ଆକାଶ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଛନ୍ତି।