Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 5:5 - ପବିତ୍ର ବାଇବଲ

5 ତୁମ୍ଭେ ସମସ୍ତେ ହେଉଛ ଆଲୋକର ସନ୍ତାନ ଓ ଦିନର ସନ୍ତାନ। ଆମ୍ଭେମାନେ ରାତ୍ରିରେ କିମ୍ବା ଅନ୍ଧକାରରେ ନାହୁଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କାରଣ ତୁମ୍ଭେମାନେ ସମସ୍ତେ ଆଲୋକ ଓ ଦିବସର ସନ୍ତାନ। ଆମ୍ଭେମାନେ ରାତ୍ରି କି ଅନ୍ଧକାରର ସନ୍ତାନ ନୋହୁଁ;

Gade chapit la Kopi

ଓଡିଆ ବାଇବେଲ

5 କାରଣ ତୁମ୍ଭେମାନେ ସମସ୍ତେ ଆଲୋକ ଓ ଦିବସର ସନ୍ତାନ । ଆମ୍ଭେମାନେ ରାତ୍ରି କି ଅନ୍ଧକାରର ସନ୍ତାନ ନୋହୁଁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ତୁମେ ସମସ୍ତେ ଆଲୋକ ଓ ଦିବସର ସନ୍ତାନ। ଆମେ ରାତ୍ରି ବା ଅନ୍ଧକାରର ବଶୀଭୂତ ହୋଇ ରହି ନାହୁଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ତୁମ୍ଭେମାନେ ସମସ୍ତେ ଆଲୋକ ଓ ଦିବସର ସନ୍ତାନ। ଆମ୍ଭେମାନେ ରାତ୍ରି କି ଅନ୍ଧକାରର ସନ୍ତାନ ନୋହୁଁ;

Gade chapit la Kopi




୧ ଥେସଲନୀକୀୟ 5:5
7 Referans Kwoze  

ଅତୀତରେ ତୁମ୍ଭେ ଅନ୍ଧକାରରେ ଥିଲ, କିନ୍ତୁ ଏବେ ତୁମ୍ଭେ ପ୍ରଭୁଙ୍କଠାରେ ଆଲୋକରେ ଅଛ। ଅତଏବ ଆଲୋକର ସନ୍ତାନମାନଙ୍କ ଭଳି ଆଚରଣ କର।


ତୁମ୍ଭେ ସେହି ଲୋକମାନଙ୍କୁ ସତ୍ୟ ପଥ ଦେଖାଇବ ଓ ସେମାନଙ୍କୁ ଅନ୍ଧକାରରୁ ଆଲୋକକୁ ଆଣିବ। ତୁମ୍ଭେ ସେମାନଙ୍କୁ ଶୟତାନର ଶକ୍ତି ନିକଟରୁ ଦୂରେଇ ନେଇ ପରମେଶ୍ୱରଙ୍କ ପାଖକୁ ଆଣିବ। ତେବେ ସେମାନଙ୍କର ପାପକୁ କ୍ଷମା କରାଯିବ। ଯେଉଁମାନେ ମୋତେ ବିଶ୍ୱାସ କରି ପବିତ୍ର ହୋଇଛନ୍ତି ସେମାନଙ୍କ ମଧ୍ୟରେ ସେମାନେ ସ୍ଥାନ ପାଇବେ।’”


ତେଣୁ ତୁମ୍ଭ ପାଖରେ ଆଲୋକ ଥିବା ପର୍ଯ୍ୟନ୍ତ ତା'ଠାରେ ତୁମ୍ଭେ ବିଶ୍ୱାସ ରଖ। ତେବେ ତୁମ୍ଭେମାନେ ଆଲୋକର ସନ୍ତାନ ହେବ।” ଯୀଶୁ ଏ କଥା କରିବା ପରେ ସେମାନଙ୍କର ପାଖରୁ ଗ୍ଭଲି ଗଲେ। ସେ ଏପରି ସ୍ଥାନରେ ରହିଲେ, ଯେଉଁଠି ଲୋକମାନେ ତାହାଙ୍କୁ ପାଇଲେ ନାହିଁ।


“ପରେ ମାଲିକ ସେହି ଅସାଧୁ ଗୁମାସ୍ତାଙ୍କର ପ୍ରଶଂସା କଲେ। କାରଣ ଗୁମାସ୍ତା ଚତୁରତାର ସହିତ କାମ ତୁଲେଇ ଦେଲେ। ତାହାଙ୍କ ଭଳି, ଅନ୍ୟଲୋକମାନଙ୍କ ସହିତ ବ୍ୟବସାୟ କରିବାରେ ଏହି ସାଂସାରିକ ଲୋକମାନେ ଆଧ୍ୟାତ୍ମିକ ଲୋକମାନଙ୍କ ଅପେକ୍ଷା ଅଧିକ ଚତୁର।


କିନ୍ତୁ ଆମ୍ଭେ ଦିନର ହୋଇଥିବାରୁ ନିଜକୁ ସଂଯମ କରିବା ଆବଶ୍ୟକ। ବିଶ୍ୱାସ ଓ ପ୍ରେମର ସାଞ୍ଜୁ ପିନ୍ଧିବା ଓ ପରିତ୍ରାଣର ଭରସାକୁ ଶିରସ୍ତ୍ରାଣ ରୂପେ ପରିଧାନ କରିବା ଦରକାର।


ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ ଆଉ ଗୋଟିଏ ନୂତନ ଆଜ୍ଞା ବିଷୟରେ ଲେଖୁଛି, ଏହାର ସତ୍ୟତା ଯୀଶୁଙ୍କଠାରେ ଓ ତୁମ୍ଭମାନଙ୍କ ଜୀବନରେ ମଧ୍ୟ ଦେଖି ପାରିବ। କାରଣ ଅନ୍ଧକାର ଘୁଞ୍ଚି ଯାଉଅଛି ଓ ସତ୍ୟ ଜ୍ୟୋତିଃ ପ୍ରକାଶିତ ହେଲାଣି।


ଓଟପକ୍ଷୀ, ତାମସପକ୍ଷୀ, ସମୁଦ୍ର ଚିଲ ଓ ବିଭିନ୍ନ ଜାତିର ଛଞ୍ଚାଣ,


Swiv nou:

Piblisite


Piblisite