Biblia Todo Logo
Bib sou entènèt

- Piblisite -




୧ ତୀମଥି 1:15 - ପବିତ୍ର ବାଇବଲ

15 ମୁଁ ଯାହା କହୁଛି ତାହା ସତ୍ୟ ଓ ତୁମ୍ଭେ ଏହାକୁ ପୂର୍ଣ୍ଣ ଭାବରେ ଗ୍ରହଣ କରିବା ଉଚିତ୍ ଯେ ପାପୀମାନଙ୍କୁ ଉଦ୍ଧାର କରିବା ପାଇଁ ଖ୍ରୀଷ୍ଟ ଯୀଶୁ ଜଗତକୁ ଆସିଥିଲେ। ମୁଁ ସେମାନଙ୍କ ମଧ୍ୟରେ ସବୁଠାରୁ ଜଘନ୍ୟ ପାପୀ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତରେ ଅବତୀର୍ଣ୍ଣ ହେଲେ, ଏହି ବାକ୍ୟ ବିଶ୍ଵାସ ଓ ସର୍ବତୋଭାବେ ଗ୍ରହଣଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ।

Gade chapit la Kopi

ଓଡିଆ ବାଇବେଲ

15 ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତକୁ ଆସିଲେ; ଏହି ବାକ୍ୟ ବିଶ୍ୱାସ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ପାପୀମାନଙ୍କୁ ଉଦ୍ଧାର କରିବା ପାଇଁ ଖ୍ରୀଷ୍ଟ ଯୀଶୁ ପୃଥିବୀକୁ ଆସିଥିଲେ, ଏହା ଗୋଟିଏ ନିରାଟ ସତ୍ୟ - ସମସ୍ତେ ଏହାକୁ ପୂର୍ଣ୍ଣ ମାତ୍ରାରେ ଉପଲବ୍ଧି କରିବା ଆବଶ୍ୟକ। ସେହି ପାପୀମାନଙ୍କ ମଧ୍ୟରେ ମୁଁ ସମସ୍ତଙ୍କଠାରୁ ଅଧମ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତକୁ ଆସିଲେ; ଏହି ବାକ୍ୟ ବିଶ୍ୱାସଯୋଗ୍ୟ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ।

Gade chapit la Kopi




୧ ତୀମଥି 1:15
41 Referans Kwoze  

ଯୀଶୁ ଏହା ଶୁଣି ସେମାନଙ୍କୁ କହିଲେ, “ସୁସ୍ଥ ଲୋକର ଡାକ୍ତର ଦରକାର ନାହିଁ, କେବଳ ରୋଗୀ ଲୋକଙ୍କର ଡାକ୍ତର ଦରକାର। ମୁଁ ଧାର୍ମିକମାନଙ୍କୁ ନିମନ୍ତ୍ରଣ ଦେବା ପାଇଁ ଆସି ନାହିଁ। ମୁଁ କେବଳ ପାପୀମାନଙ୍କୁ ନିମନ୍ତ୍ରଣ ଦେବା ପାଇଁ ଆସିଛି।”


ମନୁଷ୍ୟପୁତ୍ର ହଜି ଯାଇଥିବା ଲୋକମାନଙ୍କୁ ଖୋଜିବାକୁ ଓ ସେମାନଙ୍କୁ ରକ୍ଷା କରିବାକୁ ଆସିଛନ୍ତି।


“ମୁଁ ଲୋକମାନଙ୍କର ବିଗ୍ଭର କରିବା ପାଇଁ ଆସି ନାହିଁ। ମାତ୍ର ମୁଁ ଏ ଜଗତର ଲୋକଙ୍କୁ ଉଦ୍ଧାର କରିବା ଉଦ୍ଦେଶ୍ୟରେ ଆସିଛି। ଯେଉଁମାନେ ମୋ’ ଶିକ୍ଷା ଶୁଣନ୍ତି କିନ୍ତୁ ତାହା ଅମାନ୍ୟ କରନ୍ତି ମୁଁ ସେହି ଲୋକମାନଙ୍କର ବିଗ୍ଭର କରିବା ପାଇଁ ଆସି ନାହିଁ।


କିନ୍ତୁ ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ ଏବଂ ତାହାଙ୍କ ଠାରେ ବିଶ୍ୱାସ କଲେ, ସେସମସ୍ତଙ୍କୁ ସେ ପରମେଶ୍ୱରଙ୍କ ସନ୍ତାନ ହେବାର ଅଧିକାର ଦେଲେ।


ମୁଁ ଧାର୍ମିକ ଲୋକମାନଙ୍କ ପରିବର୍ତ୍ତନ ସକାଶେ ଆସି ନାହିଁ। ମୁଁ ପାପୀମାନଙ୍କ ପାଇଁ ଆସିଛି। ସେମାନେ ନିଜ ନିଜ ହୃଦୟ ଓ ଜୀବନ ପରିବର୍ତ୍ତନ କରନ୍ତୁ।”


ତୁମ୍ଭେ ତ ଜାଣିଛ, ଲୋକମାନଙ୍କର ପାପ ଦୂର କରିବା ପାଇଁ ଖ୍ରୀଷ୍ଟ ସଂସାରକୁ ଆସିଥିଲେ। ତାହାଙ୍କ ଭିତରେ କୌଣସି ପାପ ନାହିଁ।


ଅତୀତରେ ମୁଁ ଯୀଶୁଙ୍କ ବିରୁଦ୍ଧରେ କହିଛି, ତାହାଙ୍କୁ ତାଡ଼ନା ଦେଇଛି ଓ ତାହାଙ୍କୁ ଆଘାତ ଦେବା ଭଳି କାର୍ଯ୍ୟମାନ କରିଛି। କିନ୍ତୁ ମୁଁ କ’ଣ କରୁଛି ବୋଲି ଜାଣି ନ ଥିବାରୁ, ପରମେଶ୍ୱର ମୋତେ ଦୟା କଲେ। ଅବିଶ୍ୱାସୀ ଥିଲାବେଳେ ମୁଁ ସେପରି କରିଥିଲି।


ମନୁଷ୍ୟପୁତ୍ରଙ୍କ କ୍ଷେତ୍ରରେ ତାହା ଏକା ଭଳି। ମନୁଷ୍ୟପୁତ୍ର ଅନ୍ୟମାନଙ୍କଠାରୁ ସେବା ପାଇବେ ବୋଲି ଆସିନାହାନ୍ତି। ସେ ଅନ୍ୟମାନଙ୍କର ସେବା କରିବା ପାଇଁ ଆସିଅଛନ୍ତି। ମନୁଷ୍ୟପୁତ୍ର ଅନେକ ଲୋକଙ୍କ ମୁକ୍ତିର ମୂଲ୍ୟଭାବେ ନିଜ ଜୀବନଦାନ କରିବା ପାଇଁ ଆସିଛନ୍ତି।”


ମୁଁ ସମସ୍ତ ପ୍ରେରିତମାନଙ୍କ ମଧ୍ୟରେ ସବୁଠାରୁ କ୍ଷୁଦ୍ରତମ। ଏପରିକି ମୋର ପ୍ରେରିତ ବୋଲି ଡକା ଯିବାର ଯୋଗ୍ୟତା ମଧ୍ୟ ନାହିଁ, କାରଣ ମୁଁ ପୂର୍ବରୁ ପରମେଶ୍ୱରଙ୍କ ମଣ୍ଡଳୀକୁ ତାଡ଼ନା କରିଛି।


ତହିଁ ଆରଦିନ ଯୋହନ ଯୀଶୁଙ୍କୁ ତାହାଙ୍କ ପାଖକୁ ଆସୁଥିବା ଦେଖି କହିଲେ, “ଏହି ଦେଖ, ପରମେଶ୍ୱରଙ୍କର ମେଷଶାବକ। ଯେ ଜଗତର ପାପ ବହିନେଇଯାଆନ୍ତି।


ମୁଁ ତୁମ୍ଭକୁ ଗୋଟିଏ କଥା କହିବି। ତୁମ୍ଭେ ଯାଇ ବୁଝ ଯେ ଏହି ଶାସ୍ତ୍ର ବାକ୍ୟର ଅର୍ଥ କ’ଣ: ‘ମୁଁ ପଶୁବଧ ଗ୍ଭହେଁ ନାହିଁ, ମୁଁ ଲୋକମାନଙ୍କ ଭିତରେ ଦୟାଭାବ ଗ୍ଭହେଁ।’ ମୁଁ ଧାର୍ମିକ ଲୋକଙ୍କୁ ଡାକିବାକୁ ଆସି ନାହିଁ। ମୁଁ ପାପୀ ଲୋକଙ୍କୁ ଡାକିବାକୁ ଆସିଛି।”


ମରିୟମ ପୁତ୍ର ସନ୍ତାନଟିଏ ଜନ୍ମ ଦେବେ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ। କାରଣ ସେ ନିଜ ଲୋକମାନଙ୍କୁ ସେମାନଙ୍କ ପାପରୁ ରକ୍ଷା କରିବେ।” ‌‌‌‌‌‌‌‌


ଅତଏବ ଯେଉଁମାନେ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ପାଖକୁ ଆସନ୍ତି, ସେମାନଙ୍କୁ ଯୀଶୁ ପରିତ୍ରାଣ ଦେଇ ପାରିବେ। ସେ ନିତ୍ୟ ଜୀବିତ ହେବାରୁ, ଲୋକେ ଯେତେବେଳେ ପରମେଶ୍ୱରଙ୍କ ପାଖକୁ ଆସିବେ, ଯୀଶୁ ସେମାନଙ୍କୁ ସର୍ବଦା ସାହାଯ୍ୟ କରି ପାରିବେ।


ମୁଁ ଯାହା କହୁଛି ତାହା ସତ୍ୟ, ଓ ତୁମ୍ଭେ ଏହାକୁ ପୂର୍ଣ୍ଣ ଭାବରେ ଗ୍ରହଣ କରିବା ଉଚିତ୍।


ଆମ୍ଭେ ଅଧାର୍ମିକ ଥିବା ବେଳେ ଖ୍ରୀଷ୍ଟ ଆମ୍ଭ ପାଇଁ ମରି ଥିଲେ। ଆମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ଜୀବନଯାପନ କରୁଥିଲୁ, ତଥାପି ଯଥାର୍ଥ ସମୟରେ ଖ୍ରୀଷ୍ଟ ଆମ୍ଭ ପାଇଁ ମରିଥିଲେ।


ଶୟତାନ ଆରମ୍ଭରୁ ପାପ କରି ଆସୁଅଛି। ଯେଉଁ ଲୋକ ପାପ କରେ, ସେ ଶୟତାନର ଅଟେ। ତେଣୁ ଶୟତାନର ପାପ କାମକୁ ଧ୍ୱଂସ କରିବା ପାଇଁ ପରମେଶ୍ୱରଙ୍କର ପୁତ୍ର ଏହି ସଂସାରକୁ ଆସିଛନ୍ତି।


ମୁଁ ଯାହା କହୁଛି ତାହା ସତ୍ୟ: ଯଦି କେହି ଅଧ୍ୟକ୍ଷ ହେବା ପାଇଁ ଚେଷ୍ଟା କରେ, ତେବେ ସେ ଭଲ କାର୍ଯ୍ୟ ଗ୍ଭହୁଁଛନ୍ତି।


ପରମେଶ୍ୱରଙ୍କ ଲୋକମାନଙ୍କ ଭିତରେ ମୁଁ ଅତି କ୍ଷୁଦ୍ର ଲୋକ ଥିଲି, କିନ୍ତୁ ପରମେଶ୍ୱର ମୋତେ ଏହି ଅନୁଗ୍ରହଦାନ ଦେଲେ ଯେପରି ମୁଁ ଅଣଯିହୂଦୀମାନଙ୍କୁ ଖ୍ରୀଷ୍ଟଙ୍କ ଐଶ୍ୱର୍ଯ୍ୟପୂର୍ଣ୍ଣ ସୁସମାଗ୍ଭର କହିବି। ସେହି ଐଶ୍ୱର୍ଯ୍ୟଗୁଡ଼ିକ ଏତେ ମହାନ ଯେ ତାହାକୁ ସମ୍ପୂର୍ଣ୍ଣ ରୂପେ ବୁଝିବା ସମ୍ଭବପର ନୁହେଁ।


ସେ ସ୍ୱର୍ଗଦୂତ ମୋତେ କହିଲେ, “ଏହି କଥାଗୁଡ଼ିକ ସତ୍ୟ ଓ ବିଶ୍ୱାସ ଯୋଗ୍ୟ। ପ୍ରଭୁ ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କ ଆତ୍ମାର ପରମେଶ୍ୱର ଅଟନ୍ତି। ଯାହା ଶୀଘ୍ର ଘଟିବ, ତାହା ତାହାଙ୍କ ସେବକମାନଙ୍କୁ ଦେଖାଇବା ପାଇଁ ପରମେଶ୍ୱର ସ୍ୱର୍ଗଦୂତଙ୍କୁ ପଠାଇଛନ୍ତି।


ସେମାନେ ମେଷଶାବକଙ୍କ ପାଇଁ ଗୋଟିଏ ନୂତନ ଗୀତ ଗାନ କଲେ: “ତୁମ୍ଭେ ଚର୍ମପତ୍ର ଗ୍ରହଣ କରିବାକୁ ଏବଂ ମୁଦ୍ରା ଖୋଲିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ; ଏବଂ ତୁମ୍ଭର ରକ୍ତରେ ପ୍ରତ୍ୟେକ ଗୋଷ୍ଠୀ, ଭାଷା, ବଂଶ ଓ ଜାତି ମଧ୍ୟରୁ ପରମେଶ୍ୱରଙ୍କ ପାଇଁ ଲୋକମାନଙ୍କୁ କିଣିଥିଲ


ତାହା ହିଁ ଆମ୍ଭର ଭରସା। ଏହି ଶିକ୍ଷା ବିଶ୍ୱାସ ଯୋଗ୍ୟ ଅଟେ। ମୁଁ ଗ୍ଭହେଁ ଯେ ଲୋକେ ଏହି ବିଷୟ ବୁଝନ୍ତୁ ବୋଲି ତୁମ୍ଭେ ନିଶ୍ଚିତ ହୁଅ। ତା'ହେଲେ ପରମେଶ୍ୱରଙ୍କୁ ବିଶ୍ୱାସ କରୁଥିବା ଲୋକେ, ଭଲ କାମଗୁଡ଼ିକ କରିବା ପାଇଁ ନିଜ ଜୀବନକୁ ନିୟୋଜିତ କରିବା ବିଷୟରେ ଆଗ୍ରହୀ ହେବେ। ଏହି କଥାଗୁଡ଼ିକ ଭଲ ଓ ସବୁ ଲୋକଙ୍କୁ ସାହାଯ୍ୟ କରିବ।


ଏହି ଶିକ୍ଷା ସତ୍ୟ ଅଟେ: ଯଦି ଆମ୍ଭେ ତାହାଙ୍କ ସହିତ ମରୁ, ତା'ହେଲେ ଆମ୍ଭେ ତାହାଙ୍କ ସହିତ ବଞ୍ଚିବା।


ପରମେଶ୍ୱର ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା ପାଇଁ ପ୍ରଥମେ ଆପଣାର ବିଶେଷ ସେବକ ଯୀଶୁଙ୍କୁ ପଠାଇଛନ୍ତି। ତୁମ୍ଭେମାନେ ଯେପରି ମନ୍ଦକାର୍ଯ୍ୟରୁ ବିମୁଖ ହୁଅ, ଏଥିପାଇଁ ସେ ଏପରି କରିଛନ୍ତି।”


ପୁତ୍ରଙ୍କୁ ବିଶ୍ୱାସ କରୁଥିବା ଲୋକ ଅନନ୍ତ ଜୀବନ ପାଆନ୍ତି। କିନ୍ତୁ ପୁତ୍ରଙ୍କୁ ଅବଜ୍ଞା କରୁଥିବା ଲୋକ କଦାପି ଅନନ୍ତ ଜୀବନ ଲାଭ କରିବ ନାହିଁ। ସେହି ଲୋକମାନଙ୍କ ଉପରେ ପରମେଶ୍ୱରଙ୍କର କ୍ରୋଧ ରହିବ।”


ସିଂହାସନ ଉପରେ ଯିଏ ବସିଥିଲେ, ସେ କହିଲେ, “ମୁଁ ସମସ୍ତ ବିଷୟ ନୂତନ କରୁଅଛି।” ତା'ପରେ ସେ କହିଲେ, “ଏହା ଲେଖି ରଖ, କାରଣ ଏହି କଥାସବୁ ବିଶ୍ୱାସ ଯୋଗ୍ୟ ଓ ସତ୍ୟ।”


ପରମେଶ୍ୱର ଏହା କହନ୍ତି: ପରମେଶ୍ୱର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଛନ୍ତି ଓ ସେ ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି।


ବିଶ୍ୱାସ ଜାରି ରଖ। ଯାହା ଠିକ୍ ବୋଲି ଭାବୁଛ, ତାହା କର। କେତେ ଲୋକ ଏହା କରି ନାହାନ୍ତି। ତେଣୁ ସେମାନଙ୍କର ବିଶ୍ୱାସ ନଷ୍ଟ ହୋଇଛି।


“ସାବଧାନ ଏହି ଛୋଟ ପିଲାମାନଙ୍କ ମଧ୍ୟରୁ କାହାରିକୁ ତୁଚ୍ଛ ମନେ କର ନାହିଁ। ଏହି ପିଲାମାନଙ୍କ ପାଇଁ ସ୍ୱର୍ଗରେ ଦୂତମାନେ ଅଛନ୍ତି। ଏବଂ ସେହି ଦୂତମାନେ ସ୍ୱର୍ଗରେ ମୋର ପରମପିତାଙ୍କ ସହିତ ସଦାସର୍ବଦା ଅଛନ୍ତି।


ଯିହୂଦୀୟ ବିଶ୍ୱାସୀମାନେ ଏ କଥା ଶୁଣି ଆଉ ଯୁକ୍ତିତର୍କ କଲେ ନାହିଁ। ସେମାନେ ପରମେଶ୍ୱରଙ୍କର ପ୍ରଶଂସା କଲେ, ପୁଣି କହିଲେ, “ଏହାର ଅର୍ଥ ଯେ, ପରମେଶ୍ୱର ଆମ୍ଭପରି ଅନ୍ୟ ଜାତିର ଲୋକମାନଙ୍କୁ ମଧ୍ୟ ଅନୁତାପ କରି ପ୍ରକୃତ ଜୀବନର ଅଧିକାରୀ ହେବା ନିମନ୍ତେ ସୁଯୋଗ ଦେଇଛନ୍ତି।”


ଯିହୂଦାରେ ପ୍ରେରିତମାନେ ଓ ଭାଇମାନେ ଶୁଣିବାକୁ ପାଇଲେ ଯେ, ଅଣଯିହୂଦୀ ଲୋକମାନେ ମଧ୍ୟ ପରମେଶ୍ୱରଙ୍କ ସୁସମାଗ୍ଭର ଗ୍ରହଣ କରିଛନ୍ତି।


ତୁମ୍ଭେ ଯାହାସବୁ କରିଅଛ, ଯେତେବେଳେ ମୁଁ ସେସବୁକୁ ସଂଶୋଧନ କରି ଦେବି। ସେତେବେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହେବ ଓ ନିଜ ଅପମାନ ହେତୁ ଆଉ କେବେ ଆପଣା ମୁଖ ଫିଟାଇବ ନାହିଁ।” ଏହା ସଦାପ୍ରଭୁ ମୋର ପ୍ରଭୁ କହନ୍ତି।


ହେ ସଦାପ୍ରଭୁ, ମୁଁ ଫେରେଇ ନେଉଛି ଯାହା ମୁଁ କହିଥିଲି। ହେ ସଦାପ୍ରଭୁ, ମୁଁ ବଡ଼ ଖେଦିତ ଯେପରି ମୁଁ ଧୂଳି ଓ ପାଉଁଶ ଉପରେ ବସିଛି। ମୁଁ ମୋର ମନ ପରିବର୍ତ୍ତନ କରିଛି।”


ଏହା ଦେଖି ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ଅଭିଯୋଗ କରିବାକୁ ଆରମ୍ଭ କଲେ, “ଦେଖ, ଏହି ବ୍ୟକ୍ତି (ଯୀଶୁ) ପାପୀ ଲୋକମାନଙ୍କୁ ସ୍ୱାଗତ କରୁଛନ୍ତି ଓ ଏପରିକି ସେମାନଙ୍କ ସହିତ ଖାଉଛନ୍ତି।”


ମୁଁ ଆଶାକରେ ଯେ ନିଜ ଲୋକ ମାନଙ୍କ ଭିତରେ ଉ‌‌‌ଦ୍‌‌‌ଯୋଗ ଆଣି ତାହାଙ୍କ ଭିତରୁ କେତେକ ଲୋକଙ୍କୁ ଉଦ୍ଧାର କରି ପାରିବି।


ପରମେଶ୍ୱର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗରେ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। ପନ୍ତିୟ ପୀଲାତଙ୍କ ଆଗରେ ଠିଆ ହୋଇଥିବା ବେଳେ ଖ୍ରୀଷ୍ଟ ଯୀଶୁ ସେହି ଏକା ମହାନ୍ ସତ୍ୟଟିକୁ ସ୍ୱୀକାର କରିଥିଲେ। ଏକମାତ୍ର ପରମେଶ୍ୱର ପ୍ରତ୍ୟେକ ବିଷୟକୁ ଜୀବନ ପ୍ରଦାନ କରନ୍ତି।


ଯେଉଁମାନେ ହଜିଯାଇଛନ୍ତି ମନୁଷ୍ୟପୁତ୍ର ସେମାନଙ୍କୁ ଉଦ୍ଧାର କରିବା ପାଇଁ ଆସିଛନ୍ତି।


Swiv nou:

Piblisite


Piblisite