୧ ତୀମଥି 1:7 - ପବିତ୍ର ବାଇବଲ7 ସେହି ଲୋକମାନେ ବ୍ୟବସ୍ଥାର ଶିକ୍ଷାଦାତା ହେବାକୁ ଗ୍ଭହାନ୍ତି। କିନ୍ତୁ ସେମାନେ କ’ଣ କହୁଛନ୍ତି, ତାହା ଜାଣନ୍ତି ନାହିଁ। ସେମାନେ ଯେଉଁ ବିଷୟ ଗୁଡ଼ିକୁ ନିଶ୍ଚିତ ଭାବେ ଜାଣିବା ଭଳି ଜୋର୍ ଦେଇ କହୁଛନ୍ତି, ସେହି ଶିକ୍ଷାଗୁଡ଼ିକୁ ସେମାନେ ନିଜେ ମଧ୍ୟ ବୁଝି ନ ଥା’ନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)7 ସେମାନେ ବ୍ୟବସ୍ଥାର ଅଧ୍ୟାପକ ହେବାକୁ ଇଚ୍ଛା କରନ୍ତି, ମାତ୍ର ଯାହା କହନ୍ତି, କି କେଉଁ ବିଷୟରେ ଦୃଢ଼ ଶିକ୍ଷା ଦିଅନ୍ତି, ତାହା ନିଜେ ବୁଝନ୍ତି ନାହିଁ। Gade chapit laଓଡିଆ ବାଇବେଲ7 ସେମାନେ ମୋଶାଙ୍କ ବ୍ୟବସ୍ଥାର ଶିକ୍ଷକ ହେବାକୁ ଇଚ୍ଛା କରନ୍ତି, ମାତ୍ର ଯାହା କହନ୍ତି, କି କେଉଁ ବିଷୟରେ ଦୃଢ଼ ଶିକ୍ଷା ଦିଅନ୍ତି, ତାହା ନିଜେ ବୁଝନ୍ତି ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)7 ଧର୍ମଗୁରୁ ହୋଇ ଈଶ୍ୱରଙ୍କ ବିଧି ବ୍ୟବସ୍ଥାର ବ୍ୟାଖ୍ୟା କରିବାକୁ ସେମାନେ ଲାଳାୟିତ, କିନ୍ତୁ ନିଜ ବ୍ୟାଖ୍ୟାର ତାତ୍ପର୍ଯ୍ୟ ସେମାନେ ବୁଝନ୍ତି ନାହିଁ; ଯେଉଁ ସବୁ ବିଷୟରେ ନିଶ୍ଚିତ ଭାବରେ ନିଜ ମତ ପ୍ରକାଶ କରନ୍ତି, ତାହା ପ୍ରକୃତରେ କ’ଣ, ସେମାନେ ଜାଣନ୍ତି ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେମାନେ ମୋଶାଙ୍କ ବ୍ୟବସ୍ଥାର ଶିକ୍ଷକ ହେବାକୁ ଇଚ୍ଛା କରନ୍ତି, ମାତ୍ର ଯାହା କହନ୍ତି, କି କେଉଁ ବିଷୟରେ ଦୃଢ଼ ଶିକ୍ଷା ଦିଅନ୍ତି, ତାହା ନିଜେ ବୁଝନ୍ତି ନାହିଁ। Gade chapit la |
ସେ ସବୁ ବିଫଳ ହୋଇ ନାହିଁ। ତୁମ୍ଭେମାନେ ବ୍ୟବସ୍ଥା ପାଳନ କର ବୋଲି କ’ଣ ପରମେଶ୍ୱର ତୁମ୍ଭମାନଙ୍କୁ ପବିତ୍ରଆତ୍ମା ପ୍ରଦାନ କରିଛନ୍ତି? ନା! ତୁମ୍ଭମାନଙ୍କ ମଧ୍ୟରେ ପରମେଶ୍ୱର ଯେଉଁ ଆଶ୍ଚର୍ଯ୍ୟକର୍ମମାନ କରିଛନ୍ତି, ତାହା କ’ଣ ବ୍ୟବସ୍ଥା ପାଳନ ପାଇଁ କରାଯାଇଥିଲା? ନା! ବରଂ ତୁମ୍ଭେମାନେ ସୁସମାଗ୍ଭର ଶୁଣି ସେଗୁଡ଼ିକରେ ବିଶ୍ୱାସ କଲ ବୋଲି, ପରମେଶ୍ୱର ତୁମ୍ଭମାନଙ୍କୁ ତାଙ୍କର ଆତ୍ମା ପ୍ରଦାନ କରି ତୁମ୍ଭମାନଙ୍କ ମଧ୍ୟରେ ଆଶ୍ଚର୍ଯ୍ୟଜନକ କର୍ମମାନ କରିଛନ୍ତି।