Biblia Todo Logo
Bib sou entènèt

- Piblisite -




୧ ତୀମଥି 1:8 - ପବିତ୍ର ବାଇବଲ

8 ଆମ୍ଭେ ଜାଣୁ ଯେ, ବ୍ୟବସ୍ଥା ଭଲ, ଯଦି ଲୋକେ ଠିକ୍ ଭାବରେ ଏହାକୁ ବ୍ୟବହାର କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କିନ୍ତୁ ବ୍ୟବସ୍ଥା ଧାର୍ମିକ ଲୋକ ନିମନ୍ତେ ସ୍ଥାପିତ ନ ହୋଇ ସ୍ଵେଚ୍ଛାଚାରୀ ଓ ଅବାଧ୍ୟ, ଅଧାର୍ମିକ ଓ ପାପୀ, ଅଶୁଚି ଓ ଧର୍ମଦ୍ଵେଷୀ, ପିତୃହନ୍ତା ଓ ମାତୃହନ୍ତା,

Gade chapit la Kopi

ଓଡିଆ ବାଇବେଲ

8 କିନ୍ତୁ ମୋଶାଙ୍କ ବ୍ୟବସ୍ଥା ଧାର୍ମିକ ଲୋକ ନିମନ୍ତେ ନିରୂପିତ ନ ହୋଇ ସ୍ୱେଚ୍ଛାଚାରୀ ଓ ଅବାଧ୍ୟ, ଅଧାର୍ମିକ ଓ ପାପୀ, ଅଶୁଚି ଓ ଧର୍ମଦ୍ୱେଷୀ, ପିତୃହନ୍ତା ଓ ମାତୃହନ୍ତା,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଆମେ ଜାଣୁ ଯେ, ବ୍ୟବସ୍ଥା ଯଥାର୍ଥ ଭାବରେ ପାଳନ କରାଯାଇ ପାରିଲେ, ତାହା ଉତ୍ତମ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କିନ୍ତୁ ମୋଶାଙ୍କ ବ୍ୟବସ୍ଥା ଧାର୍ମିକ ଲୋକ ନିମନ୍ତେ ନିରୂପିତ ନ ହୋଇ ସ୍ୱେଚ୍ଛାଚାରୀ ଓ ଅବାଧ୍ୟ, ଅଧାର୍ମିକ ଓ ପାପୀ, ଅଶୁଚି ଓ ଧର୍ମଦ୍ୱେଷୀ, ପିତୃହନ୍ତା ଓ ମାତୃହନ୍ତା,

Gade chapit la Kopi




୧ ତୀମଥି 1:8
12 Referans Kwoze  

ଯେଉଁ କାମ କରିବାକୁ ମୁଁ ଗ୍ଭହେଁ ନାହିଁ, ଯଦି ମୁଁ ତାହା କରେ, ତାହାର ଅର୍ଥ ଯେ, ବ୍ୟବସ୍ଥା ଭଲ ବୋଲି ସମର୍ଥନ ମୁଁ କରେ।


ଜଣେ ଖେଳାଳୀ ପୁରସ୍କାର ଜିଣିବା ପାଇଁ ଦୌଡ଼ର ସମସ୍ତ ନିୟମ ପାଳନ କରିବା ଦରକାର।


ଏହାର ଅର୍ଥ କ’ଣ ଏହା ଯେ ବ୍ୟବସ୍ଥା ପରମେଶ୍ୱରଙ୍କ ପ୍ରତିଜ୍ଞାଗୁଡ଼ିକର ବିରୋଧୀ ଅଟେ? ଲୋକଙ୍କ ଭିତରେ ଜୀବନ ଭଳି ବ୍ୟବସ୍ଥା ଯଦି ଦିଆଯାଇ ପାରିଥା’ନ୍ତା, ତେବେ ସେହି ବ୍ୟବସ୍ଥା ଦ୍ୱାରା ପରମେଶ୍ୱରଙ୍କ ସହିତ ଆମ୍ଭେ ପ୍ରକୃତରେ ଧାର୍ମିକ ହୋଇ ପାରିଥାଆନ୍ତୁ।


ଏହା ପରେ ଏହି ସଂସାରର ରୀତି ଅନୁସାରେ ଆଚରଣ କର ନାହିଁ, ବରଂ ନୂତନ ଚିନ୍ତନ ମାର୍ଗରେ ନିଜର ଅନ୍ତରକୁ ପରିବର୍ତ୍ତିତ କର। ତେବେ ପରମେଶ୍ୱର ତୁମ୍ଭମାନଙ୍କ ପାଇଁ କ’ଣ ଇଚ୍ଛା କରନ୍ତି, ତୁମ୍ଭେମାନେ ଜାଣି ପାରିବ। ତୁମ୍ଭେମାନେ ଜାଣି ପାରିବ ଯେ, କେଉଁ ବିଷୟ ଗୁଡ଼ିକ ଭଲ, ପରମେଶ୍ୱରଙ୍କୁ ପ୍ରିୟ ଓ ସିଦ୍ଧ।


ମୁଁ ଏହା ଜାଣେ ଯେ ମୋ’ ଭିତରେ କିଛି ଭଲ ନାହିଁ। ମୋ’ କହିବା ଅର୍ଥ ଯେ, ମୋର ଶରୀରରେ କୌଣସି ଭଲ ବିଷୟ ନାହିଁ।


ମୋ’ ମନରେ, ମୁଁ ପରମେଶ୍ୱରଙ୍କର ବ୍ୟବସ୍ଥାରେ ସୁଖୀ।


ତୁମ୍ଭେ ସୀନୟ ପର୍ବତକୁ ଓହ୍ଲାଇ ଆସିଲ। ସ୍ୱର୍ଗରୁ ସେମାନଙ୍କ ସହିତ କଥାବାର୍ତ୍ତା କଲ। ସେମାନଙ୍କୁ ଯଥାର୍ଥ ଶାସନ ଓ ସତ୍ୟ ବ୍ୟବସ୍ଥା, ଉତ୍ତମ ବିଧି ଓ ଆଜ୍ଞା ପ୍ରଦାନ କଲ।


Swiv nou:

Piblisite


Piblisite