୧ ତୀମଥି 4:10 - ପବିତ୍ର ବାଇବଲ10 ଏଥିପାଇଁ ଆମ୍ଭେ କାମ ଓ ସଂଘର୍ଷ କରୁଛୁ; ଆମ୍ଭେ ଜୀବିତ ପରମେଶ୍ୱରଙ୍କଠାରେ ଭରସା ରଖିଥାଉ। ସେ ସମସ୍ତ ଲୋକଙ୍କର ଏବଂ ବିଶେଷ ଭାବରେ, ଯେଉଁ ଲୋକମାନେ ତାହାଙ୍କୁ ବିଶ୍ୱାସ କରନ୍ତି ସେମାନଙ୍କର ତ୍ରାଣକର୍ତ୍ତା। Gade chapit laପବିତ୍ର ବାଇବଲ (Re-edited) - (BSI)10 ଏହି ଉଦ୍ଦେଶ୍ୟରେ ତ ଆମ୍ଭେମାନେ ପରିଶ୍ରମ ଓ ପ୍ରାଣପଣ କରୁଅଛୁ, କାରଣ ଯେଉଁ ଜୀବିତ ଈଶ୍ଵର ସମସ୍ତ ମନୁଷ୍ୟଙ୍କର, ବିଶେଷତଃ, ବିଶ୍ଵାସୀମାନଙ୍କର ତ୍ରାଣକର୍ତ୍ତା, ତାହାଙ୍କଠାରେ ଆମ୍ଭମାନଙ୍କର ଭରସା ଅଛି। Gade chapit laଓଡିଆ ବାଇବେଲ10 ଏହି ଉଦ୍ଦେଶ୍ୟରେ ତ ଆମ୍ଭେମାନେ ପରିଶ୍ରମ ଓ ପ୍ରାଣପଣ କରୁଅଛୁ, କାରଣ ଯେଉଁ ଜୀବିତ ଈଶ୍ୱର ସମସ୍ତ ମନୁଷ୍ୟଙ୍କର, ବିଶେଷତଃ ବିଶ୍ୱାସୀମାନଙ୍କର ତ୍ରାଣକର୍ତ୍ତା, ତାହାଙ୍କଠାରେ ଆମ୍ଭମାନଙ୍କର ଭରସା ଅଛି । Gade chapit laପବିତ୍ର ବାଇବଲ (CL) NT (BSI)10 ଯେଉଁ ମୁକ୍ତିଦାତାଙ୍କଠାରେ ବିଶ୍ୱାସ କଲେ ସମସ୍ତେ ପରିତ୍ରାଣ ଲାଭ କରିପାରିବେ, ସେହି ଜୀବନ୍ତ ଈଶ୍ୱରଙ୍କଠାରେ ଭରସା ରଖି, ଆମେ ଏତେ କଷ୍ଟ ସ୍ୱୀକାର କରି ଏହି କାର୍ଯ୍ୟ କରି ଯାଉଛୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏହି ଉଦ୍ଦେଶ୍ୟରେ ତ ଆମ୍ଭେମାନେ ପରିଶ୍ରମ ଓ ପ୍ରାଣପଣ କରୁଅଛୁ, କାରଣ ଯେଉଁ ଜୀବିତ ଈଶ୍ବର ସମସ୍ତ ମନୁଷ୍ୟଙ୍କର, ବିଶେଷତଃ ବିଶ୍ଵାସୀମାନଙ୍କର ତ୍ରାଣକର୍ତ୍ତା, ତାହାଙ୍କଠାରେ ଆମ୍ଭମାନଙ୍କର ଭରସା ଅଛି। Gade chapit la |
ଏହି ଆଦେଶ ସେହିମାନଙ୍କୁ ଦିଅ, ଯେଉଁମାନେ ଏ ପୃଥିବୀରେ ଧନୀ ଅଟନ୍ତି। ସେମାନଙ୍କୁ ଗର୍ବ ନ କରିବା ପାଇଁ କୁହ। ସେମାନଙ୍କୁ କୁହ ଯେ ସେମାନେ ନିଜ ଧନର ନୁହେଁ, ମାତ୍ର ପରମେଶ୍ୱରଙ୍କର ଆଶ୍ରୟ ନେବା ଉଚିତ୍। ଧନ ଉପରେ ଆସ୍ଥା ରଖ ନାହିଁ। କିନ୍ତୁ ପରମେଶ୍ୱର ପ୍ରତ୍ୟେକ ବସ୍ତୁ ଯଥେଷ୍ଟ ପରିମାଣରେ ଆମ୍ଭକୁ ପ୍ରଦାନ କରନ୍ତି। ସେ ଭୋଗ କରିବା ପାଇଁ ଆମ୍ଭକୁ ପ୍ରତ୍ୟେକ ଜିନିଷ ଦିଅନ୍ତି।
ତା'ପରେ ନବୂଖଦ୍ନିତ୍ସର କହିଲା, “ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ଆପଣା ଦାସମାନଙ୍କୁ ଅଗ୍ନିରୁ ଉଦ୍ଧାର କଲେ। ଆଉ ଏହି ତିନି ଜଣ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଲେ ଓ ତାଙ୍କ ଭିନ୍ନ ଅନ୍ୟ କୌଣସି ଦେବତାଙ୍କର ପୂଜା କଲେ ନାହିଁ କି ପ୍ରଣାମ କଲେ ନାହିଁ। ଆଉ ମଧ୍ୟ ରାଜବାକ୍ୟ ଅମାନ୍ୟ କରି ଆପଣା ପରମେଶ୍ୱରଙ୍କ ସେବା କଲେ।