Biblia Todo Logo
Bib sou entènèt

- Piblisite -




୧ ତୀମଥି 4:5 - ପବିତ୍ର ବାଇବଲ

5 ପରମେଶ୍ୱରଙ୍କ ଦ୍ୱାରା ସୃଷ୍ଟ ପ୍ରତ୍ୟେକ ବିଷୟ ପରମେଶ୍ୱର କହିଥିବା କଥା ଦ୍ୱାରା ଓ ପ୍ରାର୍ଥନା ଦ୍ୱାରା ପବିତ୍ର ହୋଇଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଯେଣୁ ଈଶ୍ଵରଙ୍କ ବାକ୍ୟ ଓ ପ୍ରାର୍ଥନା ଦ୍ଵାରା ତାହା ପବିତ୍ର କରାଯାଏ।

Gade chapit la Kopi

ଓଡିଆ ବାଇବେଲ

5 ଯେଣୁ ଈଶ୍ୱରଙ୍କ ବାକ୍ୟ ଓ ପ୍ରାର୍ଥନା ଦ୍ୱାରା ତାହା ପବିତ୍ର କରାଯାଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଈଶ୍ୱରଙ୍କ ବାକ୍ୟ ସ୍ମରଣ କରି ତାଙ୍କୁ ପ୍ରାର୍ଥନା କରିବା ଦ୍ୱାରା ସକଳ ବିଷୟ ପବିତ୍ର ହୁଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଯେଣୁ ଈଶ୍ବରଙ୍କ ବାକ୍ୟ ଓ ପ୍ରାର୍ଥନା ଦ୍ୱାରା ତାହା ପବିତ୍ର କରାଯାଏ।

Gade chapit la Kopi




୧ ତୀମଥି 4:5
8 Referans Kwoze  

ସେମାନେ ଲୋକମାନଙ୍କୁ ବିବାହ କରିବା ଅନୁଚିତ୍ ବୋଲି କହନ୍ତି। ସେମାନେ ଲୋକମାନଙ୍କୁ ଏ କଥା ମଧ୍ୟ କୁହନ୍ତି ଯେ କେତେକ ଖାଦ୍ୟ ଅଛି, ଯାହାକୁ ଆଦୌ ଖାଇବା ଉଚିତ୍ ନୁହେଁ। କିନ୍ତୁ ସେ ଖାଦ୍ୟଗୁଡ଼ିକୁ ପରମେଶ୍ୱର ସୃଷ୍ଟି କରିଛନ୍ତି। ଅତଏବ ଯେଉଁମାନେ ବିଶ୍ୱାସୀ ଏବଂ ସତ୍ୟକୁ ଜାଣନ୍ତି, ସେମାନେ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଇ ସେହି ଖାଦ୍ୟ ଖାଇ ପାରିବେ।


ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ନ କରୁଥିବା ପତି, ତା'ର ବିଶ୍ୱାସ କରୁଥିବା ପତ୍ନୀ ମାଧ୍ୟମରେ ପବିତ୍ର କରାଯାଇଅଛି। ସେହିଭଳି ବିଶ୍ୱାସ ନ କରୁଥିବା ପତ୍ନୀ, ତା’ ବିଶ୍ୱାସ କରୁଥିବା ପତି ମାଧ୍ୟମରେ ପବିତ୍ର କରାଯାଇ ଅଛି। ଯଦି ଏହା ସତ୍ୟ ହୋଇ ନ ଥା’ନ୍ତା, ତା'ହେଲେ ତୁମ୍ଭମାନଙ୍କ ସନ୍ତାନମାନେ କଦାପି ଶୁଚି ହୋଇ ନ ଥା’ନ୍ତେ। କିନ୍ତୁ ସେମାନେ ଏବେ ପବିତ୍ର ଅଟନ୍ତି।


ଏହା ଶୁଣି ଯୀଶୁ ତାହାକୁ ଉତ୍ତର ଦେଲେ, “ଶାସ୍ତ୍ରରେ ଲେଖାଅଛି: ‘ମଣିଷ କେବଳ ରୋଟୀରେ ବଞ୍ଚେ ନାହିଁ।’”


ଯେଉଁମାନେ ପବିତ୍ର, ତାହାଙ୍କ ପାଇଁ ସବୁକିଛି ପବିତ୍ର। କିନ୍ତୁ ଯେଉଁମାନେ ପାପୀ ଓ ଅବିଶ୍ୱାସୀ, ସେମାନଙ୍କ ଲାଗି କିଛି ହେଲେ ପବିତ୍ର ନୁହେଁ। ସେମାନଙ୍କର ଚିନ୍ତା ପାପରେ ଦୂଷିତ ହୋଇଯାଇଛି ଓ ଠିକ୍ କ’ଣ, ସେ ସମ୍ବନ୍ଧରେ ସେମାନଙ୍କର ଜ୍ଞାନ ନଷ୍ଟ ହୋଇ ଯାଇଛି।


ଏଣୁ ତୁମ୍ଭମାନଙ୍କ ଭିତରେ ଥିବା ବିଷୟଗୁଡ଼ିକ ପ୍ରତି ଦୃଷ୍ଟି ଦିଅ। ଯେଉଁ ଲୋକମାନେ ସାହାଯ୍ୟ ଲୋଡ଼ନ୍ତି, ସେମାନଙ୍କୁ ସାହାଯ୍ୟ କର। ତା'ହେଲେ ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ପରିଷ୍କାର ଓ ପବିତ୍ର ହୋଇଯିବ।


ପରମେଶ୍ୱର ଆପଣା ନିର୍ମିତ ସମସ୍ତ ବସ୍ତୁ ପ୍ରତି ଦୃଷ୍ଟି ଦେଲେ। ଏହା ପରମେଶ୍ୱରଙ୍କ ଦୃଷ୍ଟିରେ ଅତି ଉତ୍ତମ ଦିଶିଥିଲା। ଏହା ପରେ ସନ୍ଧ୍ୟା ଓ ତା'ପରେ ସକାଳ ହେଲା। ଏହା ଷଷ୍ଠ ଦିବସ ଥିଲା।


ଏହିପରି ପରମେଶ୍ୱର ବିଭିନ୍ନ ପ୍ରକାର ଜୀବିତ ପ୍ରାଣୀ ସୃଷ୍ଟି କଲେ। ପରମେଶ୍ୱର ସମସ୍ତ ଜୀବିତ ପ୍ରାଣୀଙ୍କୁ ସୃଷ୍ଟି କଲେ, ବିଭିନ୍ନ ପ୍ରକାରର ବୃହତ୍ ପ୍ରାଣୀ ଏବଂ ପ୍ରତ୍ୟେକ ସରୀସୃପ ପ୍ରାଣୀ ଆପଣା ଜାତି ଅନୁସାରେ ପୃଥିବୀ ଉପରେ ଗୁରୁଣ୍ଡୁ ଥିଲେ। ଏହା ପରମେଶ୍ୱରଙ୍କ ଦୃଷ୍ଟିରେ ଅତି ଉତ୍ତମ ଦିଶିଥିଲା।


ବିଶ୍ୱାସ ଦ୍ୱାରା ଆମ୍ଭେ ବୁଝିଛୁ ଯେ ସମଗ୍ର ସୃଷ୍ଟିର ରଚନା ପରମେଶ୍ୱର ନିଜ ଆଜ୍ଞା ବଳରେ କରିଥିଲେ। ଏହାର ଅର୍ଥ ଯେ, ଆମ୍ଭକୁ ଦିଶୁଥିବା ବିଷୟ ଗୁଡ଼ିକର ସୃଷ୍ଟି ଅଦୃଶ୍ୟ ବିଷୟ ଦ୍ୱାରା ହୋଇଛି।


Swiv nou:

Piblisite


Piblisite