୧ ତୀମଥି 5:10 - ପବିତ୍ର ବାଇବଲ10 ସେ ଜୀବନରେ ଭଲ କାମ କରିଥିବେ। ଯେପରି ପିଲାମାନଙ୍କୁ ବୃଦ୍ଧି କରିବା, ଘରେ ଅତିଥିମାନଙ୍କୁ ସତ୍କାର କରିବା, ପରମେଶ୍ୱରଙ୍କ ଲୋକମାନଙ୍କର ଗୋଡ଼ ଧୋଇବ, କଷ୍ଟରେ ପଡ଼ିଥିବା ଲୋକଙ୍କୁ ସାହାଯ୍ୟ କରିବା ଓ ନିଜ ଜୀବନରେ ସମସ୍ତ ପ୍ରକାରର ଭଲ କାମ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)10 ଆଉ, ଯେ ଏକ ସ୍ଵାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ସୁଖ୍ୟାତିପ୍ରାପ୍ତ, ଅର୍ଥାତ୍, ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦପ୍ରକ୍ଷାଳନ, ଦୁଃଖୀର ଦୁଃଖମୋଚନ କରିଥାଏ, ପୁଣି ସମସ୍ତ ସତ୍କର୍ମରେ ଉଦ୍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ। Gade chapit laଓଡିଆ ବାଇବେଲ10 ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦ ଧୋଇଥାଏ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ । Gade chapit laପବିତ୍ର ବାଇବଲ (CL) NT (BSI)10 ପିଲାମାନଙ୍କର ଉଚିତ୍ ଯତ୍ନ ନେବା, ଅଭ୍ୟାଗତମାନଙ୍କୁ ଆତିଥ୍ୟ କରିବା, ଖ୍ରୀଷ୍ଟୀୟ ଭାଇ ଭଉଣୀମାନଙ୍କ ପ୍ରତି ନମ୍ର ଆଚରଣ କରିବା, ଦୁର୍ଦ୍ଦଶାପନ୍ନ ଲୋକମାନଙ୍କୁ ସାହାଯ୍ୟ କରିବା ଇତ୍ୟାଦି ସତ୍କାର୍ଯ୍ୟ ଲାଗି ଯେଉଁମାନେ ସମାଜରେ ଖ୍ୟାତି ଲାଭ କରିଥିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦପ୍ରକ୍ଷାଳନ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ। Gade chapit la |
ସେମାନେ ତାହାଙ୍କୁ କହିଲେ, “ଆମ୍ଭମାନଙ୍କୁ ସୈନ୍ୟବାହିନୀର ଅଧିକାରୀ କର୍ଣ୍ଣୀଲିୟ ପଠାଇଛନ୍ତି। ସେ ପରମେଶ୍ୱରଙ୍କୁ ଭୟ କରୁଥିବା ଜଣେ ଉତ୍ତମ ବ୍ୟକ୍ତି। ତାହାଙ୍କୁ ଯିହୂଦୀମାନେ ବହୁତ ସମ୍ମାନ ଦିଅନ୍ତି। ଜଣେ ପବିତ୍ର ସ୍ୱର୍ଗଦୂତ କର୍ଣ୍ଣୀଲିୟଙ୍କୁ ଦର୍ଶନ ଦେଇ ତୁମ୍ଭକୁ ତାହାଙ୍କ ଘରକୁ ନିମନ୍ତ୍ରଣ କରିବା ପାଇଁ କହିଛନ୍ତି, ଯେପରି ସେ ତୁମ୍ଭ ନିକଟରୁ କଥା ଶୁଣିପାରନ୍ତି।”
ଲୋଟ ସେମାନଙ୍କୁ କହିଲେ, “ହେ ମହାଶୟଗଣ ମୋର ଗୃହକୁ ଆସିବା ହେଉନ୍ତୁ ଏବଂ ମୁଁ ଆପଣମାନଙ୍କର ସେବା କରିବି। ଆପଣମାନେ ପାଦ ଧୋଇ ମୋର ଗୃହକୁ ଆସନ୍ତୁ ଏବଂ ଏହିଠାରେ ରାତ୍ରିଯାପନ କରନ୍ତୁ। ଏହା ପରେ ଆସନ୍ତାକାଲି ଆପଣମାନେ ଶୀଘ୍ର ଉଠିବେ ଏବଂ ଆପଣମାନଙ୍କର ଯାତ୍ରା ଗ୍ଭଲୁ ରଖିବେ।” ସ୍ୱର୍ଗଦୂତମାନେ ଉତ୍ତର ଦେଲେ, “ନାଁ, ଆମ୍ଭେମାନେ ଏହି ନଗର ଚୌରାହରେ ସମସ୍ତ ରାତ୍ରି ଯାପନ କରିବୁ।”
ଅଧ୍ୟକ୍ଷ ବ୍ୟକ୍ତି ଜଣକ ଏତେ ଭଲ ହେବା ଦରକାର ଯେ ଲୋକେ ପ୍ରକୃତରେ ତାହାଙ୍କୁ ସମାଲୋଚନା କରିବାକୁ ଅସମର୍ଥ ହେବେ। ତାହାଙ୍କର ନିଶ୍ଚୟ ଗୋଟିଏ ମାତ୍ର ପତ୍ନୀ ଥିବା ଉଚିତ୍। ତାହାଙ୍କର ଆତ୍ମସଂଯମ ଥିବା ଦରକାର ଓ ସେ ବୁଦ୍ଧିମାନ ହେବା ଦରକାର। ସେ ଅନ୍ୟମାନଙ୍କ ଦ୍ୱାରା ସମ୍ମାନ ପାଉଥିବା ଦରକାର। ନିଜ ଘରେ ସ୍ୱାଗତ କରି ଲୋକମାନଙ୍କୁ ସେ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବା ଦରକାର। ସେ ଜଣେ ଭଲ ଶିକ୍ଷାଦାତା ହୋଇଥିବା ଦରକାର।