Biblia Todo Logo
Bib sou entènèt

- Piblisite -




୧ ତୀମଥି 5:19 - ପବିତ୍ର ବାଇବଲ

19 ଯେଉଁ ଲୋକ ଜଣେ ପ୍ରାଚୀନ ବିରୁଦ୍ଧରେ ନିନ୍ଦା କରେ, ଓ ତା’ ସହିତ ଯଦି ଅନ୍ୟ ଦୁଇ ବା ତିନି ଜଣ ଲୋକ ମଧ୍ୟ ପ୍ରାଚୀନ ଲୋକ ଭୁଲ୍ କରିଛନ୍ତି ବୋଲି କୁହନ୍ତି, ତା'ହେଲେ ଯାଇ ସେ ଲୋକର କଥା ତୁମ୍ଭେ ଶୁଣିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଦୁଇ ବା ତିନି ଜଣ ସାକ୍ଷୀଙ୍କ ବିନା କୌଣସି ପ୍ରାଚୀନଙ୍କ ବିରୁଦ୍ଧରେ ଅଭିଯୋଗ ଗ୍ରହଣ କର ନାହିଁ।

Gade chapit la Kopi

ଓଡିଆ ବାଇବେଲ

19 ଦୁଇ ବା ତିନି ଜଣ ସାକ୍ଷୀଙ୍କ ବିନା କୌଣସି ପ୍ରାଚୀନଙ୍କ ବିରୁଦ୍ଧରେ ଅଭିଯୋଗ ଗ୍ରହଣ କର ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ଦୁଇ ବା ତିନି ଜଣ ସାକ୍ଷୀ ନ ଥାଇ ମଣ୍ଡଳୀର ଜଣେ ବୟୋଜ୍ୟେଷ୍ଠ ନେତା ବିରୁଦ୍ଧରେ କୌଣସି ଅଭିଯୋଗ ବିଚାରକୁ ନିଅ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଦୁଇ ବା ତିନି ଜଣ ସାକ୍ଷୀଙ୍କ ବିନା କୌଣସି ପ୍ରାଚୀନଙ୍କ ବିରୁଦ୍ଧରେ ଅଭିଯୋଗ ଗ୍ରହଣ କର ନାହିଁ।

Gade chapit la Kopi




୧ ତୀମଥି 5:19
14 Referans Kwoze  

ଯଦି ସେ ଲୋକ କିଛି ଶୁଣିବାକୁ ମନା କରିଦିଏ ତେବେ ଜଣେ ବା ଦୁଇଜଣ ଲୋକଙ୍କୁ ନେଇ ପୁଣି ଥରେ ତା’ ପାଖକୁ ଯାଅ। ତେବେ ଯାହାକିଛି କୁହାଯାଇଛି, ଦୁଇ ବା ତିନି ଜଣ ସାକ୍ଷୀଙ୍କ ଦ୍ୱାରା ତାହା ସମର୍ଥିତ ହେବ।


“ଯଦି କୌଣସି ଲୋକ ଅପରାଧ କରେ ବା ପାପ କରେ, ତା'ର ଦୋଷ ନିରୂପଣ ପାଇଁ ଗୋଟିଏ ସାକ୍ଷୀ ଯଥେଷ୍ଟ ନୁହେଁ। ସେହି ଲୋକକୁ ଦୋଷୀ ସାବ୍ୟସ୍ତ କରିବା ପାଇଁ ଦୁଇଟି, ତିନୋଟି ସାକ୍ଷୀ ଯଥେଷ୍ଟ ହେବ।


ମୁଁ ତୁମ୍ଭମାନଙ୍କ ପାଖକୁ ତୃତୀୟ ଥର ଆସୁଛି। ମନେରଖ: “ପ୍ରତ୍ୟେକ ଅଭିଯୋଗ ପାଇଁ ଦୁଇ ବା ତିନି ଜଣ ସାକ୍ଷୀ ଦେବା ଦରକାର ଯେ ସେମାନେ ତାହାର ସତ୍ୟତା ବିଷୟରେ ଜାଣିଛନ୍ତି।”


ଏକ ପ୍ରାଚୀନ ହେବା ପାଇଁ ଜଣେ ଲୋକର ଯେଉଁ ଗୁଣ ଥିବା ଦରକାର, ସେଗୁଡ଼ିକ ହେଲା ସେ ନିର୍ଦ୍ଦୋଷ ଥିବେ। ତାହାଙ୍କର ଜଣେ ମାତ୍ର ସ୍ତ୍ରୀ ଥିବେ। ତାହାଙ୍କର ସନ୍ତାନମାନେ ବିଶ୍ୱାସୀ ହୋଇଥିବେ। ସେମାନେ ହିଂସ୍ର ଜୀବନଯାପନ କରୁ ନ ଥିବେ ଓ ଅନୁଶାସନହୀନ ନ ଥିବେ।


କେବଳ ଜଣେ ସାକ୍ଷୀ ପାଇଲେ ତାକୁ ମୃତ୍ୟୁଦଣ୍ତ ଦିଆଯିବା ଉଚିତ୍ ନୁହଁ। କିନ୍ତୁ ଯଦି ତା'ର ଦୁଇଟି ବା ଦୁଇଟିରୁ ଅଧିକ ସାକ୍ଷୀ ଥାଏ ତେବେ ତାକୁ ମୃତ୍ୟୁଦଣ୍ତ ଦିଆଯିବା ଉଚିତ୍।


ଯେଉଁ ଲୋକ ମୋଶାଙ୍କ ବ୍ୟବସ୍ଥା ମାନିବାକୁ ମନା କଲା, ତାହାକୁ ଦୋଷୀ ପ୍ରମାଣିତ କରିବା ଲାଗି ଦୁଇ ବା ତିନି ଜଣ ସାକ୍ଷୀ ଆବଶ୍ୟକ ଥିଲେ। କ୍ଷମା ଦିଆ ନ ଯାଇ, ତାହାକୁ ବଧ କରାଯାଉଥିଲା।


ମୁଁ ସେମାନଙ୍କୁ ଉତ୍ତର ଦେଲି, ‘ଯେତେବେଳେ କୌଣସି ବ୍ୟକ୍ତି କୌଣସି ଦୋଷ ପାଇଁ ଅଭିଯୁକ୍ତ ହୁଏ, ସେ ନିଜ ଅଭିଯୋଗକାରୀମାନଙ୍କର ମୁଖାମୁଖି ନ ହେବା ପର୍ଯ୍ୟନ୍ତ ଓ ନିଜ ବିରୁଦ୍ଧରେ ଆଗତ ଅଭିଯୋଗର ଉତ୍ତର ନ ଦେବା ପର୍ଯ୍ୟନ୍ତ ରୋମୀୟମାନେ ସେହି ଲୋକକୁ ଅନ୍ୟ କାହାକୁ ବିଗ୍ଭର ପାଇଁ ଦିଅନ୍ତି ନାହିଁ।’


ତୁମ୍ଭର ବିଧି ବ୍ୟବସ୍ଥା କୁହେ ଯେ, କୌଣସି ଘଟଣା ସମ୍ବନ୍ଧରେ ଯଦି ଦୁଇଜଣ ସାକ୍ଷୀ ସମାନ କଥା କହନ୍ତି, ତେବେ ତୁମ୍ଭେ ନିଶ୍ଚୟ ସେମାନଙ୍କ କଥା ଗ୍ରହଣ କରିବ।


ସେମାନେ ସବୁ ପଇସା ଏକାଠି କରି ଶାଉଲ ଓ ବର୍ଣ୍ଣ‌ବ୍‌‌ବାଙ୍କୁ ଦେଲେ। ଶାଉଲ ଓ ବର୍ଣ୍ଣ‌ବ୍‌‌ବା ତାହା ଆଣି ଯିହୂଦାର ପ୍ରାଚୀନ ବ୍ୟକ୍ତିମାନଙ୍କ ହାତରେ ଅର୍ପଣ କଲେ।


ତେଣୁ ପୀଲାତ ପ୍ରାସାଦ ବାହାରେ ଯିହୂଦୀମାନଙ୍କ ପାଖକୁ ଗଲେ। ସେ ପଗ୍ଭରିଲେ, “ଏହି ଲୋକ ବିରୁଦ୍ଧରେ ତୁମ୍ଭମାନଙ୍କର ଅଭିଯୋଗ କ'ଣ?”


ତୁମ୍ଭ ଭିତରେ ଯେଉଁ ଅନୁଗ୍ରହ ଦାନଟି ଅଛି, ତାହାକୁ ବ୍ୟବହାର କରିବାରେ ଅବହେଳା କର ନାହିଁ। ଭବିଷ୍ୟ‌‌ଦ୍‌‌‌‌ବାଣୀ ମାଧ୍ୟମରେ ଯେତେବେଳେ ପ୍ରାଚୀନମାନଙ୍କର ଦଳ ତୁମ୍ଭ ଉପରେ ହାତ ରଖିଲେ, ସେତେବେଳେ ସେହି ଅନୁଗ୍ରହ ଦାନ ତୁମ୍ଭକୁ ଦିଆ ଯାଇଥିଲା।


ମଣ୍ଡଳୀକୁ ଉତ୍ତମରୂପେ ଆଗେଇ ନେଇ ଯାଉଥିବା ପ୍ରାଚୀନମାନେ ଅତ୍ୟଧିକ ସମ୍ମାନ ପାଇବା ଉଚିତ୍। ଯେଉଁ ପ୍ରାଚୀନମାନେ ପ୍ରଗ୍ଭର ଓ ଉପଦେଶ ପ୍ରଦାନ କରୁଛନ୍ତି, ସେମାନେ ଅତ୍ୟଧିକ ସମ୍ମାନର ଅଧିକାରୀ ଅଟନ୍ତି।


Swiv nou:

Piblisite


Piblisite