୧ ତୀମଥି 6:14 - ପବିତ୍ର ବାଇବଲ14 ଏବେ ମୁଁ ତୁମ୍ଭକୁ କହୁଛି: ତୁମ୍ଭକୁ ଦିଆ ଯାଇଥିବା ଆଦେଶଗୁଡ଼ିକ ପାଳନ କର। ଯୀଶୁ ଖ୍ରୀଷ୍ଟଙ୍କର ପୁନରାଗମନ ପର୍ଯ୍ୟନ୍ତ ସେହି କାମଗୁଡ଼ିକ ନିର୍ଭୁଲ ଭାବରେ ଓ ଅନିନ୍ଦନୀୟ ଭାବରେ କର। Gade chapit laପବିତ୍ର ବାଇବଲ (Re-edited) - (BSI)14 ତୁମ୍ଭେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ଧର୍ମବିଧି ପାଳନ କରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ରୁହ। Gade chapit laଓଡିଆ ବାଇବେଲ14 ତୁମ୍ଭେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ଧର୍ମବିଧି ପାଳନ କରି କଳଙ୍କ ଶୂନ୍ୟ ଓ ଅନିନ୍ଦନୀୟ ହୋଇ ରୁହ । Gade chapit laପବିତ୍ର ବାଇବଲ (CL) NT (BSI)14 ପ୍ରଭୁ ଯୀଶୁଙ୍କ ପୁନରାଗମନ ପର୍ଯ୍ୟନ୍ତ ତୁମକୁ ଦିଆଯାଇଥିବା ଆଜ୍ଞାଗୁଡ଼ିକୁ ବିଶ୍ୱସ୍ତଭାବେ ପାଳନ କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତୁମ୍ଭେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ଧର୍ମବିଧି ପାଳନ କରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ରୁହ। Gade chapit la |
ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପାରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁଣ ବଳିସ୍ୱରୂପେ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ଯ୍ୟରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦେବ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ୟ ପବିତ୍ର କରିବ। ଆମ୍ଭେ ପବିତ୍ର ହୋଇ ଜୀବନ୍ତ ପରମେଶ୍ୱରଙ୍କର ସେବା କରି ପାରିବା।