୧ ତୀମଥି 6:18 - ପବିତ୍ର ବାଇବଲ18 ଧନୀ ଲୋକମାନଙ୍କୁ କୁହ ଯେ ସେମାନେ ଭଲ କାମ କରନ୍ତୁ। ସେମାନଙ୍କୁ କୁହ ଯେ, ଭଲ କାମ କରିବାରେ ସେମାନେ ଧନୀ ହୁଅନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)18 ପୁଣି ପରୋପକାର କରି ସମସ୍ତ ସତ୍କର୍ମରେ ଧନୀ ହୁଅନ୍ତି; ଆଉ ମୁକ୍ତ ହସ୍ତରେ ଓ ଉଦାର ଭାବରେ ଦାନ କରନ୍ତି,ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ; Gade chapit laଓଡିଆ ବାଇବେଲ18 ପୁଣି, ଅନ୍ୟର ଉପକାର କରି ସମସ୍ତ ସତ୍କର୍ମରେ ଧନୀ ହୁଅନ୍ତି ଆଉ ମୁକ୍ତ ହସ୍ତରେ ଓ ଉଦାର ଭାବରେ ଦାନ କରନ୍ତି, ଏଥି ନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ; Gade chapit laପବିତ୍ର ବାଇବଲ (CL) NT (BSI)18 ସତ୍କର୍ମରେ ବ୍ରତୀ ହୋଇ ପୁଣ୍ୟଧନ ଅର୍ଜନ କରନ୍ତୁ; ଦାନଶୀଳ ହୋଇ ନିଜର ଐଶ୍ୱର୍ଯ୍ୟରେ ଅନ୍ୟମାନଙ୍କୁ ଅଂଶୀ କରାନ୍ତୁ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ଅନ୍ୟର ଉପକାର କରି ସମସ୍ତ ସତ୍କର୍ମରେ ଧନୀ ହୁଅନ୍ତି ଆଉ ମୁକ୍ତ ହସ୍ତରେ ଓ ଉଦାର ଭାବରେ ଦାନ କରନ୍ତି, ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ; Gade chapit la |
ଯଦି କାହାକୁ ଅନ୍ୟ ଲୋକମାନଙ୍କୁ ସାନ୍ତ୍ୱନା ଦେବାର ଅନୁଗ୍ରହ ଦାନ ମିଳିଛି, ତା'ହେଲେ ସେ ଲୋକମାନଙ୍କୁ ସାନ୍ତ୍ୱନା ଦେଉ। ଯଦି କାହାକୁ ଦାନ ଦେବା ଅନୁଗ୍ରହ ଦାନ ମିଳିଛ ତା'ହେଲେ ସେ ଖୋଲା ମନରେ ଦାନ କରୁ। ଯଦି କାହାକୁ ନେତୃତ୍ୱ ନେବାର ଅନୁଗ୍ରହ ଦାନ ମିଳିଛି, ତା'ହେଲେ ସେ ମନ ପ୍ରାଣ ଢାଳି ନେତୃତ୍ୱ ଦେଉ। ଯଦି କାହାକୁ ଅନ୍ୟମାନଙ୍କୁ ଦୟା ଦେଖାଇବା ଅନୁଗ୍ରହ ଦାନ ମିଳିଛି ତା'ହେଲେ ସେ ଆନନ୍ଦ ମନରେ ଦୟା ଦେଖାଉ।