Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 1:13 - ପବିତ୍ର ବାଇବଲ

13 ତୁମ୍ଭେମାନେ ଯେଉଁ କଥାଗୁଡ଼ିକ ପଢ଼ି ପାରିବ ଓ ବୁଝି ପାରିବ, କେବଳ ସେହି କଥାଗୁଡ଼ିକ ଆମ୍ଭେ ତୁମ୍ଭମାନଙ୍କୁ ଲେଖିଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କାରଣ ତୁମ୍ଭେମାନେ ଯାହା ଯାହା ପାଠ କରି ବୁଝି ପାର, ସେହିସବୁ ବିନା, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଆଉ କିଛି ଲେଖୁ ନାହୁଁ,

Gade chapit la Kopi

ଓଡିଆ ବାଇବେଲ

13 କାରଣ ତୁମ୍ଭେମାନେ ଯାହା ଯାହା ପାଠ କରି ବୁଝିପାର, ସେହି ସବୁ ବିନା, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଆଉ କିଛି ଲେଖୁ ନାହୁଁ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଯାହା ପଢ଼ି ତୁମେ ବୁଝି ପାରିବ, ତୁମମାନଙ୍କ ନିକଟକୁ ଆମେ କେବଳ ସେତିକି ଲେଖୁଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କାରଣ ତୁମ୍ଭେମାନେ ଯାହା ଯାହା ପାଠ କରି ବୁଝିପାର, ସେହିସବୁ ବିନା, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଆଉ କିଛି ଲେଖୁ ନାହୁଁ,

Gade chapit la Kopi




୨ କରିନ୍ଥୀୟ 1:13
6 Referans Kwoze  

ଆମ୍ଭେ ଲଜ୍ଜାପୂର୍ଣ୍ଣ ଓ ଗୁପ୍ତ କାର୍ଯ୍ୟଗୁଡ଼ିକୁ ଛାଡ଼ି ଦେଇଛୁ। ଆମ୍ଭେ କପଟ କରୁ ନାହୁଁ, ପରମେଶ୍ୱରଙ୍କ ବାକ୍ୟରେ ପରିବର୍ତ୍ତନ କରୁ ନାହୁଁ, ବରଂ ଆମ୍ଭେ ସତ୍ୟକୁ ସରଳ ଭାବରେ ପ୍ରକାଶ କରୁଛୁ। ଏହା ଦ୍ୱାରା ଲୋକମାନଙ୍କଠାରେ ଆମ୍ଭେ ନିଜର ବ୍ୟକ୍ତିତ୍ୱ ପ୍ରତିପାଦନ କରୁଛୁ, ଯାହାଦ୍ୱାରା ସମସ୍ତେ ନିଜ ହୃଦୟରେ ଜାଣି ପାରିବେ ଯେ, ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭେମାନେ ସତ୍ୟ ବାକ୍ୟ ପ୍ରଗ୍ଭର କରୁଅଛୁ।


ଖ୍ରୀଷ୍ଟଙ୍କଠାରେ ଥିବା ଆମ୍ଭର ସମସ୍ତ ଭଲ କଥାଗୁଡ଼ିକ ବୁଝିପାରିବା ପାଇଁ ତୁମ୍ଭର ବିଶ୍ୱାସର ସହଭାଗିତା ତୁମ୍ଭକୁ ସାହାଯ୍ୟ କରିବ ବୋଲି ମୁଁ ପ୍ରାର୍ଥନା କରେ।


ମୁଁ ଆଶାକରେ ଆମ୍ଭେମାନେ ପରୀକ୍ଷାରେ ବିଫଳ ହୋଇ ନାହୁଁ ବୋଲି ତୁମ୍ଭେମାନେ ଦେଖିବ।


ଆମ୍ଭେ ଜାଣୁ ଯେ, ପ୍ରଭୁଙ୍କୁ ଭୟ କରିବା ଅର୍ଥ କ’ଣ ଅଟେ। ସେଥିପାଇଁ ଲୋକମାନଙ୍କୁ ସତ୍ୟ ଗ୍ରହଣ କରିବା ପାଇଁ ଆମ୍ଭେ ବୁଝାଉ। ପରମେଶ୍ୱର ଜାଣନ୍ତି ଯେ, ଆମ୍ଭେ ପ୍ରକୃତରେ କ’ଣ ଓ ମୁଁ ଆଶାକରେ, ତୁମ୍ଭେ ମଧ୍ୟ ଆମ୍ଭର ପ୍ରକୃତ ପରିଚୟ ପାଇ ପାରିବ।


ଦିନ ହେଲା, ମାତ୍ର ନାବିକମାନେ ସେହି ସ୍ଥାନଟି ଚିହ୍ନି ପାରିଲେ ନାହିଁ। ସେମାନେ ଗୋଟିଏ ଉପସାଗର କୂଳରେ ବାଲିତଟ ଦେଖିଲେ। ସମ୍ଭବ ହେଲେ ସେହି କୂଳରେ ଜାହାଜ ଲଗେଇବା ପାଇଁ ସ୍ଥିର କଲେ।


ସେ ଶେଷ ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ଦୃଢ଼ କରି ରଖିବେ, ଏବଂ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟ ଆସିବା ଦିନ ତୁମ୍ଭେମାନେ ନିର୍ଦ୍ଦୋଷ ଦେଖାଯିବ।


Swiv nou:

Piblisite


Piblisite