Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 10:18 - ପବିତ୍ର ବାଇବଲ

18 କାରଣ ଯେଉଁ ଲୋକ, ପ୍ରଭୁଙ୍କଦ୍ୱାରା ଭଲ ବୋଲି ଗୃହୀତ ହୁଏ, ସେହି ଲୋକ ଭଲ ବୋଲି ସ୍ୱୀକୃତ ହୁଏ, କିନ୍ତୁ ଯିଏ ନିଜେ ନିଜକୁ ଭଲ ବୋଲି ମନେ କରେ, ସେ ଲୋକ ଭଲ ବୋଲି ସ୍ୱୀକୃତ ହୁଏ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 କାରଣ ଯେ ନିଜର ପ୍ରଶଂସା କରେ, ସେ ପରୀକ୍ଷାସିଦ୍ଧ ନୁହେଁ, ମାତ୍ର ପ୍ରଭୁ ଯାହାର ପ୍ରଶଂସା କରନ୍ତି, ସେ ପରୀକ୍ଷାସିଦ୍ଧ।

Gade chapit la Kopi

ଓଡିଆ ବାଇବେଲ

18 କାରଣ ଯେ ନିଜର ପ୍ରଶଂସା କରେ, ସେ ପରୀକ୍ଷାସିଦ୍ଧ ନୁହେଁ, ମାତ୍ର ପ୍ରଭୁ ଯାହାର ପ୍ରଶଂସା କରନ୍ତି, ସେ ପରୀକ୍ଷାସିଦ୍ଧ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ଆତ୍ମପ୍ରଶଂସା ଦ୍ୱାରା କେହି ସ୍ୱୀକୃତି ପାଏ ନାହିଁ, ଯେ ପ୍ରଭୁଙ୍କ ଦୃଷ୍ଟିରେ ଉତ୍ତମ, ଯେହି କେବଳ ତାଙ୍କର ଗ୍ରହଣଯୋଗ୍ୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 କାରଣ ଯେ ନିଜର ପ୍ରଶଂସା କରେ, ସେ ପରୀକ୍ଷାସିଦ୍ଧ ନୁହେଁ, ମାତ୍ର ପ୍ରଭୁ ଯାହାର ପ୍ରଶଂସା କରନ୍ତି, ସେ ପରୀକ୍ଷାସିଦ୍ଧ।

Gade chapit la Kopi




୨ କରିନ୍ଥୀୟ 10:18
21 Referans Kwoze  

ଯୀଶୁ ଫାରୂଶୀମାନଙ୍କୁ କହିଲେ, “ଲୋକଙ୍କ ଆଗରେ ତୁମ୍ଭେମାନେ ନିଜକୁ ଭଲ ବୋଲି ଦେଖେଇ ହେଉଛ। କିନ୍ତୁ ତୁମ୍ଭମାନଙ୍କ ହୃଦୟରେ ପ୍ରକୃତରେ କ’ଣ ଅଛି, ତାହା ପରମେଶ୍ୱର ଜାଣନ୍ତି। ଯେଉଁସବୁ ବିଷୟକୁ ଲୋକମାନେ ବହୁତ ମୂଲ୍ୟବାନ୍ ବୋଲି ମନେ କରିଥା’ନ୍ତି, ତାହା ପରମେଶ୍ୱରଙ୍କ ଦୃଷ୍ଟିରେ ମୂଲ୍ୟ ହୀନ।


ମନୁଷ୍ୟ ଯାହା କର୍ମ କରେ ତାହା ତା'ର ଦୃଷ୍ଟିରେ ଠିକ୍ ଅଟେ। ମାତ୍ର ସଦାପ୍ରଭୁ ହୃଦୟ ସବୁ ତୌଲନ୍ତି।


ଅତଏବ, ଠିକ୍ ସମୟ ନ ଆସିବା ପର୍ଯ୍ୟନ୍ତ ଅର୍ଥାତ୍ ପୁନରାଗମନ ପର୍ଯ୍ୟନ୍ତ, କୌଣସି କଥାର ବିଗ୍ଭର କରିବା ଅନୁଚିତ୍। ସେ ଅନ୍ଧକାରରେ ରହିଥିବା ବିଷୟ ଗୁଡ଼ିକୁ ଲୋକମାନଙ୍କ ସମ୍ମୁଖକୁ ଆଣିବେ। ସେ ମଣିଷର ହୃଦୟ ଭିତରେ ଥିବା ଗୁପ୍ତ ଉଦ୍ଦେଶ୍ୟ ଗୁଡ଼ିକୁ ପ୍ରକାଶ କରିବେ। ସେତେବେଳେ ପରମେଶ୍ୱର ପ୍ରତ୍ୟେକଙ୍କୁ ଯାହାର ପ୍ରାପ୍ୟ ପ୍ରଶଂସା ତାହା ପ୍ରଦାନ କରିବେ।


ଜଣେ ଲୋକ ଯଦି ପ୍ରକୃତରେ ଯିହୂଦୀ ସେ ଅନ୍ତରରୁ ଯିହୂଦୀ ଅଟେ। ପ୍ରକୃତ ସୁନ୍ନତ ହୃଦୟରେ ହିଁ କରା ଯାଇଥାଏ। ଏହା ଆତ୍ମା ଦ୍ୱାରା କରାଯାଇ ଥାଏ। ଆକ୍ଷରିକ ଭାବରେ ନୁହେଁ। ଯେଉଁ ଲୋକ ହୃଦୟରେ ଆତ୍ମା ଦ୍ୱାରା ସୁନ୍ନତ ହୋଇଥାଏ ସେ ପରମେଶ୍ୱରଙ୍କଠାରୁ ପ୍ରଶଂସା ପାଏ, ମଣିଷମାନଙ୍କଠାରୁ ନୁହେଁ।


ଯେଉଁମାନେ ନିଜକୁ ବହୁତ ବଡ଼ ମନେ କରୁଛନ୍ତି, ସେହି ଲୋକମାନଙ୍କ ସହିତ ସମାନ ସ୍ତରରେ ନିଜକୁ ସ୍ଥାପନ କରିବା ପାଇଁ ବା ତୁଳନା କରିବା ପାଇଁ ଆମ୍ଭେ ସାହସ କରୁ ନାହୁଁ। ସେମାନେ ନିଜକୁ ତୁଳନାର ମାନଦଣ୍ଡ ଭଳି ବ୍ୟବହାର କରି ଅନ୍ୟକୁ ନିଜ ସହ ତୁଳନା କରନ୍ତି ଓ ବିଗ୍ଭର କରନ୍ତି, ଏତଦ୍ଦ୍ୱାରା ସେମାନେ ଯେ କେତେ ମୂର୍ଖ, ଜଣାପଡ଼େ।


ସେ ଲୋକମାନେ ପରମେଶ୍ୱରଙ୍କ ପ୍ରଶଂସା ଅପେକ୍ଷା ଲୋକଙ୍କର ପ୍ରଶଂସା ପାଇବାକୁ ଭଲ ପାଉଥିଲେ।


ନିଜକୁ ପ୍ରଶଂସା କର ନାହିଁ, ଅନ୍ୟମାନେ ତୁମ୍ଭକୁ ପ୍ରଶଂସା କରନ୍ତୁ।


ଏହି ସମସ୍ୟାଗୁଡ଼ିକ କାହିଁକି ହୁଏ? କେବଳ ତୁମ୍ଭର ବିଶ୍ୱାସର ସତ୍ୟତା ପ୍ରମାଣିତ କରିବା ଲାଗି ଏପରି ଘଟେ। ଏହି ବିଶ୍ୱାସର ପ୍ରମାଣ ସୁନାଠାରୁ ଅଧିକ ମୂଲ୍ୟବାନ। ସୁନାର ବିଶୁଦ୍ଧତା ଅଗ୍ନି ଦ୍ୱାରା ପରୀକ୍ଷିତ ହୁଏ, କିନ୍ତୁ ତାହା ନଷ୍ଟଶୀଳ। ଯୀଶୁ ପୁନଃ ଆସିବା ବେଳେ, ତୁମ୍ଭ ବିଶ୍ୱାସର ପବିତ୍ରତା ହେତୁ ତୁମ୍ଭେ ପ୍ରଶଂସା, ମହିମା ଓ ସମ୍ମାନ ପାଇବ।


ଆମ୍ଭେ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁ ଯେ ତୁମ୍ଭେମାନେ କିଛି ଭୁଲ୍ କାମ କରିବ ନାହିଁ। ଆମ୍ଭେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛୁ, ଏ କଥା ଲୋକମାନେ ଦେଖିବାରେ କିଛି ଲାଭ ନାହିଁ। ପରୀକ୍ଷାରେ ଆମ୍ଭେମାନେ ବିଫଳ ହୋଇଛୁ ବୋଲି ଯଦି ଲୋକଙ୍କୁ ଦେଖାଯାଏ, ତାହାହେଲେ ଯାହା ଠିକ୍ ତାହା କରିବା ଆମ୍ଭ ପକ୍ଷରେ ଅଧିକ ଗୁରୁତ୍ୱପୂର୍ଣ୍ଣ।


ବରଂ ପରମେଶ୍ୱରଙ୍କ ସେବକ ରୂପରେ ଆମ୍ଭେମାନେ ପ୍ରତ୍ୟେକ ଭାବରେ ନିଜକୁ ଭଲ ପ୍ରମାଣିତ କରୁ ଓ ଦୁଃଖ, କଷ୍ଟ ତଥା ବଡ଼ ସମସ୍ୟା ମଧ୍ୟରେ ଅନେକ କଠୋର ତଥା ଧୈର୍ଯ୍ୟପୂର୍ବକ ସହୁ।


ଯେଉଁମାନେ ଖ୍ରୀଷ୍ଟଙ୍କ ସେବାରେ ରହି ଏହି ପ୍ରକାର ଜୀବନଯାପନ କରୁଛନ୍ତି, ସେମାନେ ପରମେଶ୍ୱରଙ୍କୁ ପ୍ରସନ୍ନ କରନ୍ତି। ଲୋକେ ମଧ୍ୟ ସେହି ଲୋକମାନଙ୍କୁ ଗ୍ରହଣ କରନ୍ତି ଓ ସମ୍ମାନ ଦିଅନ୍ତି।


ପରମେଶ୍ୱରଙ୍କ ସୁଗ୍ରାହ୍ୟ ବ୍ୟକ୍ତି ହେବା ଲାଗି ଯଥାସାଧ୍ୟ ଚେଷ୍ଟା କର। ନିଜକୁ ତାହାଙ୍କଠାରେ ସମର୍ପଣ କର। ତାହାଙ୍କ କାମ ପାଇଁ କୌଣସି ପ୍ରକାର ଲଜ୍ଜାବୋଧ ନ କରି ଏପରି ସେବକ ହୁଅ ଯିଏ ସ‌ତ୍‌‌ଶିକ୍ଷା ଠିକ୍ ଭାବରେ କାମରେ ଲଗାଉଛି।


ଆମ୍ଭେ ତୁମ୍ଭମାନଙ୍କ ଆଗରେ ନିଜର ପ୍ରଶଂସା କରୁ ନାହୁଁ। ବରଂ ଆମ୍ଭେ ତୁମ୍ଭମାନଙ୍କୁ ସୁଯୋଗ ଦେଉଛୁ ଯେପରି ଆମ୍ଭ ପାଇଁ ତୁମ୍ଭେମାନେ ଗର୍ବ ଅନୁଭବ କରି ପାରିବ। ତା'ହେଲେ ପ୍ରତ୍ୟକ୍ଷ ଦିଶୁଥିବା ବିଷୟ ଗୁଡ଼ିକ ପାଇଁ ଗର୍ବ କରୁଥିବା ଲୋକକୁ ତୁମ୍ଭେମାନେ ଉତ୍ତର ଦେଇ ପାରିବ। ସେ ଲୋକମାନେ ଜଣକର ହୃଦୟରେ କ’ଣ ଅଛି, ତହିଁ ପାଇଁ ସେମାନେ ମନୋଯୋଗ କରନ୍ତି ନାହିଁ।


ଆମ୍ଭେ କ’ଣ ପୁନର୍ବାର ନିଜ ପ୍ରଶଂସା ନିଜେ କରିବାକୁ ଆରମ୍ଭ କରିଅଛୁ? ଆମ୍ଭେ କ’ଣ ତୁମ୍ଭମାନଙ୍କଠାରୁ ବା ତୁମ୍ଭମାନଙ୍କ ପାଖକୁ ପ୍ରଶଂସା ପତ୍ର ନେବା ଦରକାର କି? କେତେକ ଲୋକ ଏପରି କରନ୍ତି।


କେତେକାଂଶରେ ମୁଁ ଏହାକୁ ବିଶ୍ୱାସ କରେ। ତୁମ୍ଭମାନଙ୍କ ମଧ୍ୟରେ ମତଭେଦ ହେବା ଆବଶ୍ୟକ କାରଣ ଏହା ଦ୍ୱାରା ଯେଉଁମାନଙ୍କ ମତ ଠିକ୍ ତାହା ସ୍ପଷ୍ଟ ରୂପେ ଜଣାଯିବ।


ଆପେଲ୍ଲାଙ୍କୁ ମୋର ନମସ୍କାର, ଯିଏ ଖ୍ରୀଷ୍ଟଙ୍କ ସେବାରେ ପରୀକ୍ଷିତ ଓ ପ୍ରମାଣିତ। ଆରିସ୍ତବୁଲଙ୍କ ପରିବାରଜନଙ୍କୁ ମୋର ନମସ୍କାର।


“ହେ ଇସ୍ରାଏଲର ଲୋକମାନେ, ଏହିସବୁ କଥା ଶୁଣ: ନାଜରିତୀୟ ଯୀଶୁ ଜଣେ ବିଶିଷ୍ଟ ବ୍ୟକ୍ତି ଥିଲେ। ଯାହାଙ୍କୁ ଈଶ୍ୱର ପଠାଇ ଥିଲେ। ଯୀଶୁ ଯେଉଁସବୁ ଶକ୍ତିଶାଳୀ କାର୍ଯ୍ୟ ଏବଂ ଆଶ୍ଚର୍ଯ୍ୟ ଘଟଣା ସବୁ କରିଥିଲେ, ତାହାଦ୍ୱାରା ପରମେଶ୍ୱର ତୁମ୍ଭମାନଙ୍କ ନିକଟରେ ଏହା ପ୍ରମାଣିତ କରିଛନ୍ତି।


ସେ କହୁଥିବା ଜ୍ଞାନ କଥା ପାଇଁ ମନୁଷ୍ୟ ପ୍ରଶଂସିତ ହେବ। କିନ୍ତୁ ସେହି ମନୁଷ୍ୟ ଯାହାର ହୃଦୟ ଦୁଷ୍ଟ ଓ ଜି‌‌‌ଦ୍‌‌‌ଖୋର ତାକୁ ଲୋକମାନେ ତୁଚ୍ଛ ବୋଲି ଭାବିବେ।


Swiv nou:

Piblisite


Piblisite