୨ କରିନ୍ଥୀୟ 11:3 - ପବିତ୍ର ବାଇବଲ3 ସେ କେବଳ ତୁମ୍ଭମାନଙ୍କର ସ୍ୱାମୀ ହେବେ। କିନ୍ତୁ ମୁଁ ଭୟ କରୁଛି ଯେ, ଯେପରି ହବା ସର୍ପର ପ୍ରବଞ୍ଚନା ଦ୍ୱାରା ପ୍ରଭାବିତ ହୋଇଥିଲା, ସେହିଭଳି ତୁମ୍ଭମାନଙ୍କ ମନ ମଧ୍ୟ ଖ୍ରୀଷ୍ଟଙ୍କ ପ୍ରତି ସତ୍ୟ ଓ ପବିତ୍ର ସମର୍ପଣଠାରୁ ଦୂରକୁ ଗ୍ଭଲି ଯିବ। Gade chapit laପବିତ୍ର ବାଇବଲ (Re-edited) - (BSI)3 କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି। Gade chapit laଓଡିଆ ବାଇବେଲ3 କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି । Gade chapit laପବିତ୍ର ବାଇବଲ (CL) NT (BSI)3 ମୋତେ ଭୟ ଲାଗୁଛି, ସପର ଧୂର୍ତ୍ତତା ଦ୍ୱାରା ହବା ପ୍ରତାରିତ ହେଲା ପରି ତୁମ୍ଭେମାନେ କାଳେ ଖ୍ରୀଷ୍ଟଙ୍କ ପ୍ରତି ତୁମର ପୂର୍ଣ୍ଣ ଓ ସରଳ ବିଶ୍ୱସ୍ତତାରୁ ବିବ୍ୟୁତ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି। Gade chapit la |
ଆମ୍ଭେ ଲଜ୍ଜାପୂର୍ଣ୍ଣ ଓ ଗୁପ୍ତ କାର୍ଯ୍ୟଗୁଡ଼ିକୁ ଛାଡ଼ି ଦେଇଛୁ। ଆମ୍ଭେ କପଟ କରୁ ନାହୁଁ, ପରମେଶ୍ୱରଙ୍କ ବାକ୍ୟରେ ପରିବର୍ତ୍ତନ କରୁ ନାହୁଁ, ବରଂ ଆମ୍ଭେ ସତ୍ୟକୁ ସରଳ ଭାବରେ ପ୍ରକାଶ କରୁଛୁ। ଏହା ଦ୍ୱାରା ଲୋକମାନଙ୍କଠାରେ ଆମ୍ଭେ ନିଜର ବ୍ୟକ୍ତିତ୍ୱ ପ୍ରତିପାଦନ କରୁଛୁ, ଯାହାଦ୍ୱାରା ସମସ୍ତେ ନିଜ ହୃଦୟରେ ଜାଣି ପାରିବେ ଯେ, ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭେମାନେ ସତ୍ୟ ବାକ୍ୟ ପ୍ରଗ୍ଭର କରୁଅଛୁ।
କେତେକ ଲୋକମାନେ ଗୁପ୍ତ ଭାବରେ ତୁମ୍ଭ ଦଳରେ ପ୍ରବେଶ କରିଛନ୍ତି। ସେମାନେ ସେମାନଙ୍କର କାର୍ଯ୍ୟ ପାଇଁ ଦୋଷୀ ବିବେଚିତ ହୋଇ ସାରିଲେଣି। ଭବିଷ୍ୟଦ୍ବକ୍ତାମାନେ ବହୁତ ଆଗରୁ ଏହି ଲୋକମାନଙ୍କ ବିଷୟରେ ଲେଖିଥିଲେ। ଏହି ଲୋକମାନେ ପରମେଶ୍ୱରଙ୍କର ବିରୋଧୀ। ସେମାନେ ପାପପୂର୍ଣ୍ଣ କାର୍ଯ୍ୟ କରିବା ପାଇଁ ଆମ୍ଭ ପରମେଶ୍ୱରଙ୍କର ଅନୁଗ୍ରହକୁ ଅପବ୍ୟବହାର କରୁଛନ୍ତି। ଏହି ଲୋକମାନେ ଆମ୍ଭର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଗ୍ରହଣ କରୁ ନାହାନ୍ତି।
କେତେକ ଲୋକ, ନିଜକୁ ନମ୍ର ବୋଲି ଦେଖାନ୍ତି ଓ ସ୍ୱର୍ଗଦୂତମାନଙ୍କୁ ପୂଜା କରିବାକୁ ଭଲ ପାଆନ୍ତି। ସେମାନେ ସବୁବେଳେ ଦେଖିଥିବା ଦର୍ଶନ ବିଷୟରେ କଥାବାର୍ତ୍ତା କରନ୍ତି। ଏଭଳି ଲୋକଙ୍କୁ କହିବାକୁ ପ୍ରଶ୍ରୟ ଦିଅ ନାହିଁ ଯେ, “ତୁମ୍ଭେମାନେ ଦର୍ଶନ କରୁ ନାହଁ, ସ୍ୱର୍ଗଦୂତମାନଙ୍କ ପୂଜା କରୁ ନାହଁ, ସେଥିପାଇଁ ତୁମ୍ଭେ ଭୁଲ୍।” ଏହି ଲୋକ ପ୍ରକୃତରେ କେବଳ ମନୁଷ୍ୟମାନଙ୍କ ବିଗ୍ଭରରେ ବୁଡ଼ି ରହିଥିବାରୁ ଓ ପରମେଶ୍ୱରଙ୍କ କଥା ବିଗ୍ଭର ନ କରୁଥିବାରୁ ବୃଥାରେ ଗର୍ବ କରନ୍ତି।
ଯଦି କାହାକୁ ଅନ୍ୟ ଲୋକମାନଙ୍କୁ ସାନ୍ତ୍ୱନା ଦେବାର ଅନୁଗ୍ରହ ଦାନ ମିଳିଛି, ତା'ହେଲେ ସେ ଲୋକମାନଙ୍କୁ ସାନ୍ତ୍ୱନା ଦେଉ। ଯଦି କାହାକୁ ଦାନ ଦେବା ଅନୁଗ୍ରହ ଦାନ ମିଳିଛ ତା'ହେଲେ ସେ ଖୋଲା ମନରେ ଦାନ କରୁ। ଯଦି କାହାକୁ ନେତୃତ୍ୱ ନେବାର ଅନୁଗ୍ରହ ଦାନ ମିଳିଛି, ତା'ହେଲେ ସେ ମନ ପ୍ରାଣ ଢାଳି ନେତୃତ୍ୱ ଦେଉ। ଯଦି କାହାକୁ ଅନ୍ୟମାନଙ୍କୁ ଦୟା ଦେଖାଇବା ଅନୁଗ୍ରହ ଦାନ ମିଳିଛି ତା'ହେଲେ ସେ ଆନନ୍ଦ ମନରେ ଦୟା ଦେଖାଉ।